ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା ପାଇଁ ବେଶ୍‌ ଗୁରୁତ୍ୱ ବହନ କରିଛି। ଏହି ବଜେଟରେ ସମାଜର ୪ଟି ବର୍ଗଙ୍କ ଉପରେ ଗୁରୁତ୍ୱ ଦିଆଯାଇଛି। ସେଗୁଡ଼ିକ ହେଉଛି ଗରିବ, ମହିଳା, ଯୁବକ, କୃଷକ। ‘ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ୱାସ ଏବଂ ସବ୍‌କା ପ୍ରୟାସ’କୁ ଆଧାରକରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ବଜେଟ ଉପସ୍ଥାପନ କରିଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କା ବଜେଟ ବ୍ୟବସ୍ଥା କରାଯାଇଛି। ୨୪ ବର୍ଷର ବିଜେଡି ସରକାର ଯେଉଁ ବଜେଟ ପ୍ରସ୍ତୁତ କରୁଥିଲା, ସେଥିରୁ ଚଳିତ ବର୍ଷ ବଜେଟ ୧୫% ବଢ଼ିଛି। ଆମ ସରକାର ସମ୍ବଳର ସୁବିନିଯୋଗ କରି ରାଜ୍ୟର ଜନସାଧାରଣଙ୍କ କଲ୍ୟାଣ, ସମୃଦ୍ଧି ଓ ବିକାଶ ସହ ବିକଶିତ ଓଡ଼ିଶା ନିମନ୍ତେ ଏହି ସମତୁଲ ବଜେଟ କରିଛି। ଭାଜପା ସରକାର ହେଉଛି ଲୋକଙ୍କ ସରକାର, ଏଣୁ ଏହି ବଜେଟ ହେଉଛି ଲୋକଙ୍କ ବଜେଟ। ଏଥିଲାଗି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ବୋଲି ପୂର୍ବତନ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଶୁକ୍ରବାର ଖବରଦାତା ସମ୍ମିଳନୀକରି ସମୀର କହିଛନ୍ତି, ଓଡ଼ିଶାର ୬୫% ଲୋକ କୃଷି ଉପରେ ନିର୍ଭର କରିଥାନ୍ତି। ନିର୍ବାଚନ ପ୍ରତିଶ୍ରୁତି ପାଳନକରି ଆମ ସରକାର ଧାନ କୁଇଣ୍ଟାଲ ୩୧ଶହ ଟଙ୍କାକୁ ବୃଦ୍ଧି କରିଛି। କୃଷକଙ୍କୁ ବିହନଠାରୁ ବଜାର ପର୍ଯ୍ୟନ୍ତ ସଶକ୍ତ କରିବା ସହ ଜଳସେଚନ, ମଣ୍ଡିର ବ୍ୟବସ୍ଥା, କୃଷି ଯନ୍ତ୍ରପାତି, ଉପକରଣ ଏବଂ ଡିଜେଲ ପମ୍ପସେଟ୍‌ ଇତ୍ୟାଦି ଉପରେ ବଜେଟରେ ଗୁରୁତ୍ୱ ଦିଆଯାଇଛି। ରେଳପଥ କ୍ଷେତ୍ରରେ ଓଡ଼ିଶା ପାଇଁ ବଜେଟର ପରିମାଣ ୧୦ ହଜାର ୫୮୬ କୋଟି ଟଙ୍କାରେ ପହଞ୍ଚିଛି। କେନ୍ଦ୍ର ଓ ରାଜ୍ୟ ବଜେଟ ଓଡ଼ିଶାର ଲୋକଙ୍କୁ ଆଶ୍ୱସ୍ତି ଦେଇଛି ବୋଲି ସମୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri