ଗୋଟିଏ ଦିନରେ ଦାଖଲ ହେଲା ୧୫.୪୯ ଲକ୍ଷ ଆଇଟିଆର୍‌

ନୂଆଦିଲ୍ଲୀ,୨୯ା୧୨: ୨୦୨୦-୨୦୨୧ ଆର୍ଥିକ ବର୍ଷ ପାଇଁ ସୋମବାର ସୁଦ୍ଧା ୪ କୋଟି ୬୭ ଲକ୍ଷ ୪୫ ହଜାର ୨୪୯ଟି ଆୟକର ରିଟର୍ନ (ଆଇଟିଆର୍‌) ଦାଖଲ ହୋଇଛି। ସେଥିମଧ୍ୟରେ ସୋମବାର ଗୋଟିଏ ଦିନରେ ୧୫ ଲକ୍ଷ ୪୯ ହଜାର ୮୩୧ଟି ଆଇଟିଆର୍‌ ଦାଖଲ ହୋଇଛି ବୋଲି ଆୟକର ବିଭାଗ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ମୁଖ୍ୟତଃ ଆଇଟିଆର୍‌ ଦାଖଲର ଶେଷ ତାରିଖ ଜୁଲାଇ ୩୧ ଥିଲା। ସେହି ଅବଧିକୁ ଡିସେମ୍ବର ୩୧କୁ ବଢ଼ାଇ ଦିଆଯାଇଛି। ମୋଟ ଦାଖଲ ଆଇଟିଆର୍‌ ମଧ୍ୟରୁ ୨.୫ କୋଟିରୁ ଊର୍ଦ୍ଧ୍ୱ ହେଉଛି ଆଇଟିଆର୍‌-୧ ଏବଂ ପ୍ରାୟ ୧.୧୭ କୋଟି ହେଉଛି ଆଇଟିଆର୍‌-୪ ବର୍ଗର। ବହୁସଂଖ୍ୟକ କ୍ଷୁଦ୍ର ଏବଂ ମଧ୍ୟମ ବର୍ଗର କରଦାତାଙ୍କ ପାଇଁ ଆଇଟିଆର୍‌ ଫର୍ମ-୧ (ସହଜ) ଏବଂ ଆଇଟିଆର୍‌ ଫର୍ମ-୪ (ସୁଗମ) ଭଳି ସରଳ ପଦ୍ଧତି ବେଶ୍‌ ସହାୟକ ହୋଇପାରିଛି। ବିଶେଷକରି ଦରମା, ଗୃହ ସମ୍ପତ୍ତି ଏବଂ ସୁଧ ଓ ଅନ୍ୟାନ୍ୟ ସୂତ୍ରରୁ ବାର୍ଷିକ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ବ୍ୟକ୍ତିମାନେ ‘ସହଜ’ ମାଧ୍ୟମରେ ଆଇଟିଆର୍‌ ଦାଖଲ କରିପାରିବେ। ସେହିପରି ବ୍ୟବସାୟ ଏବଂ ବୃତ୍ତିରୁ ବାର୍ଷିକ ୫୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଆୟ କରୁଥିବା ବ୍ୟକ୍ତି, ସଂସ୍ଥା ଏବଂ ଅବିଭକ୍ତ ହିନ୍ଦୁ ପରିବାର ଆଇଟିଆର୍‌-୪ ବ୍ୟବହାର କରିପାରିବେ। ସୂଚନାଥାଉ କି, ୨୦୧୯-୨୦୨୦ ଆର୍ଥିକ ବର୍ଷରେ ୫.୯୫ କୋଟି ଆଇଟିଆର୍‌ ଦାଖଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri