ସ୍କୁଟିରୁ ମିଳିଲା ୧୫ ଲକ୍ଷ, ୪୦ କେଜି ଗଞ୍ଜେଇ

ବ୍ରହ୍ମପୁର ଅଫିସ,୧୯।୩: ବଡ଼ବଜାର ଥାନା ପୋଲିସ ଗଞ୍ଜେଇ ଚାଲାଣ ମାମଲାରେ ଦୁଇ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗଜପତି ଜିଲା ଆର୍‌ଉଦୟଗିରି ଥାନା ଅଧୀନ ସିନ୍ଦୂରଡ଼ାଙ୍ଗ ଗ୍ରାମର ସୁଦୀପ ପାଇକ(୨୬) ଓ ଅନ୍ୟ ଜଣେ ଗଜପତି ଜିଲା ମୋହନା ଥାନା ଅଧୀନ କେସରିଆଗୁଡା ଗ୍ରାମର କୈଳାସ ବିର(୨୧)।

ଅନ୍ୟପକ୍ଷେ ଘଟଣାର ମାଷ୍ଟରମାଇଣ୍ଡ ମନୋଜ ପଣ୍ଡା ପୋଲିସକୁ ଚକମା ଦେଇ ସ୍କୁଟି ଛାଡି ଫେରାର ହୋଇଯାଇଥିବା ଜଣାପଡିଛି। ପୋଲିସ ମନୋଜଙ୍କ ସ୍କୁଟି ଜବତ କରି ଯାଞ୍ଚ ବେଳେ ଡିକିରୁ ୧୫ ଲକ୍ଷ ଟଙ୍କା ଜବତ କରିଥିବା ଥାନା ଅଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି।

ମିଳିଥିବା ସୂଚନା ମୁତାବକ, ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ଶୁକ୍ରବାର ବଡ଼ବଜାର ଥାନା ପୋଲିସ ଶ୍ରୀରାମନଗର ମୁଖ୍ୟ ରାସ୍ତାରେ ପାଟ୍ରୋଲିଂ କରୁଥିଲା। ସେତିକିବେଳେ ୨ଜଣ ଯୁବକ ପୋଲିସକୁ ଦେଖି ଖସି ପଳାଇବାକୁ ଉଦ୍ୟମ କରିଥିଲେ। ପୋଲିସ ସମ୍ପୃକ୍ତ ଦୁଇ ଯୁବକଙ୍କୁ କାବୁ କରି ନେଇଥିଲା। ପୋଲିସ ତାଙ୍କଠାରୁ ୪୦କେଜି ଗଞ୍ଜେଇ ଜବତ କରିଥିଲା। ସେମାନଙ୍କ ବୟାନକୁ ଆଧାର କରି ମାଷ୍ଟରମାଇଣ୍ଡ ମନୋଜଙ୍କ ମୋବାଇଲକୁ ପୋଲିସ ଟ୍ରାକିଂ କରିଥିଲା। ସେ ଏମ୍‌କେସିଜି ମେଡିକାଲ ଖେଳ ପଢ଼ିଆ ରାସ୍ତାରେ ଥିବା ଜଣାପଡିଥିଲା। ପୋଲିସ ଏକ ଟିମ୍‌ ଘଟଣାସ୍ଥଳରେ ଚଢାଉ କରିଥିଲା। ହେଲେ ପୋଲିସକୁ ଦେଖି ମନୋଜ ଗାଡ଼ି ଛାଡି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ଏନେଇ ପୋଲିସ ଏକ ମାମଲା(ନଂ.୫୫/୨୨) ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ଅନ୍ୟପକ୍ଷେ ପୋଲିସ ଗିରଫ ଅଭିଯୁକ୍ତ ଦ୍ୱୟଙ୍କୁ ଶନିବାର କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଭିଜିଲାନ୍ସ ଜାଲରେ ଆନନ୍ଦପୁର ସମବାୟ ସମିତିର ନିଲମ୍ବିତ ସମ୍ପାଦକ: ୨୧ ଲକ୍ଷରୁ ଅଧିକ ଟଙ୍କା ଆତ୍ମସାତ୍

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଅନ୍ତର୍ଗତ ଓସ୍ତିଆ ପଞ୍ଚାୟତର ଆନନ୍ଦପୁର ସେବା ସମବାୟ ସମିତିରେ ହୋଇଥିବା ବ୍ୟାପକ ଦୁର୍ନୀତି ଏବଂ ଅର୍ଥ ହେରଫେର…

ବାଙ୍କୀରେ ୧୬୩ ଧାରା ଉଲ୍ଲଂଘନ: ଭାଜପା-ବିଜେଡି ମୁହାଁମୁହିଁ, ୭ ଦିନିଆ ଚେତାବନୀ: ପ୍ରଶାସନିକ କାର୍ଯ୍ୟାନୁଷ୍ଠାନକୁ ନେଇ

ବାଙ୍କୀ, ୧୧।୮(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଉପଖଣ୍ଡ ଡମପଡ଼ା ବ୍ଲକ ଏବଂ ଉପଜିଲ୍ଲାପାଳ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ବିଏନ୍‌ଏସ୍‌ର ୧୬୩ ଧାରା ଜାରି ହୋଇଥିବା ସତ୍ତ୍ବେ ଦୁଇ ପ୍ରମୁଖ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri