ବିକ୍ରି ବେଳେ ମାଡିବସିଲେ ଅବକାରୀ ବିଭାଗ, ୧୫ଲକ୍ଷର ଗଞ୍ଜେଇ ଜବତ

ବଣାଇଁ, ୧୩ା୧(ପ୍ରଦୀପ ତ୍ରିପାଠୀ): ଜଙ୍ଗଲରେ ଗଞ୍ଜେଇ ଚାଷ କରି ବିକ୍ରି ବେଳେ ବିଶ୍ବସ୍ତ ସୁତ୍ରରୁ ଖବର ପାଇ ମାଡିବସିଲେ ଅବକାରୀ ବିଭାଗ । ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବଣାଇଁ ଓ ରାଉରକେଲା ଅବକାରୀଙ୍କୁ ନେଇ ଗଠିତ ଏକ ସ୍ଵତନ୍ତ୍ର ଟିମ ଚଢାଉ କରି ଆଜି ୧୫ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ୱ ମୂଲ୍ୟର ଗଞ୍ଜେଇ ଜବତ କରିଛି ।

ଅଭିଯୋଗ ଅନୁସାରେ, କୁଣ୍ଡେଇଡିହା ଗାଁରେ କିଛି ଲୋକ ଜଙ୍ଗଲ ଜମିରେ ବେଆଇନ ଭାବେ ଗଞ୍ଜେଇ ଚାଷ କରି କାଟିବା ପରେ ବିକ୍ରି ପାଇଁ ରଖିଥିଲେ । ସୂଚନା ପାଇ ରେଡ୍ କରାଯାଇଥିବା ବେଳେ ଘଟଣା ସ୍ଥଳରୁ ଦେଢ କ୍ୱିଣ୍ଟାଲ ଅବୈଧ ଗଞ୍ଜେଇ ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତ କୁଣ୍ଢେଇଡିହା ଗ୍ରାମର ରଞ୍ଜିତ ଓରାମ (୩୨) ଓ ରାଜେଶ ଓରାମ (୨୭)ଙ୍କୁ ଗିରଫ କରାଯାଇଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୧୫ ଲକ୍ଷ ଟଙ୍କା ହେବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ପଚାରାଉଚାରା ସମୟରେ ଅଭିଯୁକ୍ତମାନେ କୁଣ୍ଢେଇଡିହା ଗ୍ରାମ ସଂଲଗ୍ନ ଜଙ୍ଗଲ ଜମିରେ ଗଞ୍ଜେଇ ଚାଷ କରିଥିଲେ ବୋଲି ବିଭାଗୀୟ ଅଧିକାରୀ ସ୍ପଷ୍ଟ କରିଛନ୍ତି । ତେବେ ପ୍ରଶ୍ନ ଉଠୁଛି ଯେ ଚାଷ ହୋଇ ଅମଳ ହୋଇଗଲା ହେଲେ ବିଭାଗ ପାଖରେ କିପରି ସୂଚନା ନଥିଲା । ହେଲେ ବିକ୍ରି ସମୟରେ ଖବର ପାଇ ଚଢ଼ାଉ କରି ବାହଦୁରି ନେଉଥିବା ଅନେକ ପ୍ରଶ୍ନବାଚୀ ସୃଷ୍ଟି କରିଛି । ସମ୍ପୃକ୍ତ ଅଞ୍ଚଳରେ ଆହୁରି ଅନେକ ସ୍ଥାନରେ ଗଞ୍ଜେଇ ଚାଷ ହୋଇଥିବା ସୂଚନାର ପ୍ରଶ୍ନ ଏଡ଼ାଇ ଚଢାଉ ଜାରି ରହିବ କହିବା ସାଧାରଣରେ ସନ୍ଦେହ ସୃଷ୍ଟି କରିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri