୧୫ କୁଇଣ୍ଟାଲ ଗୋମାଂସ ଜବତ

କଣ୍ଟାପଡ଼ା,୧୨।୫(ଡି.ଏନ୍‌.ଏ.): ଓଲଟପୁର ପୋଲିସ ଗୁରୁବାର ୬୦ ନମ୍ବର ରାଜ୍ୟ ରାଜପଥରୁ ଗୋମାଂସ ଚାଲାଣ ହେଉଥିବା ଏକ ପିକ୍‌ଅପ ଭ୍ୟାନ୍‌ (ଓଡି ୦୫ କ୍ୟୁ ୧୯୮୩)କୁ ଜବତ କରିଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଦ୍ୱୟ ହେଲେ କଟକ ଜିଲା ଜଗତପୁର ଥାନା ଅଧୀନ ପଦ୍ମପୁର ଗ୍ରାମର ଶାହରୁଖ ଖାନ୍‌(୨୮) ଓ ମହାସିଂହପୁର ଗ୍ରାମର ଏସ୍‌.କେ. ଅଶ୍ରଫଅଲି(୨୭)। ଏହି ସଂକ୍ରାନ୍ତରେ ଓଲଟପୁର ଥାନା ପୋଲିସ ଏକ ମାମଲା (ନଂ.୫୨/୨୨) ରୁଜୁକରି ତଦନ୍ତ ଜାରି ରଖିଛି।

ମିଳିଥିବା ସୂଚନା ମୁତାବକ, ଗିରଫ ଅଭିଯୁକ୍ତ ଦ୍ୱୟ ନିଆଳିରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ ୧୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗୋମାଂସ ଧରି ଜଗତପୁର ଯାଉଥିଲେ। ଖବରପାଇ ଓଲଟପୁର ଥାନା ଏସ୍‌ଆଇ ନୃସିଂହ ଚରଣ ଜଗତି ପୋଲିସ ଫୋର୍ସ ସହ ରାତି ୩ଟାରେ ବାଇରୋଇ ଛକରେ ଗାଡିକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ବେଳେ ଗାଡ଼ିରେ ଗୋମାଂସ ଭର୍ତ୍ତି ହୋଇଥିବା ଜଣାପଡିଥିଲା। ପୋଲିସ ଜବତ ମାଂସର ନମୁନା ପରୀକ୍ଷା ପାଇଁ ପଠାଇଥିଲା। ଅନ୍ୟପକ୍ଷେ ଜବତ ଗୋମାଂସକୁ ପୋତିବା ପାଇଁ ପ୍ରଶାସନ ଭିତରେ ଛକାପଞ୍ଝା ହୋଇଥିଲା। ଫଳରେ କଣ୍ଟାପଡା ସରପଞ୍ଚ ନିର୍ମଳ କୁମାର ସାହୁଙ୍କ ସହଯୋଗରେ ଲଟାଉପୁର ସ୍ଥିତ ଏକ ମଶାଣିରେ ଏହାକୁ ପୋତି ଦିଆଯାଇଛି। ଏହି ସମୟରେ ସ୍ଥାନୀୟ ଅତିରିକ୍ତ ତହସିଲଦାର ଶୁଭ୍ରାଂଶୁ ସାହୁ, ଓଲଟପୁର ଥାନା ଆଇଆଇସି ବିଜୟା ସାହୁ, କଣ୍ଟାପଡ଼ା ବ୍ଲକ ପ୍ରାଣୀ ଚିକିତ୍ସାଧିକାରୀ ଜିତେନ୍ଦ୍ର ମହାରଣା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri