୧୫ କି.ମି. ପାହାଡ଼ ଚଢ଼ି ଗଲେ ପଡ଼େ ପଞ୍ଚାୟତ କାର୍ଯ୍ୟାଳୟ

ଭବାନୀପାଟଣା,୩।୩(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳର ଆଦିବାସୀମାନେ କିଭଳି ମୁଖ୍ୟସ୍ରୋତରେ ସାମିଲ ହେବେ ଓ ସରକାରୀ ଯୋଜନାର କିଭଳି ସେମାନେ ଲାଭ ପାଇବେ ସେ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରି ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତିବର୍ଷ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଆଜି ବି ସେମାନେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ, ପାନୀୟଜଳ, ବିଜୁଳି ତଥା ମୋବାଇଲ ନେଟୱାର୍କରୁ ବର୍ଷ ବର୍ଷ ଧରି ବଞ୍ଚିତ ହେଉଛନ୍ତି। ବଣ ପାହାଡ଼ ଘେରରେ ରହି ଆଦିବାସୀଙ୍କ ଜୀବନ ଅଭିଶପ୍ତ ପଲଟି ଯାଇଛି । ନିର୍ବାଚନ ସମୟରେ ଭୋଟ ଦିଅନ୍ତି। କିନ୍ତୁ ସେ ପ୍ରାର୍ଥୀ କିଏ ଜାଣନ୍ତି ନାହିଁ। ସ୍ବାଧୀନତାର ୭୫ ବର୍ଷ ପରେ ମଧ୍ୟ ଏବେବି ପରାଧୀନ ଜୀବନ ଯାପନ କରୁଛନ୍ତି ଏହି ଆଦିବାସୀମାନେ। ଏପରି ଏକ ଉଦାହରଣ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ବୁଢ଼ୀଦର ପଞ୍ଚାୟତର ଦୁର୍ଗମ ତଥା ବଣ ପାହାଡ଼ ଘେରା ମଧ୍ୟରେ ଅବସ୍ଥିତ ବିଜ୍ରାଦର ଗାଁରେ। ଏହି ଗାଁ ସରକାରଙ୍କ ରାଜସ୍ବ ଗ୍ରାମ ହୋଇଥିବା ବେଳେ ଗାଁରେ ୧୮ଟି ଆଦୀବାସୀ ପରିବାର ଓ ୩ଟି ଦଳିତ ପରିବାରର ୧୦୦ରୁ ଊଦ୍ଧର୍‌ବ ଲୋକ ବସବାସ କରନ୍ତି। ଗ୍ରାମବାସୀଙ୍କ ପାଇଁ ଆବାସ ଯୋଜନା ସାତ ସପନ ହୋଇଛି । ମୁଖ୍ୟତ ରାସ୍ତା ନ ଥିବା ବେଳେ ପଞ୍ଚାୟତ କାର୍ଯ୍ୟାଳୟ ବୁଢୀଦରକୁ ଯିବାକୁ ହେଲେ ୧୫ କିଲୋମିଟର ପାହାଡ଼କୁ ଚଢି ଯିବାକୁ ପଡିଥାଏ। କୌଣସି ଗର୍ଭବତୀ,ପ୍ରସୂତିଙ୍କୁ ଡାକ୍ତରଖାନାକୁ ନେବାକୁ ହେଲେ ଖଟିଆରେ ବୋହି ନେଇଥାନ୍ତି। ମୋବାଇଲ ନେଟୱାର୍କ ନ ଥିବା ଯୋଗୁ ଯୋଗାଯୋଗ ମଧ୍ୟ ହୋଇପାରେ ନାହିଁ । ସମସ୍ତଙ୍କ ଘରେ ସୋଲାର ଲାଇଟ ଲାଗିଛି । କିନ୍ତୁ କୌଣସି ଗୋଟିଏ ମଧ୍ୟ ସୋଲାର ଲାଇଟ ଜଳୁନାହିଁ।
ଜଙ୍ଗଲୀ ମୁଲକରେ ରହି ପୋଡ଼ୁ ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ସରକାରୀ ସୁବିଧା କହିଲେ କେବଳ ରାସନକାର୍ଡ ଛଡା ଆଉ କୌଣସି ସୁବିଧା ନାହିଁ। ସରକାରୀ ଯୋଜନାରେ ଏହି ଗାଁ କେବେ ସାମିଲ ହେବେ ସେନେଇ ଗ୍ରାମର ଘାସିରାମ ମାଝୀ,ଅଙ୍ଗଦ କୁମାର ପ୍ରକାଶ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri