୧୫ ଲୁହାପଥର ବୋଝେଇ ଗାଡ଼ି ଅଟକ

ଆନନ୍ଦପୁର,୭।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ୧୫ ଲୁହାପଥର ବୋଝେଇ ଟ୍ରକ୍‌ ଓ ୪ ବାଲି ବୋଝେଇ ହାଇଓ୍ବା ଅଟକ ରହିଛି। ଓଭରଲୋଡିଂ କାରଣରୁ ବାଲି ବୋଝେଇ ହାଇଓ୍ବା ଜବତ କରାଯାଇଥିବାବେଳେ ରୁଟ୍‌ ପରମିଟ୍‌ ନ ଥିବାରୁ ୧୫ ଲୁହାପଥର ବୋଝେଇ ଟ୍ରକ୍‌ ଅଟକ ରଖାଯାଇଛି। ଏ ସମ୍ପର୍କରେ ଆର୍‌ଟିଓଙ୍କୁ ସୂଚନା ଦିଆଯିବା ସହିତ ଥାନାକୁ ହସ୍ତାନ୍ତର କରାଯାଇଥିବା ଆନନ୍ଦପୁର ତହସିଲଦାର ମାନସ କୁମାର ତ୍ରିପାଠୀ ସୂଚନା ଦେଇଛନ୍ତି।
ସୂଚନା ଅନୁଯାୟୀ, ବୈତରଣୀ ସେତୁରେ ଭାରିଯାନ ଚଳାଚଳ ବିପଦପୂର୍ଣ୍ଣ ରହିଥିବାବେଳେ ଦୈନିକ ବହୁ ସଂଖ୍ୟାରେ ଲୁହାପଥର ବୋଝେଇ ଯାନ ଯାତାୟାତ କରିଥାଆନ୍ତି। ଘଟଣାକୁ ନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ପରେ ଶୁକ୍ରବାର ତହସିଲଦାର ତ୍ରିପାଠୀ ଲୁହାପଥର ବୋଝେଇ ଗାଡ଼ିକୁ ଅଟକ ରଖି କାଗଜପତ୍ର ଯାଞ୍ଚ କରିଥିଲେ। ଅଟକ ୧୫ ଲୁହାପଥର ବୋଝେଇ ଗାଡ଼ିରୁ ୧୧ଟିର ରୁଟ୍‌ ପରମିଟ୍‌ ନ ଥିବା ଓ ୪ ଗାଡ଼ିର ପରମିଟ୍‌ ଥିବା ଥାନା ପକ୍ଷରୁ ସୂଚନା ମିଳିଛି। ଅନ୍ୟପକ୍ଷରେ ଜବତ ୪ ବାଲି ଗାଡ଼ି ମଧ୍ୟରୁ ଦୁଇ ଗାଡ଼ିରୁ ତହସିଲ ପକ୍ଷରୁ ୧୫ ହଜାର ଟଙ୍କା ଲେଖାଏଁ ଜରିମାନା ଆଦାୟ କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri