୧୫ ଆକାଉଣ୍ଟ ଅଚଳ, ଜବତ ହେବ ସମ୍ପତ୍ତି

ସମ୍ବଲପୁର,୨୯ା୪(ବ୍ୟୁରୋ): ସମ୍ବଲପୁର ପୋଲିସ ଗତ ୨୬ ତାରିଖରେ ଏକ ଆନ୍ତଃ ରାଜ୍ୟ ଗଞ୍ଜେଇ ଚୋରା ଚାଲାଣ ର଼୍ୟାକେଟର ପର୍ଦ୍ଦାଫାଶ କରିଥିଲା। ଏହି ର଼୍ୟାକେଟର ମୁଖ୍ୟ ଅଭିଯୁକ୍ତ ସଦର ଥାନା ପୁଟିବନ୍ଧ ଶ୍ରୀରାମନଗରର ସୁଶାନ୍ତ କୁମାର ଲେଙ୍କା (୪୪)ଙ୍କ ସମେତ ୭ଜଣଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଏବେ ଅଭିଯୁକ୍ତମାନଙ୍କ ସମ୍ପତ୍ତି ବାଜ୍ୟାପ୍ତି କରିବାକୁ ପୋଲିସ ପ୍ରକ୍ରିୟା ଆରମ୍ଭ କରିଛି। ଏହାସହ ସମସ୍ତ ଅଭିଯୁକ୍ତଙ୍କ ନାମରେ ଥିବା ବିଭିନ୍ନ ବ୍ୟାଙ୍କର ୧୫ ଜମାଖାତାକୁ ଅଚଳ କରିଦେବାକୁ ପୋଲିସ ଅନୁରୋଧ କରିଥିଲା। ତଦନୁଯାୟୀ ବ୍ୟାଙ୍କ ସେମାନଙ୍କ ଜମାଖାତା ଅଚଳ କରିଦେଇଛି। ସମସ୍ତ ଜମା ଖାତାରେ ୧୬ ଲକ୍ଷ ଟଙ୍କା ରହିଥିବା ପୋଲିସ ସୂଚନା ଦେଇଛି। ଆଗକୁ ଜମି, କୋଠା ଓ ଅନ୍ୟ ସମ୍ପତ୍ତି ଆକଳନ କରାଯାଉଛି। ଏହା ମଧ୍ୟ ଜବତ କରାଯିବ ବୋଲି ପୋଲିସ କହିଛି।

ସୂଚନାଯୋଗ୍ୟ, ପୋଲିସ ୧୫ ଦିନ ଧରି ସ୍ବତନ୍ତ୍ର ଅଭିଯାନ ଚଳାଇ ପୁଟିବନ୍ଧ ଅଞ୍ଚଳରୁ ଏହି ର଼୍ୟାକେଟକୁ କାବୁ କରିଥିଲା। ଏହି ର଼୍ୟାକେଟ ବୌଦ୍ଧ ଜିଲାରୁ ଗଞ୍ଜେଇ ଆଣି ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଛତିଶଗଡ଼, କୋଲକାତା ଆଦି ରାଜ୍ୟ ସମେତ ଓଡ଼ିଶାର ବ୍ରହ୍ମପୁରକୁ ଚାଲାଣ କରୁଥିଲା। ଶାସନ ଥାନା ଗଣ୍ଡପାଲି ଗ୍ରାମରେ ସେମାନେ ଏକ ଗୋଦାମ କରିଥିଲେ। ସେଠାରେ କେଜିକିଆ ପ୍ୟାକେଟ କରି ଚାଲାଣ କରୁଥିଲେ। ୩ ହଜାର ଟଙ୍କାରେ କିଣି ୧୦ ହଜାର ଟଙ୍କାରେ ବିକ୍ରି କରୁଥିଲେ। ଦୀର୍ଘ ୮ବର୍ଷ ଧରି ସେମାନେ ଏଭଳି କରିଆସୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri