୧୫ କେଜି ଗଞ୍ଜେଇ ଜବତ: ବନ୍ଧା ହେଲେ ୩ ଅଭିଯୁକ୍ତ

କୁଚିଣ୍ଡା,୯ା୧୨(ଡି.ଏନ୍‌.ଏ.)- କୁଚିଣ୍ଡା ଅବକାରୀ ବିଭାଗ ଶୁକ୍ରବାର ପୃଥକ୍‌ ସ୍ଥାନରେ ଚଢାଉ କରି ୧୪କେଜି ୬୦୦ଗ୍ରାମ ଗଞ୍ଜେଇ ଜବତ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ କୁଚିଣ୍ଡା ଥାନା ଡିମିରିମୁଣ୍ଡା ପଞ୍ଚାୟତ ଝାରମୁଣ୍ଡା ଗ୍ରାମର ସୁମନ୍ତ ସାହୁ, କୁଚିଣ୍ଡା ଏନ୍‌ଏସି ରାଜଧାନୀ ପଡାର ରାସେଦୁଲ ଇସଲାମ ସେଖ ଓ ଜହ୍ନ କରାଟ। ସୂଚନାକ୍ରମେ ସକାଳେ ଅବକାରୀ ବିଭାଗ ବିଶେଷ ସୂତ୍ରରୁ ଖବର ପାଇ ସୁମନ୍ତଙ୍କ ଘରେ ଚଢାଉ କରି ୧କେଜି ୨ଶହ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ ଗିରଫ କରିଥିଲା। ସେହିପରି ରାସେଦୁଲଙ୍କୁ ଗଜପତିରୁ ବସଯୋଗେ ଆସି ଜହ୍ନ ୧୩କେଜି ୪୦୦ଗ୍ରାମ ଗଞ୍ଜେଇ କାନାଡା ବ୍ୟାଙ୍କ ନିକଟରେ ହସ୍ତାନ୍ତର କରୁଥିବା ବେଳେ ଅବକାରୀ ବିଭାଗ ସେମାନଙ୍କୁ କାବୁ କରିଥିଲା। ଅବକାରୀ ବିଭାଗ ପକ୍ଷରୁ ଏ ନେଇ ପୃଥକ୍‌ ମାମଲା ରୁଜୁ କରାଯାଇ ୩ଅଭିଯୁକ୍ତଙ୍କୁ ଏସ୍‌ଡିଜେଏମ୍‌ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଚଢାଉରେ ଅବକାରୀ ଇନ୍ସପେକ୍ଟର ପବିତ୍ର ମୋହନ ମାଝି, ସବ୍‌ଇନ୍ସପେକ୍ଟର ହୀରାଧର ଦଲପତି, ଏଏସ୍‌ଆଇ କୌଶିକ ତ୍ରିପାଠୀ, ସମୀର କୁମାର ସାଇଁ, କନଷ୍ଟେବଳ ଜଗନ୍ପାଥ ମୁଣ୍ଡା ପ୍ରମୁଖ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri