ଅତର୍କିତ ଚଢ଼ାଉ: ବଗିଚାରୁ ୧୫ ଲିଟର ଦେଶୀମଦ ସହ ବନ୍ଧୁକ ଜବତ

କୋକସରା,୨୪।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ପୋଲିସ ପକ୍ଷରୁ ଧୋବେନଚଞ୍ଚରା ଗ୍ରାମରେ ଚଢାଉ କରି ୧୫ ଲିଟର ହାତରନ୍ଧା ମଦ ସହ ଦେଶୀ ବନ୍ଧୁକ ଜବତ କରାଯାଇଛି। ଘଟଣାରେ ଜଣଙ୍କୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଆମପାଣି ପୋଲିସ ପକ୍ଷରୁ ସୂଚନା ମିଳିଛି ।

ସୂଚନା ଅନୁସାରେ, ଧୋବେଚଞ୍ଚରା ଗ୍ରାମରେ ସୋମବାର ଆମପାଣି ଥାନା ଅଧିକାରୀ ଚତୁର୍ଭୁଜ ନାଏକଙ୍କ ନିର୍ଦ୍ଦେଶ କ୍ରମେ ଏକ ଟିମ ଅତର୍କିତ ଚଡାଉ କରିଥିଲା । ଚଢାଉରେ ଧୋବେଚଞ୍ଚରା ଗ୍ରାମର ପଦୁ ଚଲାନଙ୍କ ବଗିଚାରୁ ୧୫ ଲିଟର ହାତରନ୍ଧା ମଦ ସହ ଏକ ଦେଶୀ ବନ୍ଧୁକ ଜବତ କରାଯାଇଥିଲା। ପଦୁଙ୍କୁ ଆମପାଣି ପୋଲିସ ଥାନାରେ ଅଟକ ରଖି ପଚରାଉଚରା କରିବା ପରେ ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ଏହି ଚଢାଉରେ ଆମପାଣି ଥାନା ଏଏସ୍‌ଆଇ ମନୋଜ କୁମାର ନାଏକ, ଜିତେନ୍ଦ୍ର କୁମାର, କନେଷ୍ଟବଳ ଜିତେନ୍ଦ୍ର ପ୍ରଧାନ, ମୋହନ ପାତ୍ର ସମେତ ଆଇଆର୍‌ବି ଯବାନ ସାମିଲ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

ଗାଜଲବାଡି ଘାଟି ସିଲ୍‌କୁ ୩ ଦିନ: ଦାରିଙ୍ଗବାଡିରେ ମିଳୁନି ପନିପରିବା, ବୃଦ୍ଧି ପାଇଲା ଅତ୍ୟାବଶ୍ୟକ ସାମଗ୍ରୀର ଦର

ଦାରିଙ୍ଗବାଡି,୨୬।୯(ଅରୁଣ ସାହୁ): ଲଗାଣ ବର୍ଷା ଓ ଭୂସ୍ଖଳନ ଭୟ ଯୋଗୁ ସିଲ୍ ହୋଇଥିବା ଗାଜଲବାଡି ଘାଟି ରାସ୍ତା ଇତିମଧ୍ୟରେ ୩ ଦିନ ବିତିଯାଇଥିଲେ ବି ଖୋଲିପାରିନାହିଁ। ଗୁରୁବାର…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

ନ୍ୟୁଜିଲାଣ୍ଡ ସିରିଜରୁ ବାଦ୍‌ ପଡ଼ିଲେ ହାର୍ଦ୍ଦିକ ପାଣ୍ଡ୍ୟା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୬ା୯: ଭାରତର ସିନିୟର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଆଘାତପ୍ରାପ୍ତ ହୋଇଛନ୍ତି। ତାଙ୍କ ଆଣ୍ଡୁ ତଳ ଭାଗରେ ଆଘାତ ଲାଗିଛି । ଫଳରେ ସେ ନ୍ୟୁଜିଲାଣ୍ଡ ହ୍ବାଇଟ୍‌…

ଗଞ୍ଜାମ ଜଳବନ୍ଦୀ ଅଞ୍ଚଳରେ ବିଧାୟକ: ଲୋକଙ୍କ ଦୁଃଖ ଶୁଣିଲେ, ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ

ଗଞ୍ଜାମ,୨୬।୯(ଅନାଥ ତରାଇ): ଲଗାଣ ବର୍ଷା ଯୋଗୁ ଗଞ୍ଜାମ ଏନ୍‌ଏସି ଅଞ୍ଚଳର ବିଭିନ୍ନ ୱାର୍ଡରେ ସୃଷ୍ଟି ହୋଇଥିବା ଜଳବନ୍ଦୀ ଓ ରାସ୍ତାଘାଟ ସମସ୍ୟାର ସ୍ଥିତି ଶନିବାର ସକାଳେ ସ୍ଥାନୀୟ…

୪୯ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା: କାର୍ ଧକ୍କାରେ ବାଇକ୍ ଆରୋହୀ ଗୁରୁତର, ୨୦ ଫୁଟ ତଳକୁ ଖସିଲା କାର୍

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ଖିରେଇଟାଙ୍ଗିରୀ ନିକଟରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?