୧୫ IPS ଅଫିସରଙ୍କୁ ଦିଆଗଲା ୧୭ ଜିଲା ନିରୀକ୍ଷଣ ଦାୟିତ୍ୱ, ଜାଣନ୍ତୁ କେଉଁ ଜିଲାରେ କିଏ…

ଭୁବନେଶ୍ୱର, ୧୦।୬: ଆଇନଶୃଙ୍ଖଳା ସଜାଡ଼ିବା ପାଇଁ ରାଜ୍ୟ ପୋଲିସ ମୁଖ୍ୟାଳୟର ବଡ଼ ପଦକ୍ଷେପ। ୧୫ IPS ଅଫିସରଙ୍କୁ ଦିଆଗଲା ୧୭ଟି ଜିଲାର ସ୍ବତନ୍ତ୍ର ନିରୀକ୍ଷଣ ଓ ତଦାରଖ ଦାୟିତ୍ୱ । କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲା ଦାୟିତ୍ୱ ଦିଆଯାଇଛି। ସ୍ପେଶାଲ ଅପରେଶନ ଏଡିଜି ସଞ୍ଜୀବ ପଣ୍ଡାଙ୍କୁ କୋରାପୁଟ ଓ ରାୟଗଡ଼ା ଦାୟିତ୍ୱ ମିଳିଛି। ସେହିପରି ଅନ୍ୟ ୧୩ ଆଇପିଏସ ଅଫିସରଙ୍କୁ ଗୋଟିଏ ଲେଖାଏ ଜିଲା ନିରୀକ୍ଷଣ ଦାୟିତ୍ୱ ଦିଆଯାଇଛି। ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଜଗତସିଂହପୁର , ରେଳବାଇ ଏଡିଜି ଅରୁଣ ବୋଥ୍ରାଙ୍କୁ ଅନଗୋଳ, ଆଇନ ଓ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାରଙ୍କୁ ସମ୍ବଲପୁର , ଏଡିଜି ରାଜେଶ କୁମାରଙ୍କୁ ନୟାଗଡ଼, ଏଡିଜି ପ୍ରତୀକ ମହାନ୍ତିଙ୍କୁ ଯାଜପୁର, ଏଡିଜି ଯତୀନ୍ଦ୍ର କୋଏଲଙ୍କୁ କଳାହାଣ୍ଡି, ଏଡିଜି ଏସ. ସାଇନିଙ୍କୁ ବଲାଙ୍ଗୀର , ଆଇଜି ଏସ.ପ୍ରବୀଣ କୁମାରଙ୍କୁ କନ୍ଧମାଳ ଜିଲା ଦାୟିତ୍ୱ ମିଳିଛି।

ସେହିପରି ଆଇଜି ଦୀପକ କୁମାରଙ୍କୁ ମାଲକାନଗିରି, ଅନୁପ ସାହୁ ପୁରୀ, ଅବିନାଶ କୁମାର ମୟୂରଭଞ୍ଜ ଓ ସାର୍ଥକ ଷଡ଼ଙ୍ଗୀ କେନ୍ଦ୍ରାପଡ଼ା, ଆଇଜି ଗଜଭିୟେ ସତୀଶ କୁମାର ଈଶ୍ୱରଦାସଙ୍କୁ ଢେଙ୍କାନାଳ ଜିଲା ଦାୟିତ୍ୱ ଦିଆଯାଇଛି। ଆସନ୍ତା ଜୁଲାଇରୁ ସମୀକ୍ଷା ଓ ଯାଞ୍ଚ ପାଇଁ ଆଇପିଏସ ଅଫିସରଙ୍କୁ ନିର୍ଦ୍ଦେଶ ହୋଇଛି। ନିରୀକ୍ଷଣ ଶେଷର ୧୫ ଦିନ ମଧ୍ୟରେ ରିପୋର୍ଟ ଦାଖଲ ବାଧ୍ୟତାମୂଳକ ବୋଲି କୁହାଯାଇଛି।

 

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri