ବାଇକ୍‌ରେ ୧୫ କି.ମି. ବୋହିନେଲେ ଝିଅର ମୃତଦେହ

ମାଲକାନଗିରି,୧୧।୪ (ଡି.ଏନ.ଏ.): ଜନ୍ମଠାରୁ ମୃତ୍ୟୁ ପର୍ଯ୍ୟନ୍ତ ସରକାର ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଶିଶୁଙ୍କ ସୁରକ୍ଷା ପାଇଁ ମମତା ଯୋଜନାଠାରୁ ମୃତ୍ୟୁହେଲେ ସତ୍କାର ପାଇଁ ହରିଶ୍ଚନ୍ଦ୍ର ଯୋଜନା ପର୍ଯ୍ୟନ୍ତ ବିଭିନ୍ନ ଯୋଜନା କାର୍ଯ୍ୟକାରୀ ହେଉଛି। ମାତ୍ର କେତେକ କ୍ଷେତ୍ରରେ ଯୋଜନା କାର୍ଯ୍ୟକାରିତା ଦାୟିତ୍ୱରେ ଥିବା କର୍ମଚାରୀଙ୍କ ଅବହେଳା ଯୋଗୁ ଲୋକେ ଏହାର ସୁଫଳ ପାଇପାରୁନାହାନ୍ତି। ଏଭଳି ଏକ ଘଟଣା ରବିବାର ମାଲକାନଗିରି ଜିଲାରେ ଦେଖିବାକୁ ମିଳିଛି। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଝିଅର ମୃତ୍ୟୁ ପରେ ମୃତଦେହ ନେବାକୁ ସ୍ବର୍ଗରଥ ନ ମିଳିବାରୁ ପରିବାର ଲୋକେ ବାଇକ୍‌ରେ ବୋହି ନେବା ପରି ଘଟଣା ସାମ୍ନାକୁ ଆସିଛି। ଏହା ସାଧାରଣରେ ଆଲୋଡନ ସୃଷ୍ଟି କରିଛି।
ଖବରରୁ ଜଣାପଡିଛି ସିନ୍ଧ୍ରିମାଳ ପଞ୍ଚାୟତ ଅନ୍ତର୍ଗତ ତଙ୍ଗଗୁଡା ଗ୍ରାମର ଇର୍ମା ମାଢିଙ୍କ ୪ ବର୍ଷର ଝିଅ ରଶ୍ମିତାଙ୍କ ଦେହ ଖରାପ ହୋଇଥିଲା। ସେ ମ୍ୟାଲେରିଆରେ ଆକ୍ରାନ୍ତ ହୋଇ ଅପପୁଷ୍ଟିର ଶିକାର ହୋଇଥିଲେ। ତାଙ୍କୁ ଅପପୁଷ୍ଟି କେନ୍ଦ୍ରକୁ ନେଇ ଚିକିତ୍ସା କରାଯାଉଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିବାର ଲୋକେ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ରଶ୍ମିତାଙ୍କ ମୃତ୍ୟୁ ଘଟିଥିଲା। ମୃତ୍ୟୁ ପରେ ପାଖରେ ଟଙ୍କା ନ ଥିବାରୁ ଇର୍ମା ଝିଅର ମୃତଦେହ କିପରି ଗ୍ରାମକୁ ନେବେ ଚିନ୍ତାରେ ପଡିଥିଲେ। ସେ ଚିକିତ୍ସାଳୟ କର୍ମଚାରୀଙ୍କୁ ସ୍ବର୍ଗରଥ ଯୋଗାଇ ଦେବାକୁ ଅନୁରୋଧ କରିଥିଲେ। ମାତ୍ର ଏଥିପାଇଁ ଟଙ୍କା ଦେବାକୁ ପଡିବ ବୋଲି ଦାୟିତ୍ୱରେ ଥିବା କର୍ମଚାରୀ ଜଣକ କହିଥିଲେ। ପାଖରେ ଟଙ୍କା ନ ଥିବାରୁ ଶେଷରେ ନିରାଶ ହୋଇ ଇର୍ମା ନିଜ ବାଇକ୍‌ରେ ଝିଅର ମୃତଦେହ ୧୫ କି.ମି. ଦୂର ନିଜ ଗ୍ରାମ ତଙ୍ଗଗୁଡାକୁ ନେଇଥିଲେ। ସୂଚନାଯୋଗ୍ୟ, ରାଜ୍ୟ ସରକାର ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ଅନେକ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ସରକାରୀ ନିୟମ ଅନୁଯାୟୀ ଚିକିତ୍ସାଳୟରେ ରୋଗୀଙ୍କ ମୃତଦେହକୁ ଡାକ୍ତରଖାନା ପକ୍ଷରୁ ଘରେ ଛଡାଯିବା କଥା। ମାତ୍ର ଏଠାରେ ତାହା ହୋଇନାହିଁ। ସ୍ବର୍ଗରଥ ଦାୟିତ୍ୱରେ ଥିବା କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସାଧାରଣରେ ଦାବି ହେଉଛି। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ପ୍ରଫୁଲ୍ଲ କୁମାର ନନ୍ଦଙ୍କୁ ପଚାରିବାରୁ ସେ କହିଲେ-ସରକାରଙ୍କ ନିୟମ ଅନୁଯାୟୀ କିଲୋମିଟର ପ୍ରତି ରହିଥିବା ଦେୟ ଦାଖଲ କରି ସ୍ବର୍ଗରଥ ଗାଡି ନେବାକୁ ଦାୟିତ୍ୱରେ ଥିବା କର୍ମଚାରୀ ଇର୍ମାଙ୍କୁ କହିଥିଲେ। ମାତ୍ର ସେ ଏହା ନ କରି ବାଇକ୍‌ରେ ମୃତଦେହ ତାଙ୍କ ଗ୍ରାମକୁ ନେଇଥିଲେ। ନେବା ସମୟରେ ମୁଁ ଏତେ ଟଙ୍କା ଦେଇପାରିବିନି ବୋଲି ଅଣ୍ଡରଟେକିଂ ଲେଖି ତାଙ୍କ ଝିଅର ମୃତଦେହ ନେଇଥିବା ନନ୍ଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri