ଅତର୍କିତ ଚଢ଼ାଉ: ବଗିଚାରୁ ୧୫ ଲିଟର ଦେଶୀମଦ ସହ ବନ୍ଧୁକ ଜବତ

କୋକସରା,୨୪।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପୋଲିସ ପକ୍ଷରୁ ଧୋବେନଚଞ୍ଚରା ଗ୍ରାମରେ ଚଢାଉ କରି ୧୫ ଲିଟର ହାତରନ୍ଧା ମଦ ସହ ଦେଶୀ ବନ୍ଧୁକ ଜବତ କରାଯାଇଛି। ଘଟଣାରେ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଆମପାଣି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁସାରେ, ଧୋବେଚଞ୍ଚରା ଗ୍ରାମରେ ସୋମବାର ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ ଅତର୍କିତ ଚଡାଉ କରିଥିଲା । ଚଢାଉରେ ଧୋବେଚଞ୍ଚରା ଗ୍ରାମର ପଦୁ ଚଲାନଙ୍କ ବଗିଚାରୁ ୧୫ ଲିଟର ହାତରନ୍ଧା ମଦ ସହ ଏକ ଦେଶୀ ବନ୍ଧୁକ ଜବତ କରାଯାଇଥିଲା। ପଦୁଙ୍କୁ ଆମପାଣି ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରିବା ପରେ ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ଏହି ଚଢାଉରେ ଆମପାଣି ଥାନା ଏଏସ୍‌ଆଇ ମନୋଜ କୁମାର ନାଏକ, ଜିତେନ୍ଦ୍ର କୁମାର, କନେଷ୍ଟବଳ ଜିତେନ୍ଦ୍ର ପ୍ରଧାନ, ମୋହନ ପାତ୍ର ସମେତ ଆଇଆର୍‌ବି ଯବାନ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ।...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri