Posted inଜାତୀୟ

୪ ବର୍ଷରେ ୧୫ ମିଲିଟାରୀ ହେଲିକପ୍ଟର ଦୁର୍ଘଟଣା-୩୧ ଜଣଙ୍କ ମୃତ୍ୟୁ…

ନୂଆଦିଲ୍ଲୀ, ୧୮।୧୨: ଦେଶରେ ଗତ ୪ ବର୍ଷ ମଧ୍ୟରେ ମାର୍ଚ୍ଚ ୨୦୧୭ଠାରୁ ଇତିମଧ୍ୟରେ ୧୫ ମିଲିଟାରୀ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏସବୁ ଘଟଣାରେ ୩୧ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୨୦ ଜଣ ଆହତ ହୋଇଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଲୋକ ସଭାରେ ସୂଚନା ପ୍ରଦାନ କରାଯାଇଛି। ଚିତା, ଚେତକ, ଏମ୍‌ଆଇ-୧୭ ସମେତ ୧୫ ଟି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨୦୨୧ ଡିସେମ୍ବର ୮ରେ ତାମିଲନାଡୁର କୁନୁରରେ ଦୁର୍ଘଟଣାଗ୍ରସ୍ତ ସେନାର ଏମ୍‌ଆଇ-୧୭ ଭି-୫ ଚପରକୁ ମଧ୍ୟ ଅନ୍ତର୍ଭୁକ୍ତ କରାଯାଇଛି।

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ମଧ୍ୟରେ ୪ ଆଡଭାନ୍ସ ଲାଇଟ ହେଲିକପ୍ଟର (ଏଏଲଏଚ୍‌), ୪ ଚିତା, ୨ଟି ଅସ୍ତ୍ରଶସ୍ତ୍ର ଇଣ୍ଟିଗ୍ରେଟେଡ ଏଏଲଏଚ୍‌, ୩ଟି ଏମ୍‌ଆଇ-୧୭ ଭି-୫, ଗୋଟିଏ ଏମ୍‌ଆଇ-୧୭ ଏବଂ ଗୋଟିଏ ଚେତକ ରହିଛି। ଘଟିଥିବା ହେଲିକପ୍ଟର ଦୁର୍ଘଟଣା ସମ୍ପର୍କରେ ଲୋକସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ମନ୍ତ୍ରୀ ଅଜୟ ଭଟ୍ଟ ଏହି ସୂଚନା ଦେଇଛନ୍ତି। ୨୦୧୭ ମାର୍ଚ୍ଚ ୧୫ରେ ଏକ ବାୟୁସେନା ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କେହି ମୃତାହତ ହୋଇ ନ ଥିଲେ ସରକାରଙ୍କ ଦ୍ୱାରା ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଭାରତୀୟ ସେନା ଏବଂ ବାୟୁସେନାର ୭ଟି ଲେଖାଏଁ ହେଲିକପ୍ଟର ଏବଂ ନୌସେନାର ଗୋଟିଏ ହେଲିକପ୍ଟର ଦୁର୍ଘଟଣା ଗ୍ରସ୍ତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri