ଏମ୍‌ପିଙ୍କୁ ଭେଟିଲେ ୧୫ ସରପଞ୍ଚ: ବିଜେଡିରେ ହଲ୍‌ଚଲ୍‌

ଗୋପାଳପୁର,୧୨।୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଅଧିନସ୍ଥ ପଞ୍ଚାୟତର ଅନେକ
ସରପଞ୍ଚ, ଜଣେ ସମିତି ସଭ୍ୟଙ୍କ ସମେତ ବିଜେଡିର ଆଗଧାଡିର କିଛି ନେତା ଭୂବନେଶ୍ବରରେ ବ୍ରହ୍ମପୁର ଏମ୍‌ପି ପ୍ରଦୀପ କୁମାର ପାଣିଗ୍ରାହୀଙ୍କୁ ସାକ୍ଷାତ କରି ପଞ୍ଚାୟତର ବିଭିନ୍ନ ସମସ୍ୟା ନେଇ ଆଲୋଚନା କରିଥିବା ଜଣାପଡିଛି। ବିଜେଡି ସମର୍ଥିତ ସରପଞ୍ଚ ଓ ସମିତି ସଭ୍ୟ ସମେତ ଆଗଧାଡିର ନେତା ଏମ୍‌ପିଙ୍କ ସହ ସାକ୍ଷାତକାରକୁ ନେଇ ରାଜନୀତି ହଲଚଲ ହୋଇଛି।
ଗୁରୁବାର ଅପରାହ୍ନରେରେ କରାପଲ୍ଲୀ, ରଣ୍ଢା, ରଙ୍ଗେଇଲୁଣ୍ଡା,ବକ୍ସିପଲୀ,ହଳଦିଆପଦର, ପଦ୍ମପୁର, ରଙ୍ଗିପୁର ଓ ଅନ୍ୟାନ୍ୟ ପଞ୍ଚାୟତର ୧୫ ଜଣ ସରପଞ୍ଚ ଓ ଜଣେ ସମିତି ସଭ୍ୟ,ଯୁବ ନେତା ଶୁଭାଶିଷ ସାହୁ,ବାଇରୀ ପାତ୍ର,ଏସ ଧର୍ମରାଜ ରେଡ୍ଡୀ ପ୍ରମୁଖ ଏମ୍‌ପିକୁ ଭେଟି ବ୍ଲକରେ ଦୀର୍ଘଦିନର ଧରି ବିଡ଼ିଓ ସମେତ ଅନ୍ୟାନ୍ୟ ପଦବୀ ଫାଙ୍କା ପଡିଥିବା ଯୋଗୁ ବିଭିନ୍ନ ଉନ୍ନୟନ ମୂଳକ କାମ ଅଟକି ରହିଥିବା ସହ ବ୍ଲକ ପକ୍ଷରୁ ପୁରୁଣା ବିଲ ମଞ୍ଜୁର କରୁ ନ ଥିବା ନେଇ ଅଭିଯୋଗ ଜଣାଇଥିଲେ। ଏହା ସହ ଅଞ୍ଚଳର ରାଜନୈତିକ ହାଲଚାଲ ନେଇ ମଧ୍ୟ ବିସ୍ତୃତ ଭାବେ ଆଲୋଚନା ହୋଇଥିବାର ଜଣାପଡିଛି।
ସୂଚନାଯୋଗ୍ୟ ଯେ, ଚଳିତ ବିଧାନସଭା ନିର୍ବାଚନରେ ଗୋପାଳପୁର ବିଧାନସଭା ଭାଜପା ହାତକୁ ଯାଇଥିବା ବେଳେ ଲଗାତର ୩ ଥର ଏଠାକାର ବିଧାୟକ ସହ ଚଳିତ ନିର୍ବାଚନରେ ବ୍ରହ୍ମପୁର ଏମ୍‌ପି ଭାବେ ପ୍ରଦୀପପାଣିଗ୍ରାହୀ ବିଜୟୀ ହୋଇଛନ୍ତି। ନିର୍ବାଚନ ପରେ ଗୋପାଳପୁରରେ ବିଜେଡିର ଦବଦବା ଦିନକୁ ଦିନ ହ୍ରାସ ପାଉଥିବାବେଳେ ଏଠାରେ ରହିଥିବା କର୍ମୀ ଓ ନେତାମାନେ ମଧ୍ୟ କାହାର ହାତଧରି ଆଗକୁ ଯିବେ ତାହାକୁ ନେଇ ଦ୍ୱନ୍ଦ୍ୱରେ ପଡିଯାଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

‘ନିର୍ବାଚନ ଅଟକାଇବା ପାଇଁ କରାଯାଇଛି ହତ୍ୟା’, ୟୁନୁସ ସରକାରଙ୍କ ଉପରେ ଗୁରୁତର ଅଭିଯୋଗ ଆଣିଲେ ହାଦିଙ୍କ ଭାଇ

ଢାକା,୨୪।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ହତ୍ୟା ପରେ ବାଂଲାଦେଶରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଛି। ଢାକାରେ ହାଦିଙ୍କ ମୁଣ୍ଡରେ ଗୁଳି ମାଡ଼ ହୋଇଥିଲା,...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

ଠାକରେ ବ୍ରଦର୍ସଙ୍କୁ ଏକାଠି କଲା ବିଏମସି ନିର୍ବାଚନ, ଶିବସେନା, ୟୁବିଟି ଏବଂ ଏମଏନଏସ ଘୋଷଣା କଲା ମେଣ୍ଟ

ମୁମ୍ବାଇ,୨୪।୧୨: ବାଲାସାହେବ ଠାକରେଙ୍କ ଶିବସେନା ମହାରାଷ୍ଟ୍ରରେ ପୁଣି ଥରେ ଶକ୍ତିଶାଳୀ ହେଉଥିବା ଦେଖାଯାଉଛି। ତାଙ୍କ ପୁଅ ଉଦ୍ଧବ ଠାକରେ ଏବଂ ଭଣଜା ରାଜ ଠାକରେ, ଯେଉଁମାନେ...

୨୦ ବର୍ଷ ପରେ ଏକାଠି ହେବେ ବାଲ ଠାକରେ-ଉଦ୍ଧବ ଠାକରେ, କହିଲେ ମହାରାଷ୍ଟ୍ରକୁ ନେଇ ଆମର ଚିନ୍ତାଧାରା ଗୋଟିଏ

ମୁମ୍ବାଇ,୨୪।୧୨: ବୃହନମୁମ୍ବାଇ ନଗର ନିଗମ ନିର୍ବାଚନକୁ ନେଇ ରାଜନୈତିକ କାର୍ଯ୍ୟକଳାପ ଜୋରଦାର। ରାଜନୈତିକ ଦଳଗୁଡ଼ିକ ନିର୍ବାଚନ ପାଇଁ ପ୍ରସ୍ତୁତି, ଭୋଟର ସମର୍ଥନ ସଂଗ୍ରହ ପାଇଁ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri