୧୫ କି.ମି. ରାସ୍ତା ପାଇଁ ପୁଣି ୧୮ କୋଟି ଖର୍ଚ୍ଚ ହେବ

ପଟ୍ଟାମୁଣ୍ଡାଇ,୨୮।୮(ସ୍ବ.ପ୍ର.):  ପଟ୍ଟାମୁଣ୍ଡାଇ ବାଇପାସ୍‌ ପାଖରୁ ବାହାରିଥିବା ପଟ୍ଟାମୁଣ୍ଡାଇ-ରାଜନଗର ଉତିକଣ ଘେରି ବନ୍ଧ ପୁରୁଣା ରାସ୍ତା ଗୁରୁତ୍ୱ ବହନ କରେ। ଏହି ରାସ୍ତାର ମରାମତି ନାମରେ ବାରମ୍ବାର ବିପୁଳ ଅର୍ଥ ଖର୍ଚ୍ଚ ହୋଇସାରିଲାଣି। ପୁଣି ୧୫ କିମି ରାସ୍ତା ପାଇଁ ୧୮ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ଆରମ୍ଭ ହୋଇଛି। ରାସ୍ତା ନିର୍ମାଣ ଲାଗି ବାରମ୍ବାର ଅର୍ଥବ୍ୟୟ ସତ୍ତ୍ୱେ ସ୍ଥିତିରେ ସୁଧାର ଆସୁନି। ଫଳରେ ବସ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ୫୦ ହଜାର ଲୋକ ହଇରାଣ ହେଉଛନ୍ତି।
ଆଇନଜୀବୀ ବିଜ୍ଞାନ ଜେନା କୁହନ୍ତି, ପଟ୍ଟାମୁଣ୍ଡାଇଠାରୁ ଅଳଭା ଭାୟା ମଦନପୁର ଦେଇ ଭିତରକନିକା, ରାଜନଗର, ଡାଙ୍ଗମାଳ, ଗୁପ୍ତି, ବାବର, ଜମ୍ବୁ ଆଦି ବଜାରକୁ ସ୍ପର୍ଶ କରିଛି ଏହି ଦଶହଜାରି ଉତିକଣ ଘେରିବନ୍ଧ ରାସ୍ତା। ଏହି ୧୫ କିମି ଦୂରତାବିଶିଷ୍ଟ ରାସ୍ତା ଯଥେଷ୍ଟ ଗୁରୁତ୍ୱ ବହନ କରୁଛି। ରାସ୍ତାର ମରାମତି ନାମରେ ୯୯ ଲକ୍ଷ ଟଙ୍କା ବ୍ୟୟ ହେଉଛି। ଠିକାଦାରମାନଙ୍କ ନିମ୍ନମାନର ମରାମତି କାମ ଯୋଗୁ ରାସ୍ତା ମରଣଯନ୍ତା ପାଲଟୁଛି। ଏଥିପାଇଁ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣାମାନ ଘଟିଥିବା ନଜିର ରହିଛି। ନିମ୍ନମାନର କାମ ଯୋଗୁ ବିଭିନ୍ନ ସ୍ଥାନରେ ପିଚୁ ଉଠିଯିବା, କେଉଁଠି ଗୋଟିଏ ପାର୍ଶ୍ୱ ତ ଅନ୍ୟକେଉଁଠି ୨ ପାର୍ଶ୍ୱରୁ ପିଚୁ ଉଠିଯାଇ ଖାଲ ସୃଷ୍ଟି ହେବା, ଫାଟ ଦେଖାଯିବା, ରାସ୍ତା ଦବିଯିବା ଏହି ରାସ୍ତାର ସବୁଦିନିଆ ଅବସ୍ଥା। ସମ୍ପୂର୍ଣ୍ଣ ରାସ୍ତାଟି କୌଣସି ସମୟରେ ପୂର୍ଣ୍ଣ ବ୍ୟବହାର ଉପଯୋଗୀ ହୋଇପାରୁନାହିଁ। ଜିଲା ଯୁବ କଂଗ୍ରେସ ସଭାପତି ସତ୍ୟପ୍ରିୟ ସାମଲ କୁହନ୍ତି, କେନ୍ଦ୍ରାପଡ଼ା ପୂର୍ତ୍ତ ବିଭାଗ ଡିଭିଜନ-୧ ଅଧୀନରେ ଥିବା ବ୍ରାହ୍ମଣୀ ନଦୀ ବନ୍ୟା ନିରୋଧକ ବନ୍ଧ ପଟ୍ଟାମୁଣ୍ଡାଇ-ରାଜନଗର ରାସ୍ତାକୁ ୨୦୨୦-୨୧ ଆର୍ଥତ୍କ ବର୍ଷରେ ନିର୍ମାଣ ଓ ମରାମତି ପାଇଁ ୬୩ ଲକ୍ଷ ଟଙ୍କା ବ୍ୟୟ ହୋଇଥିବା ସୂଚନା ଅଧିକାର ଆଇନ ବଳରେ ଜଣାପଡ଼ିଥିଲା। ପୁଣି ସେହି ରାସ୍ତାରେ ୨୦୨୧-୨୨ ମାର୍ଚ୍ଚରେ ବିଭାଗ ପକ୍ଷରୁ ପଟ୍ଟାମୁଣ୍ଡାଇ ବାଇପାସ୍‌ ପାଖରୁ ଅଳଭା ପର୍ଯ୍ୟନ୍ତ ୩୬ ଲକ୍ଷ ଟଙ୍କା ଅଟକଳ କରାଯାଇ ରାସ୍ତା ମରାମତି କରାଯାଇଥିଲା। ଏବେ ପୁଣି ସେହିସବୁ ସ୍ଥାନରେ ପିଚୁରୁ ଗୋଡ଼ି ଉଠିଯାଇ ଚଳପ୍ରଚଳରେ ବାଧା ସୃଷ୍ଟି ହୋଉଛିି। ନିମ୍ନମାନର କାର୍ଯ୍ୟ ଯୋଗୁ ଏପରି ସମସ୍ୟା ହେଉଥିବା ଲୋକେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ସେହି ୧୫ କିମି ରାସ୍ତାର ପ୍ରଶସ୍ତୀକରଣ ଓ ଉନ୍ନତୀକରଣ ପାଇଁ ପୁଣି ଏବେ ୧୮ କୋଟି ଟଙ୍କାର ବ୍ୟୟ ଅଟକଳରେ ନିର୍ମାଣ ନିମନ୍ତେ ଠିକାଦାରଙ୍କୁ କାର୍ଯ୍ୟାଦେଶ ମିଳିଛି। ହେଲେ ଅଟକଳ ଅନୁଯାୟୀ କାମ ଠିକ୍‌ ଭାବେ ହେଉ ନ ଥିବା ଅଭିଯୋଗ ହେଉଛି। ଶାସନ, ଶ୍ରୀରାମପୁର, ଡାମରପୁର, ବଳଭଦ୍ରପୁର, ସଂସାରଫଳ, ଖଣତା, ଚନ୍ଦନନଗର ପ୍ରଭୃତି ପଞ୍ଚାୟତ ଓ ପଟ୍ଟାମୁଣ୍ଡାଇ ପୌରାଞ୍ଚଳର ୧୧ଟି ୱାର୍ଡର ଲୋକ ଯାତାୟାତରେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ରାସ୍ତାରେ ଥିବା ଖାଲଖମା ମରାମତି କରି ବସ୍‌ ଚଳାଚଳ ଉପଯୋଗୀ କରିବା ଜରୁରୀ ହୋଇପଡ଼ିଛି। ଏ ଦିଗରେ ବିଭାଗୀୟ ଅଧିକାରୀ ତୁରନ୍ତ ପଦକ୍ଷେପ ଗ୍ରହଣ ନ କଲେ ଲୋକମାନେ ରାଜରାସ୍ତାକୁ ଓହ୍ଲାଇବେ ବୋଲି ସାମଲ କହିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ସହନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ନାୟକଙ୍କୁ ଯୋଗାଯୋଗ କରିବାରୁ ନିର୍ମାଣ କାର୍ଯ୍ୟରେ କୌଣସି ଅନିୟମିତତା ନାହିଁ। ତେବେ ଗାଡ଼ିମୋଟରର ଅତ୍ୟଧିକ ଭାଇବ୍ରେଶନ ହେବାରୁ ଏଠାରେ ଥିବା ମାଟି ସହ୍ୟ କରିପାରୁନାହିଁ। ସେଥିପାଇଁ ରାସ୍ତା ବାରମ୍ବାର ଖରାପ ହେଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

‘ସୁରକ୍ଷିତ ରହିବ ଓଡ଼ିଶାର ଐତିହ୍ୟ-ପରମ୍ପରା’

ପାଟଣା,୫ା୪(ବୀରକିଶୋର ଦାଶ): ଓଡ଼ିଆ ପକ୍ଷ ଉପଲକ୍ଷେ ରବିବାର ଓଡ଼ିଶାର ଐତିହ୍ୟ ଓ ପରମ୍ପରାକୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ପାଟଣା ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ ତରଫରୁ ଏକ ଗଣଦୌଡ଼…

Shubman Gillଙ୍କୁ ନେଇ ଆସିଲା ବଡ଼ ଅପଡେଟ, ଜାଣନ୍ତୁ କ’ଣ କହିଲେ କୋଚ

ନୂଆଦିଲ୍ଲୀ,୫।୪: ଶୁବମନ ଗିଲ ଶନିବାର ଅହମଦାବାଦରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ୨୦୨୬ର ୯ମ ମ୍ୟାଚ ଖେଳିପାରି ନଥିଲେ। ତାଙ୍କ ଅନୁପସ୍ଥିତିରେ…

ଯାତ୍ରା ଜଗତରେ ପାଦ ଥାପିବେ ବଲିଉଡ୍‌ର ଏହି ସୁପରଷ୍ଟାର, ସୂଚନା ଦେଇ ରାଣୀ ପଣ୍ଡା କହିଲେ ଖୁବ୍‌ଶୀଘ୍ର ମୋ’ ଯାତ୍ରାରେ…

ଭୁବନେଶ୍ୱର,୫ା୪: ଯାତ୍ରା ଅଭିନେତ୍ରୀରୁ ମାଲିକାଣୀ ପାଲଟିଥିବା ରାଣୀ ପଣ୍ଡା ଯାତ୍ରାଜଗତକୁ ନେଇ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବଲିଉଡ୍‌ର ଜଣେ ସୁପରଷ୍ଟାର ତାଙ୍କ ଯାତ୍ରା…

‘ଏହା କେବଳ ଟ୍ରେଲର ମାତ୍ର… ପିକ୍ଚର ଏବେବି ବାକି ଅଛି’, AAPକୁ ନେଇ ନୂଆ ଭିଡ଼ିଓ ଜାରି କଲେ ରାଘବ ଚଢା

ନୂଆଦିଲ୍ଲୀ,୫।୪: ରାଜ୍ୟ ସଭାରେ ଉପନେତା ପଦରୁ ତାଙ୍କୁ ହଟାଇବା ପରେ, ଆମ ଆଦମୀ ପାର୍ଟି (ଆପ) ନେତା ଏବଂ ରାଘବ ଚଢାଙ୍କ ମଧ୍ୟରେ ବାକ ଯୁଦ୍ଧ ତୀବ୍ର…

ଏପ୍ରିଲ ୨୬ରେ ଠାକୁରାଣୀ ଯାତ୍ରା; ଚଳଚଞ୍ଚଳ ଭଞ୍ଜନଗର, ଖୁବଶୀଘ୍ର ଖୋଲିବ ହାତିବନ୍ଧ ପାର୍କ

ଭଞ୍ଜନଗର,୫।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଐତିହାସିକ ଠାକୁରାଣୀ ଯାତ୍ରା ଆସନ୍ତା ୨୬ ତାରିଖରୁ ଆରମ୍ଭ ହୋଇ ମେ ମାସ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ।…

କାହିଁକି ଚର୍ଚ୍ଚାରେ ରିୟାନ ପରାଗଙ୍କ ସେଲିବ୍ରେଶନ? ଗୁଜରାଟକୁ ହରାଇବା ପରେ ସେ ପଡ଼ିଆରେ କ’ଣ କରିଥିଲେ? ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୫।୪: ଇଣ୍ଡିଆନ ପ୍ରିମିୟର ଲିଗର ନୂଆ ସିଜିନରେ ଜଣେ ନୂତନ ପୂର୍ଣ୍ଣକାଳୀନ ଅଧିନାୟକଙ୍କ ସହିତ ପ୍ରବେଶ କରି, ରାଜସ୍ଥାନ ରୟାଲ୍ସ କ୍ରିକେଟର ଏକ ଚମତ୍କାର ପ୍ରଦର୍ଶନ କରିଛି।…

ସାପ ଲାଞ୍ଜକୁ ଧରି ଦଉଡ଼ି ପରି ଘୂରାଉଥିଲେ ଯୁବକ, ହଠାତ୍‌ ଘଟିଲା ଏମିତି…

ସାପର ନାଁ ଶୁଣିଲେ ସମସ୍ତଙ୍କୁ ଡର ଲାଗେ। ଏହାର ନାଁ ଶୁଣିଲେ ସବୁଠାରୁ ସାହସୀ ମଣିଷ ମଧ୍ୟ ଭୟରେ ଥରି ଉଠେ। ଯଦି ଜଣେ ଯୁବକ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri