୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨୮ା୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଗତ କିଛିଦିନ ହେବ ପ୍ରବଳ ଖରା ସମଗ୍ର ରାଜ୍ୟକୁ ଉତ୍ତପ୍ତ କରିଛି। ପାରଦ ଉପରମୁହାଁ ହୋଇଛି। ମଙ୍ଗଳବାର ୧୫ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧରେ ସର୍ବାଧିକ ୪୩.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୪୧.୭, ବଲାଙ୍ଗୀର ୪୨.୪, ଅନୁଗୋଳ ୪୨.୭, ବାରିପଦା ୪୨.୫, ଟିଟିଲାଗଡ଼ ୪୨.୫, ନୟାଗଡ଼ ୪୧, ଝାରସୁଗୁଡ଼ା ୪୧,ସମ୍ବଲପୁର ୪୧, ସୁନ୍ଦରଗଡ଼ ୪୧, ହୀରାକୁଦ ୪୦.୯, ତାଳଚେର ୪୨.୩, ଭବାନୀପାଟଣା ୪୦.୮, ସୋନପୁର ୪୧.୮, କଟକ ୩୯, ଫୁଲବାଣୀ ୩୯ ଏବଂ ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୮.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ହେଉଥିବାରୁ ରାଜ୍ୟରେ ତାତି ବୃଦ୍ଧି ପାଇଛି। ସେହିପରି ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ୫୦ ପ୍ରତିଶତରୁ ୮୦ ପ୍ରତିଶତ ମଧ୍ୟରେ ରହୁଥିବାରୁ ଉପକୂଳ ଓଡ଼ିଶାରେ ତାତି ସାଙ୍ଗକୁ ଗୁଳୁଗୁଳି ବଢ଼ିଯାଇଛି।
ଆସନ୍ତା ୨୯ ତାରିଖ ଯାଏ ଗ୍ରୀଷ୍ମ ପ୍ରକୋପ ଜାରି ରହିବ। ଖୋର୍ଦ୍ଧା ଓ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ସମୟରେ ବାହାରକୁ ଯିବା ବେଳେ ସତର୍କ ରହିବାକୁ କୁହାଯାଇଛି। ଗୁରୁବାରଠାରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ଭାଗରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୯ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମେ’ ୧ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ୨ ତାରିଖରେ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ ଏବଂ ୩ ତାରିଖରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ,ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri