୧୫ ଲକ୍ଷ ଲେଖାଏ କ୍ଷତିପୂରଣ ଦେବାକୁ ଦାବି

ଧର୍ମଶାଳା,୨୩ା୫(ବଟକୃଷ୍ଣ ପରିଡ଼ା): ଧର୍ମଶାଳା ତହସିଲ ଅନ୍ତର୍ଗତ ଡଙ୍କାରୀ କଳାପଥର ଖାଦାନରେ ଅତଡ଼ା ଧସି ୩ ଶ୍ରମିକଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ଶ୍ରମିକ ନେତା ରାମଚନ୍ଦ୍ର ଖୁଣ୍ଟିଆ। ଡଙ୍କାରୀରେ କେବଳ ଏହି ଘଟଣା ନୁହେଁ, ପୂର୍ବରୁ ଅନେକ ଥର ଏଭଳି ଘଟଣା ଘଟି ବହୁ ଶ୍ରମିକଙ୍କ ଜୀବନ ହାନି ଘଟିଛି। ଏନେଇ ନ୍ୟାୟାଳୟରେ ହୋଇଥିବା ମାଲା ମଧ୍ୟ ବିଚାରାଧୀନ ରହିଛି। ଜିଲା ପ୍ରଶାସନର ଜାଣତରେ ଏଭଳି ଘଟଣା ବାରମ୍ବାର ଘଟୁଛି। ଏଥିପ୍ରତି ସରକାର ଆଖି ବୁଜି ଦେଇଛନ୍ତି ବୋଲି ଶ୍ରମିକନେତା ଅଭିଯୋଗ କରିଛନ୍ତି। ଏଥିସହିତ ଘଟଣାର ଉପଯୁକ୍ତ ତଦନ୍ତ କରି ମୃତ ଶ୍ରମିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ ଦେବାକୁ ପ୍ରଶାସନ ନିକଟରେ ଦାବି କରିଛନ୍ତି। ଏହି ଦାବିକୁ ଯଦି ପ୍ରଶାସନ କାର୍ଯକାରୀ ନ କରେ ତେବେ ନିର୍ବାଚନପରେ ଏହାକୁ ଜାତୀୟ ପ୍ରସଙ୍ଗ କରାଯିବ ବୋଲି ସେ ଜାରକାଠାରେ ଏକ ଖଖବରଦାତା ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି। ସେହିପରି ଭାଜପାର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ରଙ୍କ ମହାପ୍ରଭୁ ଜଗନ୍ନାଥଙ୍କୁ ନେଇ ରଖିଥିବା ପ୍ରତିକ୍ରିୟାକୁ ନେଇ ଖୁଣ୍ଟିଆ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଜଣେ ଜାତୀୟସ୍ତରର ନେତା ହୋଇ ମହାପ୍ରଭୁଙ୍କୁ ନେଇ ଏଭଳି ମନ୍ତବ୍ୟ ଦେବା ଅତ୍ୟନ୍ତ ଦୁଃଖ ଓ ପରିତାପର ବିଷୟ। ଏହାର ଉଚିତ ଜବାବ ଓଡ଼ିଶାବାସୀ ଦେବେ ବୋଲି ସେ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ଧର୍ମଶାଳା ନିର୍ବାଚନମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ କିଷାନ ପଣ୍ଡା, ବସନ୍ତ କୁମାର ପରିଡ଼ା, ବ୍ଲକ କଂଗ୍ରେସ କମିଟି ସଭାପତି ପ୍ରଫୁଲ୍ଲ କୁମାର ରାୟ ଓ ପୂର୍ବତନ ସରପଞ୍ଚ ପୂର୍ଣ୍ଣଚନ୍ଦ୍ର ତରାଇ ପ୍ରମୁଖ ଉପସ୍ଥିତ ଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

‘ଚାଷ ପଦ୍ଧତିରେ ଆବଶ୍ୟକ ପରିବର୍ତ୍ତନ‘: କୃଷି ବିଜ୍ଞାନ କେନ୍ଦ୍ରରେ ୨୫ ଜଣ ଅଗ୍ରଣୀ ଚାଷୀ

କର୍ଲାମୁଣ୍ଡା, ୧୭।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ଆତ୍ମା ତଥା କଳାହାଣ୍ଡି ପିଡି ଆତ୍ମା ପକ୍ଷରୁ ୨୫ ଜଣ ଅଗ୍ରଣୀ ଚାଷୀଙ୍କୁ ନେଇ ସୋନପୁର…

ଗ୍ୟାସ ସିଲିଣ୍ଡର ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ବଢ଼ିଲା e-KYCର ଶେଷ ତାରିଖ

ନୂଆଦିଲ୍ଲୀ,୧୭।୮: LPG ସିଲିଣ୍ଡର ଉପଭୋକ୍ତାଙ୍କ ପାଇଁ ବଡ଼ ଖବର । ଗ୍ୟାସ୍‌ର e-KYC କରିବାର ଶେଷ ତାରିଖ ବଢ଼ାଇ ଦିଆଯାଇଛି । ପୂର୍ବରୁ ଅଗଷ୍ଟ ୧୬ ତାରିଖ…

ଜାଣନ୍ତୁ ରେଳବାଇର ଏହି ଜରୁରୀ ନିୟମ, ନ ହେଲେ ଗଣିବାକୁ ପଡ଼ିପାରେ ଜରିମାନା

ନୂଆଦିଲ୍ଲୀ,୧୭।୮: ପ୍ରାୟତଃ ଲୋକମାନେ ରେଳ ଷ୍ଟେଶନକୁ ନିଜ ବନ୍ଧୁ କିମ୍ବା ସମ୍ପର୍କୀୟଙ୍କୁ ନେବା ବା ଛାଡ଼ିବା ପାଇଁ ଯାଆନ୍ତି। ଏଥିପାଇଁ ସେମାନଙ୍କୁ ପ୍ଲାଟଫର୍ମ ଟିକେଟ ନେବାକୁ ପଡ଼େ।…

ବର୍ଷାରେ ଧୋଇଯାଇଥିଲା ରାସ୍ତା, ମରାମତି ପରେ ଯୋଗାଯୋଗ ସ୍ବାଭାବିକ

କେନ୍ଦୁଝର,୧୭।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପ୍ରବଳ ବର୍ଷା ସାଙ୍ଗକୁ ମାଟି ଅତଡ଼ା ଧସିବା ଯୋଗୁ ତେଲକୋଇ ବଳଭଦ୍ରପୁର ପୋଲ ନିକଟରେ ରାସ୍ତା କ୍ଷତିଗ୍ରସ୍ତ ହୋଇ ଗାଡି ଚଳାଚଳ ବନ୍ଦ…

ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…

ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ…

ଜନବସତି ଆଡ଼କୁ ମାଡ଼ି ଆସୁଛି ସମୁଦ୍ର, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ଛତ୍ରପୁର,୧୭ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସୋମବାର ଆର୍ଯ୍ୟପଲ୍ଲୀ ପଞ୍ଚାୟତର ୪ ଖଣ୍ଡ ଗ୍ରାମବାସୀ ଗୋପାଳପୁର ବନ୍ଦର ମୁଖ୍ୟ ଫାଟକ ସମ୍ମୁଖରେ ଆନ୍ଦୋଳନକୁ ଓହ୍ଲାଇଥିବା ବେଳେ ଗଞ୍ଜାମ ଜିଲାପାଳ ଭି.…

ବୈତରଣୀରେ ଆସୁଛି ବନ୍ୟା, ଭୟଭୀତ ଅଞ୍ଚଳବାସୀ

ବଞ୍ଚୋ,୧୭।୮(ପ୍ରଦୋଷ ବିଶ୍ୱାଳ): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁରଠାରେ ବୈତରଣୀ ନଦୀର ଜଳସ୍ତର ପୁଣି ବିପଦ ସଙ୍କେତ ଉପରକୁ ଉଠିଛି। ଆନନ୍ଦପୁର ଗେଜ୍‌ ସାଇଟର ତଥ୍ୟ…

ଚାଷୀଙ୍କୁ ବଡ଼ ଉପହାର ଦେଲେ ସରକାର, ୭୫ ହଜାର ପର୍ଯ୍ୟନ୍ତ କୃଷି ଋଣ ଛାଡ଼

ଚେନ୍ନାଇ,୧୭ା୮: ତାମିଲନାଡୁର କୃଷକଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ । ସୋମବାର ବିଧାନସଭାରେ ସେ ସମବାୟ କୃଷି ଋଣ ଛାଡ଼ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri