ଗୋରୁ ଗୁହାଳରୁ ୧୫ ଫୁଟର ବଉଳା କୁମ୍ଭୀର ଉଦ୍ଧାର: ଖେଳିଗଲା ଆତଙ୍କ,ଦେଖନ୍ତୁ VIDEO

ମହାକାଳପଡ଼ା,୨୩।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ବିଭିନ୍ନ ନଦୀ-ନାଳରେ ଏବେ ମାଳ ମାଳ କୁମ୍ଭୀର ଭାସୁଥିବା ଦେଖିବାକୁ ମିଳୁଛି। ନଦୀରେ ପ୍ରାକୃତିକ ଖାଦ୍ୟ ମାଛ ଓ କଙ୍କଡ଼ାର ଘୋର ଅଭାବ ଦେଖାଦେବାରୁ କୁମ୍ଭୀରଗୁଡ଼ିକ ଖାଦ୍ୟ ସନ୍ଧାନରେ ଗାଁ ଗହଳି, ଗାଡ଼ିଆ, ପୋଖରୀ ଓ ନାଳ ଦେଇ ମଣିଷ ବସତି ଆଡ଼କୁ ମୁହାଁଉଛନ୍ତି। ଏହାଯୋଗୁ ସ୍ଥାନୀୟ ଅଞ୍ଚଳରେ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।

ମିଳିଥିବା ସୂଚନା ଅନୁସାରେ, ମହାକାଳପଡ଼ା ବ୍ଲକ ଅଧୀନ ଗୋବରୀ ନଦୀ ପାର୍ଶ୍ୱସ୍ଥ ବଗଗହଣ ଗ୍ରାମରେ ବିଳମ୍ବିତ ରାତିରେ ଏକ ୧୫ ଫୁଟ ଲମ୍ବର ବଉଳା କୁମ୍ଭୀର ଗୋରୁ ଶିକାର କରିବା ଲକ୍ଷ୍ୟରେ ଜଣଙ୍କ ଗୁହାଳ ଘରେ ପ୍ରବେଶ କରିଥିଲା। ସକାଳୁ ଗ୍ରାମବାସୀଙ୍କୁ ଦେଖି କୁମ୍ଭୀରଟି ନିକଟସ୍ଥ ପୋଖରୀକୁ ଖସି ପଳାଇଥିଲା। ଘଟଣା ସମ୍ପର୍କରେ ପରିବାର ଲୋକେ ଗ୍ରାମବାସୀଙ୍କୁ ଜଣାଇବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଥିଲା।

ଖବର ପାଇ ବନ ବିଭାଗ କର୍ମଚାରୀମାନେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ଜାଲ ପକାଇ କୁମ୍ଭୀରଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ। ଉଦ୍ଧାର କୁମ୍ଭୀରକୁ ଭିତରକନିକା ସଂରକ୍ଷିତ ନାଳରେ ଛାଡ଼ି ଦିଆଯିବ ବୋଲି ମହାକାଳପଡ଼ା ରେଞ୍ଜ ଅଧିକାରୀ ଶାନ୍ତନୁ କୁମାର ଦଳାଇ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କଲା ଆଇସିସି: ନମ୍ବର-୧ ବୋଲର ହେଲେ ପାକିସ୍ତାନର ଏହି ଖେଳାଳି

ନୂଆଦିଲ୍ଲୀ,୨୩।୯: ଆଇସିସି ପକ୍ଷରୁ ଟି-୨୦ ବୋଲରଙ୍କ ନୂଆ ରାଙ୍କିଙ୍ଗ୍‌ ଜାରି କରାଯାଇଛି। ଏଥିରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପାକିସ୍ତାନର ସ୍ପିନର ଅବରାର ଅହମ୍ମଦ ୭୩୬ ରେଟିଂ…

ରେଳଧାରଣାରେ ଯିବାବେଳେ ୪ ଜଣଙ୍କୁ ଚାପିଦେଲା ରାଜାରାଣୀ ଏକ୍ସପ୍ରେସ

ଗଜପତି,୨୩।୯(ଗିରିଧାରୀ ପରିଛା): ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଆସୁଥିବା ରାଜାରାଣୀ ଏକ୍ସପ୍ରେସ ଧକ୍କାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଟେକେଲି ଗ୍ରାମ ନିକଟସ୍ଥ…

ବିଧାନସଭାରେ ମନ୍ତ୍ରୀଙ୍କ ବଡ଼ ସୂଚନା: ରାଶନ କାର୍ଡରୁ ବାଦ୍‌ ପଡିଲେ…

ଭୁବନେଶ୍ୱର,୨୩।୯: ରାଜ୍ୟରେ ନୂତନ ରାଶନ କାର୍ଡ (Ration Card) ପାଇଁ ଆବେଦନ କରିଥିବା ହିତାଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ବିଧାନସଭାରେ ବିଧାୟକ ବ୍ୟୋମକେଶ ରାୟଙ୍କ…

ସମୁଦ୍ର ଅଶାନ୍ତ: ପାରାଦୀପ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଜାରି

ପାରାଦୀପ,୨୩।୯(ଶରତ ରାଉତ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ବୁଧବାର ସମୁଦ୍ର ଅତ୍ୟନ୍ତ ଅଶାନ୍ତ ହୋଇପଡ଼ିଛି। ସମୁଦ୍ରରେ ଉଚ୍ଚ ଢେଉ ସହ ବିପଦଜନକ ପରିସ୍ଥିତି ସୃଷ୍ଟି ହୋଇଥିବାରୁ ସମୁଦ୍ର…

ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ବଡ଼ ଅଦଳବଦଳ: ଜାଣନ୍ତୁ କେଉଁ ଖେଳାଳି କେତେ ସ୍ଥାନରେ…

ନୂଆଦିଲ୍ଲୀ,୨୩।୯: ଆଇସିସି ଟି-୨୦ ରାଙ୍କିଙ୍ଗ୍‌ରେ ପୁଣିଥରେ ବଡ଼ ଅଦଳବଦଳ ଦେଖିବାକୁ ମିଳିଛି। ନୂଆ ରାଙ୍କିଙ୍ଗ୍‌ରେ ଭାରତର ଇଶାନ କିଶନ ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ତେବେ ତାଙ୍କ…

ଝରକା ଗ୍ରୀଲ କାଟି ବ୍ୟାଙ୍କରୁ ଲୁଟ: ପୋଲିସ ତଦନ୍ତ ଆରମ୍ଭ

ବାଲେଶ୍ୱର, ୨୩।୯ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସଦର ବ୍ଲକ ଅନ୍ତର୍ଗତ ଶ୍ରୀରାମପୁରସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଶାଖାରୁ ମଙ୍ଗଳବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଝରକା ଗ୍ରୀଲ କାଟି…

ରାଜନୀତିରେ ବଡ଼ ହଲଚଲ: ହଠାତ୍‌ ଇସ୍ତଫା ଦେଲେ କଂଗ୍ରେସ ବିଧାୟକ

ବେଙ୍ଗାଲୁରୁ,୨୩।୯: କଂଗ୍ରେସ ବିଧାୟକ ୟଶବନ୍ତରାୟଗୌଡା ପାଟିଲ ବିଧାୟକ ପଦରୁ ଇସ୍ତଫା ଦେଇଛନ୍ତି। ‘ଇଣ୍ଡି ତାଲୁକ’କୁ ମରୁଡ଼ିଗ୍ରସ୍ତ ଘୋଷଣା ନକରାଯିବାର ପ୍ରତିବାଦରେ ସେ ଏହି ପଦକ୍ଷେପ ନେଇଥିବା ଜଣାପଡ଼ିଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ରବିବାର ବି ଖୋଲା ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୨୩।୯: ବ୍ୟାଙ୍କ ୟୁନିଅନଗୁଡ଼ିକ ପକ୍ଷରୁ ତିନିଦିନିଆ ବ୍ୟାଙ୍କ ହଡତାଳ ଡାକରା ଦିଆଯାଇଥିବା ବେଳେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ଆସନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?