ରୁଷିଆ ସ୍କୁଲରେ ଗୁଳି, ୧୫ ମୃତ,୨୪ ଗୁରୁତର: ନିଜ ଗୁଳିରେ ଟଳିଲେ ଆତତାୟୀ

ମସ୍କୋ, ୨୬ା୯: ରୁଷିଆର ଇଜେଭ୍‌ସ୍କ ସହରରେ ଥିବା ଏକ ସ୍କୁଲରେ ଜଣେ ଆତତାୟୀ ସୋମବାର ଆଖିବୁଜା ଗୁଳି ଚଳାଇଛନ୍ତି। ଏଥିରେ ୧୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୪ ଗୁରୁତର ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୧୧ ସ୍କୁଲ ପିଲା ରହିଛନ୍ତି। ଅଭିଯୁକ୍ତଙ୍କ ନାଁ ଆର୍ତେମ କାଜାଣ୍ଟସେଭ୍‌ (୩୦) ବୋଲି ଜଣାପଡ଼ିଛି। ଆର୍ତେମ ସେହି ସ୍କୁଲର ଛାତ୍ର ଥିଲେ। ହତ୍ୟାକାଣ୍ଡ ପରେ ସେ ନିଜକୁ ଗୁଳି କରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ଟି-ଶର୍ଟରେ ସ୍ବସ୍ତିକା ଚିହ୍ନ ଥିବାରୁ ଆତତାୟୀଙ୍କ ନାଜି ଲିଙ୍କ୍‌ ଥିବା ପୋଲିସ ସନ୍ଦେହ କରୁଛି। ସୂଚନାଯୋଗ୍ୟ, ସ୍କୁଲ ନମ୍ବର-୮୮ରେ ପ୍ରାୟ ୧ ହଜାର ଛାତ୍ରୀଛାତ୍ର ଥିଲେ। ଆର୍ତେନ ୨ଟି ବନ୍ଧୁକ ଧରି ସ୍କୁଲ ଭିତରେ ପଶି ସେଠାରେ ଥିବା ପିଲା ଏବଂ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଗୁଳି କରିଥିଲେ। ଆର୍ତେନକୁ ରୋକିବାକୁ ଉଦ୍ୟମ ବେଳେ ୨ ସିକ୍ୟୁରିଟି ଗାର୍ଡ ନିହତ ହୋଇଥିଲେ। ମୃତକଙ୍କ ମଧ୍ୟରେ ୨ ଶିକ୍ଷକ ମଧ୍ୟ ଅଛନ୍ତି। ଘଟଣା ପରବର୍ତ୍ତୀ ଦୃଶ୍ୟର ଭିଡିଓ ସୋସିଆଲ ମିଡିଆରେ ଅପ୍‌ଲୋଡ୍‌ ହୋଇଛି। ସ୍କୁଲ ଚଟାଣ ସାରା ରକ୍ତ ଛିଟା ପଡ଼ିଥିବା ଏଥିରେ ଦେଖିବାକୁ ମିଳିଛି। ପୋଲିସ ହତ୍ୟାକାରୀଙ୍କ ବାବଦରେ ଅଧିକ ତଥ୍ୟ ସଂଗ୍ରହ କରୁଛି। ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଏହାକୁ ଆତଙ୍କବାଦୀ କାର୍ଯ୍ୟ କହିବା ସହ ଏଥିରେ ଫାସୀବାଦୀ ସଙ୍ଗଠନର ହାତ ଥିବା ଅଭିଯୋଗ ଆଣିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

ବୁଧଙ୍କ କୃପାରୁ ଚମକିବ ଭାଗ୍ୟ: ଏହି ୫ଟି ରାଶିର ଲୋକେ ହେବେ ମାଲାମାଲ୍‌, ଧନବର୍ଷା ସାଙ୍ଗକୁ ବଢ଼ିବ ସୁଖ-ସମୃଦ୍ଧି

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ବୁଧଙ୍କୁ ବୁଦ୍ଧି, ବାଣୀ, ବ୍ୟାପାର, ଗଣିତ, ଶିକ୍ଷା, ତର୍କ ଶକ୍ତି ଏବଂ ଯୋଗାଯୋଗର କାରକ ଗ୍ରହ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ବୁଧ…

ବିନା ଇଣ୍ଟରନେଟ୍‌ରେ ବି କରିପାରିବେ Google Maps ବ୍ୟବହାର, ଜାଣନ୍ତୁ ଏହି ସହଜ ଉପାୟ

ନୂଆଦିଲ୍ଲୀ,୧୭।୬: ଗୁଗଲ୍ ମ୍ୟାପ୍ସ ଏବେ କେବଳ କୌଣସି ସ୍ଥାନର ରାସ୍ତା ଦେଖାଇବା ପାଇଁ ଏକ ସାଧାରଣ ଆପ୍ ହୋଇ ରହିନାହିଁ, ବରଂ ଏହା ଏକ ସମ୍ପୂର୍ଣ୍ଣ ‘ଡିଜିଟାଲ୍…

୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ: ଗଞ୍ଜାମ, ଯାଜପୁର ସମେତ ୯ଟି ଜିଲାରେ ହେବ…

ଭୁବନେଶ୍ୱର, ୧୭।୬: ରାଜ୍ୟର ୯ଟି ଜିଲାରେ ୨୦ ମେଗା ପ୍ରକଳ୍ପକୁ ମିଳିଲା ଅନୁମୋଦନ। ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା HLCA ବୈଠକରେ ଅନୁମୋଦନ ମିଳିଛି। ୭୬ ହଜାର…

ରବି ଧାନ କିଣାରେ ଅଚଳାବସ୍ଥା, କେଉଁ ଚାଷୀଙ୍କ ଧାନ ପ୍ରଥମେ କିଣାଯିବ? ସୃଷ୍ଟି ହେଲା ସମସ୍ୟା

ତିହିଡ଼ି ୧୭।୬ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ…

କୁରାଢ଼ି ଆକ୍ରମଣ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବଞ୍ଚୋ, ୧୭।୬:(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ପଞ୍ଚୁଗୋଛିଆ ପଂଚାୟତ ସହାନନ୍ଦପୁର ଗ୍ରାମରେ ଘଟିଥିବା ଏକ କୁରାଢ଼ି ଆକ୍ରମଣ ମାମଲାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…

ବଡ଼ କାର୍ଯ୍ୟାନୁଷ୍ଠାନ ନେଲେ ପିସିସି ସଭାପତି: ଦେବୀ ବିଷୋୟୀଙ୍କୁ କଂଗ୍ରେସରୁ କଲେ ନିଲମ୍ବନ

ଭଞ୍ଜନଗର,୧୭।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ପିସିସି ସଭ୍ୟ ଦେବୀ ବିଷୋୟୀଙ୍କୁ ବୁଧବାର କଂଗ୍ରେସ ଦଳରୁ ନିଲମ୍ବିତ କରାଯାଇଛି। ଦଳୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri