Posted inRasifala

ରାଶିଫଳ: ବୁଧବାର, ଫେବୃଆରୀ ୧୪ ତାରିଖ – Daily Horoscope

ମେଷ
ରାଶ୍ୟାଧିପ ଉଚ୍ଚସ୍ଥ ହେତୁ କର୍ମକ୍ଷେତ୍ରରେ ନୈରାଶ୍ୟ ଦୂରେଇଯାଇ ପ୍ରତିଷ୍ଠା ଲାଭ କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କୌଣସି ନିର୍ଦ୍ଦିଷ୍ଟ ଉଦ୍ଦେଶ୍ୟରେ ରଖିଥିବା ଟଙ୍କା ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବା କାରଣରୁ ଦୁଃଖ ପ୍ରକାଶ କରିପାରନ୍ତି। ଆନୁଷ୍ଠାନିକ କାମରେ ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଖୁସି ରହିବେ।
ବୃଷ
ବୃଷ
ଠିକ୍‌ ବିଚାର ଓ ସମୟୋପଯୋଗୀ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ସମସ୍ୟା ଜାଲରେ ଛନ୍ଦି ହୋଇ ମନୋବଳ ଭାଙ୍ଗିଲାଭଳି ଅନୁଭବ କରିବେ। ଅନ୍ୟମାନଙ୍କ ଉପରେ ବିରକ୍ତ ହେବା ଦ୍ୱାରା ସମସ୍ୟା କମିବା ବଦଳରେ ବୃଦ୍ଧି ପାଇବ। ପରୋକ୍ଷ ଶତ୍ରୁତା ଦୈନିକ ଜୀବନଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ।
ମିଥୁନ
ମିଥୁନ
ବିଭିନ୍ନ ଯୋଜନା କ୍ଷେତ୍ରରେ ଅନୁକୂଳ ବାତାବରଣ ଉଦ୍ୟମକୁ ସାକାର କରିପାରିବେ ନାହିଁ। ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ଫଳରେ ଚିନ୍ତା ପ୍ରକଟ କରିପାରନ୍ତି। ସଂଯମତାର ଅଭାବ ଓ ଧନହାନି ଦୁଶ୍ଚିନ୍ତାର କାରଣ ହୋଇପାରେ। ବ୍ୟବସାୟିକ କ୍ଷେତ୍ରରେ ଆଶାନୁରୂପ ସୁଫଳ ପାଇବା କଷ୍ଟକର ହୋଇପାରେ।
କର୍କଟ
କର୍କଟ
କର୍ମଭାବରେ ଚତୁଃଗ୍ରହ ଯୋଗ ସୃଷ୍ଟି ହେଉଥିବାରୁ ଅସମ୍ଭବ ସମ୍ଭବ ହେବ। ହାତକୁ ନେଇଥିବା କାମଟିକୁ ସୁରୁଖୁରୁରେ କରିପାରିବା କାରଣରୁ ଟେନସନ୍‌ କମିଯିବ। ସମସ୍ୟା ସମାଧାନ ହେବାରେ କୌଣସି ପଦସ୍ଥ ବ୍ୟକ୍ତି ସାହାଯ୍ୟ କରିପାରନ୍ତି। ପ୍ରତିକୂଳ ପରିସ୍ଥିତି ଯୋଗୁ ଯୋଜନାଗୁଡ଼ିକ ସମ୍ପୂର୍ଣ୍ଣ ହେବ ନାହିଁ।
ସି˚ହ
ସି˚ହ
ପାରସ୍ପରିକ ସହଯୋଗ ପାରିବାରିକ ଜୀବନକୁ ରସାଣିତ ଓ ମଧୁମୟ କରିବାରେ ସାହାଯ୍ୟ କରିବ। ବନ୍ଧୁଗହଣରେ ଆଲୋଚନା କାଳରେ ସତକଥା କହି ବିବାଦ ଘେରରେ ପଡ଼ିପାରନ୍ତି। ସାହିତ୍ୟ, ସାମ୍ବାଦିକତା, ଏଜେନ୍‌ଶିପ୍‌, କଳା,ବୈଷୟିକ କ୍ଷେତ୍ରରୁ ପ୍ରଶଂସିତ ହେବେ। ପ୍ରିୟଜନଙ୍କ ସହ ବିବାଦ କାରଣରୁ ଭାଙ୍ଗି ପଡନ୍ତୁ ନାହିଁ।
କନ୍ୟା
ପାରିବାରିକ କ୍ଷେତ୍ରରେ ଅର୍ଥ କିମ୍ବା ଅଳଙ୍କାର ଦେବା ନେବାକୁ କେନ୍ଦ୍ରକରି ଝଗଡ଼ା ସୃଷ୍ଟି ହୋଇପାରେ। ଯାନ୍ତ୍ରିକ ଶିଳ୍ପ, କୁଟୀରଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଖର୍ଚ୍ଚ ପରିମାଣ କ୍ରମଶଃ ବୃଦ୍ଧିପାଇବା କାରଣରୁ ସାମୟିକ ଚିନ୍ତା କରିପାରନ୍ତି। ଉପର ଅଧିକାରୀମାନେ ଆପଣଙ୍କ ସହଯୋଗ ଆଶା କରିପାରନ୍ତି।
ତୁଳା
ତୁଳା
କର୍ମକ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରି ଆନନ୍ଦ ଅନୁଭବ କରିପାରନ୍ତି। ଭଲ ସମ୍ପର୍କ ରହିଥିବା ସହକର୍ମୀ କିମ୍ବା ବନ୍ଧୁଙ୍କ ଜରିଆରେ ଦୀର୍ଘଦିନର ଆଶା ଫଳବତୀ ହେବ। ପରିବାରରେ ପିଲାଙ୍କ ଆଚରଣରେ ଅସନ୍ତୁଷ୍ଟ ରହିବା କାରଣରୁ ମନେ ମନେ ବିରକ୍ତ ହୋଇପାରନ୍ତି। କଳା, ସାହିତ୍ୟ, ସଂସ୍କୃତି ପ୍ରତି ଆଗ୍ରହୀ ହୋଇପାରନ୍ତି।
ବିଛା
ବିଛା
ବୃହସ୍ପତି ଷଷ୍ଠଭାବରେ ରହିଥିବାରୁ ପୂର୍ବରୁ ଯାହା ଆଶା କରୁଥିଲେ ତାହାର ବିପରୀତ ଫଳ ମନରେ ନୈରାଶ୍ୟ ସୃଷ୍ଟି କରିବ। ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବା ସକାଶେ ଦିନଟି ବହୁତ ଭଲ। କଳା, ସାହିତ୍ୟ ଚର୍ଚ୍ଚା ଓ ମନୋରଞ୍ଜନରେ ଆଗ୍ରହୀ ହେବେ। ସାଧାରଣ କଥାକୁ କେନ୍ଦ୍ର କରି ଅପରାହ୍ନରେ ଟେନସନ୍‌ ବଢ଼ିପାରେ।
ଧନୁ
ଧନୁ
 ଅପ୍ରିୟସତ୍ୟ ପ୍ରକାଶ କରି ବନ୍ଧୁ ଗହଣରେ ବିବାଦୀୟ ହୋଇପାରନ୍ତି। ବନ୍ଧୁମାନଙ୍କ ପରାମର୍ଶରେ ଯୋଜନାଟିକୁ କାର୍ଯ୍ୟକାରୀ କରିବାରେ ସମୟ ବିନିଯୋଗ କରିବେ। ବିବାଦୀୟ ଘଟଣାରେ ଦୁଃସାହସିକ ପଦକ୍ଷେପ ନେବା ଠିକ୍‌ ହେବନି। ନୂତନ ସ୍ଥାନ ପରିଭ୍ରମଣ ସାଙ୍ଗକୁ ଭ୍ରମଣ ସୁଯୋଗ ଜୁଟିବ।
ମକର
ମକର
ପରିବାରର ପରିସ୍ଥିତିକୁ ଆଖି ଅଗରେ ରଖି ଧାର କରଜ କରି କାମ ତୁଲାଇବେ। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି କଥା ଚିନ୍ତା କରି ପାଖ ମାଡିବେ ନାହିଁ। ପିତା କିମ୍ବା ମାତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ। ବ୍ୟବସାୟ, ପରିବହନ ଓ ନିର୍ମାଣ କ୍ଷେତ୍ରରେ ସୁଫଳ ପାଇବେ।
କୁମ୍ଭ
କୁମ୍ଭ
ସମସ୍ୟା ମଧ୍ୟରେ ସଂଘର୍ଷ କରି ଦୀର୍ଘ ଦିନର ଆଶାକୁ ପୂରଣ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ନିକଟରୁ ଅର୍ଥ ପାଇବା ସଙ୍ଗକୁ ଅଧାପନ୍ତରିଆ କାର୍ଯ୍ୟଟିକୁ ପୂର୍ଣ୍ଣାଙ୍ଗ କରିପାରିବେ। ପରିବାର ମଧ୍ୟରେ ଛୋଟ କଥାକୁ ଧରି ବସିଲେ ଅଶାନ୍ତି କମିବା ବଦଳରେ ବଢ଼ିଯିବ। ଶତ୍ରୁତା କେତେକ ସମସ୍ୟା ସୃଷ୍ଟି କରିବାର ଆଶଙ୍କା ମନରେ ଜାଗତ ହୋଇପାରେ।
ମୀନମୀନ

ଦୀର୍ଘଦିନଧରି ଆଦୌ ଦେଉ ନ ଥିବା ବ୍ୟକ୍ତିଙ୍କ ନିକଟରୁ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ। ବ୍ୟବସାୟରେ ଲାଭ ମିଳିବ ଏବଂ କୌଣସି ଅନ୍ୟ ଏକ ଉଦ୍ଦେଶ୍ୟରେ ସେହି ଟଙ୍କାକୁ ବିନିଯୋଗ କରିପାରନ୍ତି। ବନ୍ଧୁମାନଙ୍କ ମଧ୍ୟରେ ବୁଝାମଣା ସମ୍ପର୍କରେ ଉନ୍ନତି ଘଟିବା ହେତୁ ବିବାଦୀୟ ସ୍ଥିତି ଦୂର ହେବ। ପରିବାରରେ ପିଲାମାନଙ୍କ ସ୍ବାସ୍ଥ୍ୟ ପାଇଁ ଚିନ୍ତିତ ରହିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ଅଭାବ ରହିବ ନାହିଁ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଦିନଟି ଭଲ। ଛୋଟ ଛୋଟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧନସପ୍ତମାଧିପତି ଯୁକ୍ତ ହୋଇଥିବାରୁ ଯାତ୍ରାରେ ଲକ୍ଷ୍ୟପୂରଣ ହେବା ସହ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ କାମକୁ ସହଜ କରିବା ସକାଶେ ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହେବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷଯାତ୍ରା, ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟରେ ସଫଳତା ମିଳିବାର ଆଶା କରାଯାଇପାରେ। ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ସୁପରିକଳ୍ପିତ ନୂଆ ଯୋଜନାଟିଏ କରିବା ସକାଶେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?