Posted inଖେଳ

ଓଡ଼ିଶା ପ୍ରତିଯୋଗୀଙ୍କୁ ୧୫ ପଦକ

ଭୁବନେଶ୍ୱର, ୨।୨ (କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ), ଜୁଡୋ ଫେଡେରେଶନ ଅଫ୍‌ ଇଣ୍ଡିଆ ଓ ପଶ୍ଚିମବଙ୍ଗ ଜୁଡୋ ଆସୋସିଏଶନର ମିଳିତ ଆନୁକୂଲ୍ୟରେ କଲିକତାର ସାଇ ଆଇଟିସି ହଲ୍‌ରେ ଗତ ୨୭ରୁ ୩୧ ପର୍ଯ୍ୟନ୍ତ ପୂର୍ବାଞ୍ଚଳ ଖେଲୋ ଇଣ୍ଡିଆ ମହିଳା ଲିଗ୍‌/ର଼୍ୟାଙ୍କିଙ୍ଗ୍‌ ଜୁଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶାରୁ ମୋଟ ୩୩ ଜୁଡୋକା ଏବଂ ୪ ଅଫିସିଆଲ ଅଂଶଗ୍ରହଣ କରିଥିବାବେଳେ ବିଭିନ୍ନ ବର୍ଗରେ ୧୫ଟି ପଦକ ମିଳିଛି। ସବ୍‌ଜୁନିୟର ବର୍ଗରେ ଡଲି ହୋ’ ରୌପ୍ୟ, ଅଞ୍ଜଳି ମାଝି, ଅନନ୍ୟା ବେହେରା ଓ ସରିତା ମଲିକ ବ୍ରୋଞ୍ଜ, କ୍ୟାଡେଟ୍‌ ବର୍ଗରେ ଜି.ବଂଶିକା ସ୍ବର୍ଣ୍ଣ, ନମ୍ରତା ଦର୍ଜି ରୌପ୍ୟ ଏବଂ ସୋନିଆ ଗମାଙ୍ଗୋ, ରାଇମଣି ସୋରେନ, ଡୁଲି ମୁର୍ମୁ ବ୍ରୋଞ୍ଜ ପଦକ ଜିତିଛନ୍ତି। ସେହିପରି ଜୁନିୟର ବର୍ଗରେ ଜି. ବଂଶିକା ରୌପ୍ୟ, ସିନିୟର ବର୍ଗରେ ଅଞ୍ଜଳି ସାହୁ ଓ ସୁଚେତା ମୁଣ୍ଡା ରୌପ୍ୟ ଏବଂ ଅଶ୍ରହିଲ କିସପଟା, ଡୁଲି ମୁର୍ମୁ, ପୁନୁଗି ମୁର୍ମୁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି। ଦଳ ସହିତ କୋଚ୍‌ ଭାବେ ବିଶ୍ୱଜିତ ମାହାରି, ଲୋପାମୁଦ୍ରା ପତି ଓ ମ୍ୟାନେଜର ଭାବେ ଦେବେନ ଜାନି, ଅଫିସିଆଲ ଭାବେ କନ୍ଦନ ମୁର୍ମୁ କଲିକତା ଯାତ୍ରା କରିଥିଲେ। ପଦକ ବିଜେତା ପ୍ରତିଯୋଗୀମାନେ ଖେଲୋ ଇଣ୍ଡିଆ ଜାତୀୟ ଜୁଡୋ ଟୁର୍ନାମେଣ୍ଟ ପାଇଁ ମନୋନୀତ ହୋଇଛନ୍ତି। କୃତୀ ଜୁଡୋକାଙ୍କୁ ଓଡ଼ିଶା ରାଜ୍ୟ ଜୁଡୋ ସଂଘ ମୁଖ୍ୟ କାର୍ଯ୍ୟନିର୍ବାହୀ ଗୀତାଞ୍ଜଳି ପଣ୍ଡା, ସାଧାରଣ ସମ୍ପାଦକ ପୂର୍ଣ୍ଣ ଚନ୍ଦ୍ର ମିଶ୍ର ଓ ବୈଷୟିକ ସମ୍ପାଦକ କନ୍ଦନ ମୁର୍ମୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri