ଓଡିଏମ୍‌ ବିଜ୍‌ନେସ୍‌ ସ୍କୁଲର ୧୪ତମ ଦୀକ୍ଷାନ୍ତ ସମାରୋହ

ଭୁବନେଶ୍ୱର,୧୩।୪: ଓଡିଏମ୍‌ ବିଜ୍‌ନେସ୍‌ ସ୍କୁଲର ୧୪ତମ ଦୀକ୍ଷାନ୍ତ ସମାରୋହ ଶୁକ୍ରବାର ପଟିଆସ୍ଥିତ ଓଡିଏମ୍‌ ପବ୍ଲିକ୍‌ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, ଓଡିଏମ୍‌ ଶିକ୍ଷାନୁଷ୍ଠାନ ସମୂହର ପ୍ରତିଷ୍ଠାତା ଡ.ସତ୍ୟବ୍ରତ ମୀନକେତନଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ଉତ୍ସବରେ ଭୁବନେଶ୍ୱର ଓୟୁଏଟିର କୁଳପତି ପ୍ରଫେସର (ଡ.) ପ୍ରଭାତ କୁମାର ରାଉଳ ମୁଖ୍ୟ ଅତିଥିଭାବେ ଯୋଗଦେଇ ସମାରୋହକୁ ଉଦ୍‌ଘାଟନ କରିଥିଲେ। ସେହିଭଳି ମୁଖ୍ୟବକ୍ତା ଭାବେ ପୂର୍ବତନ ଭାରତୀୟ ପ୍ରଶାସନ ସେବାର ବରିଷ୍ଠ ଅଧିକାରୀ ତଥା ବର୍ତ୍ତମାନର ଓଡ଼ିଶା ବୀମା ଲୋକପାଳ (ଇନ୍‌ସ୍ୟୁରାନ୍ସ ଓମ୍ବୁଡସ୍‌ମ୍ୟାନ) ମନୋଜ କୁମାର ପରିଡ଼ା ନିଜର ଓଜସ୍ବିନୀ ଭାଷଣରେ ଉଦ୍‌ବୋଧିତ କରିଥିଲେ ା ଅନ୍ୟତମ ଅତିଥି ଭାବେ ଓଡିଏମ୍‌ ବିଜ୍‌ନେସ୍‌ ସ୍କୁଲର ବୋର୍ଡ ଅଫ୍‌ ଗଭର୍ନର୍ସ ସଦସ୍ୟ ନିରଞ୍ଜନ ସାହୁଙ୍କ ସମେତ ସମ୍ବଲପୁର ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର, ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ପ୍ରଫେସର ପ୍ରଫୁଲ୍ଲ କୁମାର ମହାନ୍ତି, ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. ଅଶୋକ ମହାପାତ୍ର ତଥା ସମ୍‌ ହସ୍ପିଟାଲର ମୁଖ୍ୟ ଉପଦେଷ୍ଟା ପ୍ରମୁଖ ଅତିଥିଭାବରେ ଯୋଗଦାନ କରିଥିଲେ ା ଏହି ଅବସରରେ ୨୦୨୨, ୨୦୨୩ ଓ ୨୦୨୪ ଶିକ୍ଷାବର୍ଷ ପିଜିଡିଏମ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ୧୮୦ଜଣ କୃତୀ ଛାତ୍ରୀଛାତ୍ରମାନଙ୍କୁ ମୁଖ୍ୟ ଅତିଥି ତଥା ଅନ୍ୟ ଅତିଥିଗଣ ଦୀକ୍ଷାନ୍ତ ସମାରୋହର ଉପାଧି ପ୍ରଦାନ କରିବା ସହ ମାନପତ୍ର ଓ ଫଳକ ପ୍ରଦାନ କରିଥିଲେ ା
ସେହିଭଳି ସମାରୋହ ଉତ୍ସବରେ ଓଡିଏମ୍‌ର ବିତ୍ତ ଓ ପ୍ରଶାସନିକ ନିର୍ଦ୍ଦେଶିକା ଇନ୍ଦୁମତୀ ରାୟ, ଓଡିଏମ୍‌ ବିଜ୍‌ନେସ୍‌ ସ୍କୁଲର ନିର୍ଦ୍ଦେଶକ ପ୍ରଫେସର ଡ. ଗୋବିନ୍ଦ ଚନ୍ଦ୍ର ଦାଶ, ଡିନ୍‌ ପ୍ରଫେସର ସତ୍ୟବ୍ରତ ଭୂୟାଁ, ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ବୟନ୍‌ ସତ୍ୟେନ୍ଦୁ, ଶିକ୍ଷା ନିର୍ଦ୍ଦେଶକ ଆର୍ତ୍ତତ୍ରାଣ ମିଶ୍ର ଏବଂ ବିଜ୍‌ନେସ୍‌ ସ୍କୁଲର ସମସ୍ତ ଅଧ୍ୟାପକଅଧ୍ୟାପିକା ଓ ଛାତ୍ରୀଛାତ୍ରୀ ଏବଂ ଅଭିଭାବକମାନେ ଉପସ୍ଥିତ ଥିଲେ ା
ପରିଶେଷରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri