ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ  ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା ନୀରବ ପ୍ରାର୍ଥନା

ଦିଗପହଣ୍ଡି,୧୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ପୋଡ଼ାମାରି ଗ୍ରାମ ସ୍ଥିତ ପାରଳାଖେମୁଣ୍ଡି ବନଖଣ୍ଡ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର  ୧୪ ତମ ରାଷ୍ଟ୍ରୀୟ ବନ ସହିଦ୍ ଦିବସ ପାଳିତ ହୋଇଯାଇଛି। ଜଙ୍ଗଲ, ବନ୍ୟଜନ୍ତୁ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ନିଜ ଜୀବନକୁ ବଳିଦାନ ଦେଇଥିବା ବନ କର୍ମଚାରୀ, ଏବଂ ପରିବେଶ ପ୍ରେମୀମାନଙ୍କ ଅତୁଳନୀୟ ସାହସକୁ ସମ୍ମାନ ଜଣାଇବା ଏହି ଦିବସର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଆୟୋଜିତ ସଭାରେ ବନ ଅଧିକାରୀ ବୃନ୍ଦ ସେମାନଙ୍କ ଉଦବୋଧନରେ କହିଥିଲେ। ଭାରତ ସରକାରଙ୍କ ପରିବେଶ, ବନ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ ପକ୍ଷରୁ ୨୦୧୩ ମସିହା ଠାରୁ ଏହି ଦିବସ ପାଳନ କରାଯାଉଛି। ଶହୀଦ ବନ କର୍ମଚାରୀ ଓ ପରିବେଶ ପ୍ରେମୀ ମାନଙ୍କୁ ମନେ ପକାଇବା ଏବଂ ଜଙ୍ଗଲକୁ ସମ୍ପୂର୍ଣ ଭାବେ ସୁରକ୍ଷିତ ରଖିବା ୨୦୨୬ ମସିହା ରାଷ୍ଟ୍ରୀୟ ବନ ସହିଦ ଦିବସର ମୁଖ୍ୟ ବିଷୟବସ୍ତୁ ବୋଲି ସଭାରେ ମତପ୍ରକାଶ ପାଇଥିଲା। ପ୍ରକୃତିର ସୁରକ୍ଷା ପାଇଁ ବଳିଦାନ ଦେଇଥିବା ବୀରମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇବା ସହ ଆଗାମୀ ପିଢ଼ିକୁ ଜଙ୍ଗଲ ଓ ବନ୍ୟଜନ୍ତୁ ସଂରକ୍ଷଣ ପ୍ରତି ଅଧିକ ଦାୟିତ୍ୱବାନ କରିବା ନେଇ ବନ ଅଧିକାରୀ ବୃନ୍ଦ ମତପ୍ରକାଶ କରିଥିଲେ । ଅଣଗେଜେଟେଡ ବନ ସେବା ସଂଘ ପାରଳାଖେମୁଣ୍ଡି ଜୋନ୍ ସଭାପତି ତଥା ଭୀଷ୍ମଗିରି ବନ  ସେକ୍ସନ ର ଫରେଷ୍ଟର ଦେବାଶିଷ ଶତପଥୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବନବିଭାଗ କର୍ମଚାରୀ ବୃନ୍ଦ  ଦେଶର ଜଙ୍ଗଲ , ବନ୍ୟଜନ୍ତୁ ଏବଂ ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ନିଜ ଜୀବନକୁ ଉତ୍ସର୍ଗ କରିଥିବା ବୀର ବନ କର୍ମଚାରୀ (ଫରେଷ୍ଟର, ଫରେଷ୍ଟ ଗାର୍ଡ, ରେଞ୍ଜର) ଏବଂ ପରିବେଶ ପ୍ରେମୀମାନଙ୍କ ବଳିଦାନ କୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ନୀରବ ପ୍ରାର୍ଥନା କରାଯାଇଥିଲା । ପରଲୋକଗତ ବୀର ବନ କର୍ମଚାରୀ ମାନଙ୍କ ସ୍ମୃତି ଚାରଣ କରାଯିବା ସହ ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା।କାର୍ଯ୍ୟକ୍ରମରେ ଚନ୍ଦ୍ରଗିରି ରେଞ୍ଜର ପ୍ରଶାନ୍ତ ବେହେରା,  ରେଞ୍ଜର ରୂପକ ପ୍ରଧାନ , ବନପାଳ ସନ୍ତୋଷ ପାଣିଗ୍ରାହୀ, ବିଜୟ ମହାରଣା , ସୁଧାକର କଣ୍ଡାଲୁ , ବାରିକ ବେହେରା , ଗଣେଶ ପ୍ରଧାନ , ଦୁର୍ଯୋଧନ ଜେନା , ବନରକ୍ଷୀ ବନ୍ଧିଆ ଗମାଙ୍ଗ , ଗିରିଜା ଶଙ୍କର ଦୋରା , ବିଷ୍ଣୁପ୍ରିୟା ଗୈାଡ ଙ୍କ ସମେତ ବହୁ ସଂଖ୍ୟକ ବନ କର୍ମଚାରୀ ଉପସ୍ଥିତ ଥିଲେ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ କାହିଁକି ବାହାର କରିଦେବା ଉଚିତ? କାରଣ କହିଲେ…

ନୂଆଦିଲ୍ଲୀ,୧୧।୯: ଭାରତର ଯୁବ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟିଂ ଶୈଳୀର ଅନେକ ପ୍ରଶଂସକ ରହିଛନ୍ତି। ସେ ମଇଦାନକୁ ଓହ୍ଲାଇଲେ ଦର୍ଶକଙ୍କ ପ୍ରବଳ ଭିଡ଼ ଜମିଥାଏ। ତେବେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଉପଅଧିନାୟକ ହୋଇଗଲେ ସିନା ଏବେ ଖେଳିବେ କେଉଁଠି? ତିଳକ ବର୍ମାଙ୍କ ବ୍ୟାଟିଂ ଅର୍ଡରଙ୍କୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୧୧।୯: ସେପ୍ଟେମ୍ବର ୧୩ରୁ ନୂଆଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମ୍‌ରେ ଆଫଗାନିସ୍ତାନ ବିପକ୍ଷରେ ଆରମ୍ଭ ହେବାକୁ ଯାଉଛି ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌। ଏହି ସିରିଜ୍‌ ପାଇଁ…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ବିରେନ୍ଦ୍ର ସେହ୍ବାଗଙ୍କ ନୂଆ ଇନିଂସ, ଅଶନୀର ଗ୍ରୋଭରଙ୍କୁ ଆଉଟ୍‌ କରି ଚମକାଇଲେ, ଏଣିକି…

ମୁମ୍ବାଇ,୧୧।୯: ପ୍ରାଇମ୍ ଭିଡିଓର ସୁପରହିଟ୍ ରିଆଲିଟି ଶୋ’ ‘ରାଇଜ୍‌ ଆଣ୍ଡ୍‌ ଫଲ୍‌’ (Rise And Fall) ନିଜର ଦ୍ୱିତୀୟ ସିଜନ୍ ସହ ଫେରୁଛି। ଏଥର ଶୋ’କୁ ନେଇ…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?