୨୦୨୪ ସୁଦ୍ଧା ୧୫ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକରେ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର ରୂପାନ୍ତର ପଦକ୍ଷେପ (ଟ୍ରାନ୍ସଫର୍ମେଶନାଲ ଇନିସିଏଟିଭ) ସମ୍ପର୍କରେ ଏକ ଉପସ୍ଥାପନା କରି ଏହି ସୂଚନା ଦେଇଛନ୍ତି। ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ୱବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି। ଏହାଦ୍ବାରା ଓଡିଶାର ଜଳସମ୍ପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ ବୋଲି ସେ କହିଛନ୍ତି।
ଜଳସେଚନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁଦିନର ପ୍ରକଳ୍ପଗୁଡିକୁ ସମ୍ପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗର ପ୍ରଶଂସା କରିଛନ୍ତି। ଅନ୍ୟସବୁ ବିଭାଗ ଏଭଳି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବଲାଙ୍ଗୀର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲାର ଜିଲାପାଳମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ୱରାନ୍ବିତ କରାଯାଇଛି, ସେ ସମ୍ପର୍କରେ ସୂଚନା ଦେଇଥିଲେ। ଆଲୋଚନା, ପର୍ଯ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।
ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସୂଚନା ଦିଆଯାଇଥିଲା। ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗ ଯଥା- ଭୂତଳ ପାଇପ୍‌ ଲାଇନ୍‌ ବ୍ୟବସ୍ଥାର ପ୍ରୟୋଗ, ଜିଓ ସିନ୍ଥେଟିକ୍‌ ମ୍ୟାଟ୍ରେସ ଲାଇନିଂ, ସ୍କ୍ବାଡା, ସ୍ବୟଂକ୍ରିୟ ଜଳ ପରିଚାଳନା ଆଦି ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଇଞ୍ଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ଯ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ୍‌ ୱାର୍କ, ଦାୟିତ୍ୱବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସମ୍ପର୍କରେ ଉପସ୍ଥାପନା ରଖାଯାଇଥିଲା।
ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେଇଆସିଛନ୍ତି। ସ୍ବଚ୍ଛତାର ସହ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ପାଣ୍ଡିଆନ କହିଥିଲେ। ବଲାଙ୍ଗୀର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲାର ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଥିଲେ। ବୈଠକରେ ଯାଜପୁର ଜିଲାରେ ୫-ଟି ସ୍କୁଲ ରୂପାନ୍ତରର ସହଯୋଗ ନେଇ ସ୍କୁଲଗୁଡିକରେ ମିଶନ ଶକ୍ତିର ମହିଳାମାନଙ୍କୁ ଅଭିନବ ଉପାୟରେ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳସମ୍ପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri