୨୦୨୪ ସୁଦ୍ଧା ୧୫ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ ସରକାରଙ୍କ ରୂପାନ୍ତର ଶୃଙ୍ଖଳାର ପ୍ରଥମ ବୈଠକରେ ଜଳସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ବିଭାଗର ରୂପାନ୍ତର ପଦକ୍ଷେପ (ଟ୍ରାନ୍ସଫର୍ମେଶନାଲ ଇନିସିଏଟିଭ) ସମ୍ପର୍କରେ ଏକ ଉପସ୍ଥାପନା କରି ଏହି ସୂଚନା ଦେଇଛନ୍ତି। ଏହିସବୁ ପ୍ରକଳ୍ପରେ ପ୍ରଯୁକ୍ତିବିଦ୍ୟା, ଟିମ୍‌ ୱାର୍କ, ଦାୟିତ୍ୱବାନ ପୁନର୍ବାସ ନୀତି, ଶ୍ରମିକ କଲ୍ୟାଣ ଆଦିର ସଫଳ ପ୍ରୟୋଗ କରାଯାଇଛି। ଏହାଦ୍ବାରା ଓଡିଶାର ଜଳସମ୍ପଦ କ୍ଷେତ୍ରରେ ଏକ ରୂପାନ୍ତର ଆସିପାରିବ ବୋଲି ସେ କହିଛନ୍ତି।
ଜଳସେଚନ ପ୍ରକଳ୍ପଗୁଡିକର କାର୍ଯ୍ୟକାରିତା କ୍ଷେତ୍ରରେ ୫-ଟି କାର୍ଯ୍ୟକ୍ରମର ସଫଳ ପ୍ରୟୋଗ କରି ବହୁଦିନର ପ୍ରକଳ୍ପଗୁଡିକୁ ସମ୍ପୂର୍ଣ୍ଣ କରିବା ପାଇଁ ପଦକ୍ଷେପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ଜଳ ସମ୍ପଦ ବିଭାଗର ପ୍ରଶଂସା କରିଛନ୍ତି। ଅନ୍ୟସବୁ ବିଭାଗ ଏଭଳି ଅଭିନବ ପ୍ରୟୋଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବଲାଙ୍ଗୀର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲାର ଜିଲାପାଳମାନେ ସେଠାରେ ଚାଲିଥିବା ଜଳସେଚନ ପ୍ରକଳ୍ପଗୁଡିକରେ ବିସ୍ଥାପନ ପ୍ରକ୍ରିୟାକୁ କିପରି ତ୍ୱରାନ୍ବିତ କରାଯାଇଛି, ସେ ସମ୍ପର୍କରେ ସୂଚନା ଦେଇଥିଲେ। ଆଲୋଚନା, ପର୍ଯ୍ୟାଲୋଚନା, ସମ୍ବେଦନଶୀଳ ବ୍ୟବସ୍ଥା ଓ ଲୋକଙ୍କ ଭିତରେ ଭରସା ସୃଷ୍ଟି ଜରିଆରେ ବିସ୍ଥାପନ ପ୍ରକ୍ରିୟା ତ୍ୱରାନ୍ବିତ ହୋଇପାରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।
ଏହି ଉପସ୍ଥାପନରେ ଦେଓ ପ୍ରକଳ୍ପ, ଲୋୟର ସୁକତେଲ ପ୍ରକଳ୍ପ, ସୁବର୍ଣ୍ଣରେଖା, କାନୁପୁର, ଛେଳିଗଡ, ରେଙ୍ଗାଲି ଦକ୍ଷିଣ କେନାଲ, ରେଙ୍ଗାଲି ବାମ କେନାଲ ଏବଂ ଆହୁରି ଅନେକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସୂଚନା ଦିଆଯାଇଥିଲା। ପ୍ରଯୁକ୍ତି ବିଦ୍ୟାର ବ୍ୟାପକ ପ୍ରୟୋଗ ଯଥା- ଭୂତଳ ପାଇପ୍‌ ଲାଇନ୍‌ ବ୍ୟବସ୍ଥାର ପ୍ରୟୋଗ, ଜିଓ ସିନ୍ଥେଟିକ୍‌ ମ୍ୟାଟ୍ରେସ ଲାଇନିଂ, ସ୍କ୍ବାଡା, ସ୍ବୟଂକ୍ରିୟ ଜଳ ପରିଚାଳନା ଆଦି ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ସମ୍ପର୍କରେ ସୂଚନା ଦିଆଯାଇଥିଲା। ଇଞ୍ଜିନିୟରିଂ ଜ୍ଞାନକୌଶଳ ବ୍ୟତୀତ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଠାରୁ ଆରମ୍ଭ କରି ସର୍ବନିମ୍ନ ସ୍ତର ପର୍ଯ୍ୟନ୍ତ ତୁରନ୍ତ ନିଷ୍ପତ୍ତି ଓ ଟିମ୍‌ ୱାର୍କ, ଦାୟିତ୍ୱବାନ ପୁନର୍ବାସ, ସମ୍ବେଦନଶୀଳ ଯୋଗାଯୋଗ ସମ୍ପର୍କରେ ଉପସ୍ଥାପନା ରଖାଯାଇଥିଲା।
ପ୍ରାରମ୍ଭିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ କହିଥିଲେ, ମୁଖ୍ୟମନ୍ତ୍ରୀ ସାଧାରଣ ଜୀବନରେ ସବୁବେଳେ ସ୍ବଚ୍ଛତା ଉପରେ ଗୁରୁତ୍ୱ ଦେଇଆସିଛନ୍ତି। ସ୍ବଚ୍ଛତାର ସହ ଅଭିନବ ଉପାୟରେ ରାଜ୍ୟର ବିକାଶ ପାଇଁ ପଦକ୍ଷେପ ନେଲେ, ମୁଖ୍ୟମନ୍ତ୍ରୀ ସବୁବେଳେ ତାଙ୍କର ସହଯୋଗ ଓ ସହାୟତା ଯୋଗାଇବାକୁ ପ୍ରସ୍ତୁତ ବୋଲି ପାଣ୍ଡିଆନ କହିଥିଲେ। ବଲାଙ୍ଗୀର ଜିଲାର ବିଭିନ୍ନ ଜଳସେଚନ ପ୍ରକଳ୍ପଗୁଡିକ ଯେଭଳି ଭାବେ ଅଗ୍ରଗତି କରୁଛି, ଆଗାମୀ ୨-୩ ବର୍ଷ ମଧ୍ୟରେ ଏହା ଏକ ଶସ୍ୟଶ୍ୟାମଳା ଜିଲାର ପ୍ରସିଦ୍ଧି ଅର୍ଜନ କରିବ ବୋଲି ସେ କହିଥିଲେ। ବୈଠକରେ ଯାଜପୁର ଜିଲାରେ ୫-ଟି ସ୍କୁଲ ରୂପାନ୍ତରର ସହଯୋଗ ନେଇ ସ୍କୁଲଗୁଡିକରେ ମିଶନ ଶକ୍ତିର ମହିଳାମାନଙ୍କୁ ଅଭିନବ ଉପାୟରେ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ସମ୍ପର୍କରେ ଏକ ଭିଡିଓ ଚିତ୍ର ପ୍ରଦର୍ଶନ କରାଯାଇଥିଲା। ବୈଠକରେ ଅର୍ଥମନ୍ତ୍ରୀ, ରାଜସ୍ବ ମନ୍ତ୍ରୀ, ନଗର ଉନ୍ନୟନ ଓ ଗୃହ ନିର୍ମାଣ ମନ୍ତ୍ରୀ, ଶକ୍ତି ମନ୍ତ୍ରୀ, ଜଳସମ୍ପଦ ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?