୧୫ ଦିନ ହେବ ୭୯ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ

ନାଉଗଁା,୭ା୧୨(ସ୍ବ.ପ୍ର): ନାଉଗଁା ବ୍ଲକରେ ୧୧୯ ଅଙ୍ଗନଓ୍ବାଡି କେନ୍ଦ୍ର ମଧ୍ୟରୁ ୭୯ଟି କେନ୍ଦ୍ର ୧୫ ଦିନରୁ ଊର୍ଦ୍ଧ୍ୱ ହେବ ବନ୍ଦ ରହିଛି। ଓଡ଼ିଶା ଅଙ୍ଗନଓ୍ବାଡି ସଂଘର ଆହ୍ବାନକ୍ରମେ ଏସବୁ କେନ୍ଦ୍ରର କର୍ମୀ ଓ ସହାୟିକାମାନେ ୮ ଦଫା ଦାବି ନେଇ ବିଧାନସଭା ନିକଟରେ ପ୍ରତିବାଦ କରୁଛନ୍ତି। ସେମାନଙ୍କ ଦାବି ମଧ୍ୟରେ ୬ ବହିଷ୍କୃତ ଅଙ୍ଗନଓ୍ବାଡି କର୍ମୀଙ୍କ ପୁନଃ ନିଯୁକ୍ତି, ଅଙ୍ଗନଓ୍ବାଡି କର୍ମୀ ଏବଂ ସହାୟିକାଙ୍କ ଦରମା ବୃଦ୍ଧି, ସେମାନଙ୍କୁ ସରକାରୀ ମାନ୍ୟତା ପ୍ରଦାନ ଓ ଖାଲିଥିବା ସମସ୍ତ ସୁପରଭାଇଜର ପଦବୀ ପୂରଣ ଆଦି ଅନ୍ତର୍ଭୁକ୍ତ। ଦାବି ପୁରଣ ନ ହେବା ପର୍ଯ୍ୟନ୍ତ କେନ୍ଦ୍ର ଖୋଲା ହେବା ନାହିଁ ବୋଲି ଓଡ଼ିଶା ଅଙ୍ଗନଓ୍ବାଡି ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏଥିଯୋଗୁ ପ୍ରତି ଗ୍ରାମରେ ଗର୍ଭବତୀ, ପ୍ରସୂତି , ୦-୩ ବର୍ଷ ପର୍ଯ୍ୟନ୍ତ ଶିଶୁ , ପ୍ରାକ୍‌ ବିଦ୍ୟାଳୟ ପ୍ରଭାବିତ ହୋଇଛନ୍ତି। ଗର୍ଭବତୀ, ପ୍ରସୂତି ମା’ ଓ ଶିଶୁମାନେ ଛତୁଆ ଓ ଅଣ୍ଡା ପାଇପାରୁ ନ ଥିବା ବେଳେ ପ୍ରାକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଏକ ପ୍ରକାର ଠପ୍‌ ହୋଇ ଯାଇଛି। ବନ୍ଦ ରହିଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ରରେ ଗର୍ଭବତୀ,ପ୍ରସୂତି ଓ ଶିଶୁଙ୍କୁ କିପରି ସୁଷମ ଖାଦ୍ୟ ଦିଆଯାଇପାରିବ ସେନେଇ ପ୍ରୟାସ ଜାରି ରହିଛି ବୋଲି ସିଡିପିଓ ବାସନ୍ତୀ ମାଇନ କହିଛନ୍ତି। ସିଡିପିଓଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ବୟଂ ସହାୟିକା ଗୋଷ୍ଠୀ ଓ ନିଜସ୍ବ ଉଦ୍ୟମରେ ଖାଦ୍ୟ ବଣ୍ଟନ କରାଯାଉଛି ବୋଲି ସେ କହିଛନ୍ତି। ମାତ୍ର ଅନେକ ସ୍ଥାନରେ ହିତାଧିକାରୀମାନେ ଖାଦ୍ୟ ଗ୍ରହଣ କରୁ ନ ଥିବା ନେଇ ଅଙ୍ଗନଓ୍ବାଡ଼ି କର୍ମୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri