କୃତ୍ରିମ ପ୍ରଜନନ ପ୍ରକ୍ରିୟାରେ ସାମିଲ ହେବ ୧୫ ଲକ୍ଷ ଗୋସମ୍ପଦ

ଭୁବନେଶ୍ୱର,୮।୮(ବ୍ୟୁରୋ): ଜାତୀୟ କୃତ୍ରିମ ପ୍ରଜନନ କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ଯ୍ୟାୟରେ ୧୫ ଲକ୍ଷ ଗୋସମ୍ପଦକୁ ସାମିଲ କରାଯିବ। ଏହି କାର୍ଯ୍ୟକ୍ରମ ଅଗଷ୍ଟ ୧୦ରୁ ଆରମ୍ଭ କରାଯିବ। ପ୍ରତ୍ୟେକ ଜିଲାରେ ୫୦୦ ଗ୍ରାମକୁ ଏଥିନିମନ୍ତେ ଚିହ୍ନଟ କରାଯିବ। ଏହାଛଡା ଡିପ୍‌ଲିଟର ପଦ୍ଧତିରେ ୫୦୦ କ୍ଷମତା ବିଶିଷ୍ଟ କୁକୁଡ଼ା ଚାଷ, ୧୦୦୦ କ୍ଷମତା ବିଶିଷ୍ଟ ଅଣ୍ଡାଦିଆ କୁକୁଡ଼ା ଚାଷ, ୨୦୦ କ୍ଷମତା ବିଶିଷ୍ଟ ଡିପ୍‌ଲିଟର ପଦ୍ଧତିରେ ମହିଳା ସ୍ବୟଂସହାୟକ ଗୋଷ୍ଠୀ ଦ୍ୱାରା ଅଣ୍ଡାଦିଆ କୁକୁଡ଼ା ଚାଷ ନିମନ୍ତେ ରାଜ୍ୟ ଯୋଜନା ଏବଂ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହାକୁ ପୂରଣ କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମାଛ, କୁକୁଡ଼ା, ଅଣ୍ଡା, ଦୁଗ୍ଧ ଆଦି ଉତ୍ପାଦନ କ୍ଷେତ୍ରରେ ସ୍ବାବଲମ୍ବୀ ହେବା ସହିତ ଓଡ଼ିଶାକୁ ଏକ ବଳକା ରାଜ୍ୟରେ ପରିଣତ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି।
ଶୁକ୍ରବାର ଆୟୋଜିତ ଭର୍ଚୁଆଲ୍‌ ବୈଠକରେ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଇଥିବା ବିଭିନ୍ନ ଯୋଜନାର ଅଗ୍ରଗତି ସମ୍ପର୍କରେ ମନ୍ତ୍ରୀ ସମୀକ୍ଷା କରିଥିଲେ। କୋଭିଡ୍‌-୧୯ ସ୍ଥିତିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଘୋଷିତ ସ୍ବତନ୍ତ୍ର ପ୍ୟାକେଜ୍‌ କାର୍ଯ୍ୟକାରୀ କରି ଲୋକମାନଙ୍କୁ ରୋଜଗାର ଯୋଗାଇ ଦେବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟରେ ମତ୍ସ୍ୟ ଉତ୍ପାଦନ ବୃଦ୍ଧି ନିମନ୍ତେ ମାଛଚାଷୀମାନଙ୍କୁ ଆଗୁଆ ଯାଆଁଳ ଯୋଗାଇ ଦେବାର ଆବଶ୍ୟକତା ରହିଛି। ଏହିଦୃଷ୍ଟିରୁ ଅଗଷ୍ଟ ୩୧ ସୁଦ୍ଧା ସରକାରୀ ଓ ଓପିଡିସି ଫାର୍ମ ଜରିଆରେ ବିଭିନ୍ନ ପ୍ରକାରର ମାଛ ଯାଆଁଳ ଉତ୍ପାଦନ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ମତ୍ସ୍ୟ ପୋଖରୀ ଯୋଜନାରେ ମାଛଚାଷକୁ ବ୍ୟାପକ କରିବା ପାଇଁ ହିତାଧିକାରୀ ଚୟନ ଓ ଅନୁମୋଦନ ପ୍ରକ୍ରିୟା ସେପ୍ଟେମ୍ବର ୩୦ ସୁଦ୍ଧା ଶେଷ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଚାଷୀ ପରିବାରଙ୍କୁ କିଷାନ କ୍ରେଡିଟ୍‌ କାର୍ଡ ଯୋଗାଇ ଦେବା ଲକ୍ଷ୍ୟରେ ଜୁନ୍‌ ୧୦ରୁ ଅଗଷ୍ଟ ୧୦ ପର୍ଯ୍ୟନ୍ତ ଏକ ସ୍ବତନ୍ତ୍ର ଅଭିଯାନ ଗ୍ରହଣ କରାଯାଇଛି। ଏହି ମର୍ମରେ ଜିଲା ମତ୍ସ୍ୟ ଅଧିକାରୀମାନେ ଗ୍ରହଣ କରିଥିବା ଆବେଦନପତ୍ରଗୁଡ଼ିକ ସମ୍ପୃକ୍ତ ବ୍ୟାଙ୍କଗୁଡ଼ିକୁ ଅଗଷ୍ଟ ୩୧ ସୁଦ୍ଧା ପ୍ରେରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୈଠକରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ଆର୍‌. ରଘୁପ୍ରସାଦ, ପ୍ରାଣୀପାଳନ ଓ ପ୍ରାଣୀପାଳନ ଚିକିତ୍ସା ନିର୍ଦ୍ଦେଶକ ରତ୍ନାକର ରାଉତ, ମତ୍ସ୍ୟ ନିର୍ଦ୍ଦେଶକ ସ୍ମୃତି ରଞ୍ଜନ ପ୍ରଧାନଙ୍କ ସମେତ ଜିଲାର ସମସ୍ତ ସିଡିଭିଓ, ଜିଲା ମତ୍ସ୍ୟ ଅଧିକାରୀ ଓ ବିଭାଗୀୟ ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୂସ୍ଖଳନ ଘଟି ଚାମେଲିଆ ନଦୀ ଗତିପଥ ଅବରୋଧ, କାଳୀ ନଦୀରେ ବଡ଼ ବନ୍ୟା ଆଶଙ୍କା

ଡେରାଡୁନ୍‌,୫ା୯: ଏକ ବଡ଼ ଧରଣର ଭୂସ୍ଖଳନ ଯୋଗୁ ନେପାଳର ଚାମେଲିଆ ନଦୀ ଆଂଶିକ ଅବରୋଧ ହୋଇ ଏକ କୃତ୍ରିମ ହ୍ରଦ ସୃଷ୍ଟି କରିଛି। ଫଳରେ ଭାରତ ପାର୍ଶ୍ୱରେ…

କେନ୍ଦୁଝରରେ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟ

କେନ୍ଦୁଝର,୬।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ପ୍ରଶାସନର ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରେ କ୍ରୀଡ଼ା ମନୋଭାବ, ସହଯୋଗିତା ଏବଂ ସୁସ୍ଥ କାର୍ଯ୍ୟ ପରିବେଶ ସୃଷ୍ଟି କରିବା ଉଦ୍ଦେଶ୍ୟରେ କେନ୍ଦୁଝର…

ଅଧିକ ମାର୍କ ଚାହୁଁଥିଲେ…JNU ପ୍ରଫେସରଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ

ନୂଆଦିଲ୍ଲୀ,୬ା୯: ଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭର୍ସିଟି (JNU)ର ଜଣେ ପ୍ରଫେସରଙ୍କ ବିରୋଧରେ ୧୧ ଜଣ ଛାତ୍ରୀ ଯୌନ ନିର୍ଯାତନା ଅଭିଯୋଗ ଆଣିଛନ୍ତି। ଏହି ଅଭିଯୋଗ ମେ’ ମାସରେ…

ବ୍ଲକ ସଂଯୋଜକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ଅଭିଯୋଗ, ଆବେଦନକାରୀଙ୍କୁ ମିଳିନି ପରୀକ୍ଷା ସୂଚନା

ବରଗଡ଼/ଅତାବିରା,୬।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର): ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡ଼ିଂ ଲାଇଭହୁଡସ୍‌…

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ଜାମିନରେ ଆସିବା ପରେ କୁଲାଡ଼ ବ୍ୟାଘ୍ରଦେବୀଙ୍କ ଦର୍ଶନ କଲେ ବିକ୍ରମ ପଣ୍ଡା, ଭଞ୍ଜନଗର-ଆସିକାରେ ସ୍ବାଗତ

ଭଞ୍ଜନଗର,୬।୯(ବାବୁଲା ପ୍ରଧାନ): ଆଇନଜୀବୀ ପିତବାସ ପଣ୍ଡା ହତ୍ୟା ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଜାମିନ ମିଳିଛି । ଏହାରି ଭିତରେ ସେ ନିଜର ମାନସିକ…

ଭାଇରାଲ୍ ହେଉଛି ଟ୍ରମ୍ପଙ୍କ ହାତର ଫଟୋ; ଗଭୀର ଚିହ୍ନଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ଓ୍ବାଶିଂଟନ,୬।୯: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଡାହାଣ ହାତରେ ଦେଖାଯାଉଥିବା ଚିହ୍ନର ନୂଆ ଫଟୋ ସାମ୍ନାକୁ ଆସିଛି । ଏହାପରେ ତାଙ୍କ ସ୍ୱାସ୍ଥ୍ୟକୁ ନେଇ ପୁଣିଥରେ ଚର୍ଚ୍ଚା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri