ନାଲସିଂହରେ ୧୫ ଟିକିଆ ହାତୀପଲ

ନିରାକାରପୁର,୧୭ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ହାତୀ ଉପଦ୍ରବ ଲାଗି ରହିଛି। ଶୁକ୍ରବାର ରାତିରେ ପଟିଆରୁ ୧୫ ଟିକିଆ ହାତୀପଲ୍ଲ ଆସି ଅଚ୍ୟୁତପୁର ପଞ୍ଚାୟତ ନାଲସିଂହ ଜଙ୍ଗଲରେ ରହିଥିବା ଜଣାପଡ଼ିଛି। ଫଳରେ ସ୍ଥାନୀୟ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏମାନଙ୍କୁ ଘଉଡାଇବା ଲାଗି ସାଧାରଣରେ ଦାବି ହେଉଛି। ପ୍ରକାଶ ଯେ, ଦୀର୍ଘଦିନ ହେବ ଟାଙ୍ଗୀ ବନାଞ୍ଚଳରେ ୨ ଓ ଗୟାବନ୍ଧ ଜଙ୍ଗଲରେ ୬ ହାତୀ ରହିଆସୁଥିଲେ। ଏମାନେ ସନ୍ଧ୍ୟାହେଲେ ଖାଦ୍ୟ ଅନ୍ବେଷଣରେ ବଘେଇପୁଟ, ନାରଗଦା, କମାଗୁରୁ, ନିଧିପୁର, ମୁକ୍ତାପୁର, ଗୟାବନ୍ଧ, ଗୋଳବାଇ, ଗୋଡିପଡା, ଟାଙ୍କୋଳ, କଲରାଝର ହଜ, ସିକୋ ଆଦି ଅଞ୍ଚଳରେ ପଶି ଫସଲ ଖାଇବା ସହ ନଷ୍ଟ କରୁଛନ୍ତି। ଏଥିସହିତ ଘର ଭାଙ୍ଗୁଥିବା ନଜିର ରହିଛି। ଫଳରେ ସ୍ଥାନୀୟ ଗ୍ରାମବାସୀ ଭୟଭୀତ ଅବସ୍ଥାରେ ରହିବା ସହ ସନ୍ଧ୍ୟା ହେଲେ ଘରୁ ବାହାରୁ ନ ଥିବା ଜଣାପଡ଼ିଛି। ଏନେଇ ଟାଙ୍ଗୀ ବନାଞ୍ଚଳ ଅଧିକାରୀ ରବୀନ୍ଦ୍ର ପଣ୍ଡା କହିଛନ୍ତି, ପୂର୍ବରୁ ୬ ହାତୀ ରହିଥିବା ବେଳେ ଏବେ ପଟିଆ ଅଞ୍ଚଳରୁ ଆଉ ୧୫ ହାତୀ ଆସିଛନ୍ତି। ନାଲସିଂହଠାରେ ୧୯ ହାତୀ ଥିବା ବେଳେ ନାରଗଦାରେ ୨ ରହିଛନ୍ତି ବୋଲି ସେ କହିଛନ୍ତି। ଅନ୍ୟପଟେ ହାତୀଙ୍କୁ ଘଉଡ଼ାଇବା ପାଇଁ ବନବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଛି ବୋଲି ଭୂଷଣ୍ଡପୁର ଫରେଷ୍ଟର ସିଧୁଚରଣ ସିଂ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ଅପଦସ୍ତ ହେଲେ ନିଶା ମହାରଣା: ପେଣ୍ଡାଲ ଉପରକୁ ଚେୟାର ଫୋପାଡିଲେ ଦର୍ଶକ

ଲକ୍ଷ୍ମୀପୁର,୧୦।୧୨(ଅନନ୍ତ ପ୍ରସାଦ ନାୟକ): ପୁଣି ବିବାଦୀୟ ଯାତ୍ରୀ କଳାକାର ନିଶା ମହାରଣାଙ୍କ ପାଇଁ ସୃଷ୍ଟି ହୋଇଛି ଉତ୍ତେଜନା। କୋରାପୁଟ ଲକ୍ଷ୍ମୀପୁରରେ ଅନୁଷ୍ଠିତ ହେଉଥିବା ଅଷ୍ଟଶମ୍ଭୁ ଅପେରାରେ...

ସମ୍ପର୍କର ସେତୁ ସାପ୍ତାହିକ ହାଟ: ମିଳୁଛି ଭଳିକି ଭଳି ସାମଗ୍ରୀ, ବଢୁଛି ଭାଇଚାରା

ଦାରିଙ୍ଗବାଡି,୧୦।୧୨(ଅରୁଣ ସାହୁ): ଓଡିଶାର କଶ୍ମୀର ଦାରିଙ୍ଗବାଡିର ବ୍ରାହ୍ମଣୀଗାଁ ସମେତ କାଟିଙ୍ଗିଆ, ଗଦାପୁର, ସିକରମାହା, ଦାରିଙ୍ଗବାଡି, ସିମନବାଡି, ବୁଡାମାହା ଛକ, ବୁଡ଼ାଗୁଡା ଠାରେ ବିଭିନ୍ନ ଦିନ ମାନଙ୍କରେ...

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri