୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୨୮ା୪(ବ୍ୟୁରୋ):ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଗ୍ରୀଷ୍ମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଗତ କିଛିଦିନ ହେବ ପ୍ରବଳ ଖରା ସମଗ୍ର ରାଜ୍ୟକୁ ଉତ୍ତପ୍ତ କରିଛି। ପାରଦ ଉପରମୁହାଁ ହୋଇଛି। ମଙ୍ଗଳବାର ୧୫ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବୌଦ୍ଧରେ ସର୍ବାଧିକ ୪୩.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱର ୪୧.୭, ବଲାଙ୍ଗୀର ୪୨.୪, ଅନୁଗୋଳ ୪୨.୭, ବାରିପଦା ୪୨.୫, ଟିଟିଲାଗଡ଼ ୪୨.୫, ନୟାଗଡ଼ ୪୧, ଝାରସୁଗୁଡ଼ା ୪୧,ସମ୍ବଲପୁର ୪୧, ସୁନ୍ଦରଗଡ଼ ୪୧, ହୀରାକୁଦ ୪୦.୯, ତାଳଚେର ୪୨.୩, ଭବାନୀପାଟଣା ୪୦.୮, ସୋନପୁର ୪୧.୮, କଟକ ୩୯, ଫୁଲବାଣୀ ୩୯ ଏବଂ ଚାନ୍ଦବାଲିରେ ସର୍ବୋଚ୍ଚ ତାପମାତ୍ରା ୩୮.୫ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଉତ୍ତର ପଶ୍ଚିମ ଦିଗରୁ ବାୟୁ ପ୍ରବାହ ହେଉଥିବାରୁ ରାଜ୍ୟରେ ତାତି ବୃଦ୍ଧି ପାଇଛି। ସେହିପରି ବାୟୁମଣ୍ଡଳରେ ଆର୍ଦ୍ରତା ପରିମାଣ ୫୦ ପ୍ରତିଶତରୁ ୮୦ ପ୍ରତିଶତ ମଧ୍ୟରେ ରହୁଥିବାରୁ ଉପକୂଳ ଓଡ଼ିଶାରେ ତାତି ସାଙ୍ଗକୁ ଗୁଳୁଗୁଳି ବଢ଼ିଯାଇଛି।
ଆସନ୍ତା ୨୯ ତାରିଖ ଯାଏ ଗ୍ରୀଷ୍ମ ପ୍ରକୋପ ଜାରି ରହିବ। ଖୋର୍ଦ୍ଧା ଓ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଏହି ସମୟରେ ବାହାରକୁ ଯିବା ବେଳେ ସତର୍କ ରହିବାକୁ କୁହାଯାଇଛି। ଗୁରୁବାରଠାରୁ ପାଗରେ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି । ଆସନ୍ତା ୫ ଦିନ ଯାଏ ରାଜ୍ୟର ଅନେକ ଭାଗରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁଯାୟୀ, ୨୯ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ୩୦ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଘଣ୍ଟା ପ୍ରତି ୩୦ରୁ ୪୦ କି.ମି. ବେଗରେ ପବନ ବହିବ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ମେ’ ୧ରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ୨ ତାରିଖରେ ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଳାହାଣ୍ଡି, କନ୍ଧମାଳ ଏବଂ ୩ ତାରିଖରେ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ,ନୟାଗଡ଼ ଏବଂ ଖୋର୍ଦ୍ଧା ଜିଲାର କେତେକ ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?