୧୫ ରାଉଣ୍ଡ ଗଣତି ଶେଷ: ଆସିଲା ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ପ୍ରତିକ୍ରିୟା, କହିଲେ ନୂଆପଡ଼ାବାସୀ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୫ ରାଉଣ୍ଡ ଗଣତି ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ବଡ଼ ବିଜୟ ପଥେ ଆଗେଇ ଚାଲିଛନ୍ତି। ୧୫ ରାଉଣ୍ଡ ସୁଦ୍ଧା ଜୟ ୭୩୭୪୫ ଭୋଟ ପାଇଛନ୍ତି। ତେବେ ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥିନୀ ସ୍ନେହାଙ୍ଗିନୀ ଛୁରିଆଙ୍କଠାରୁ ୫୦୬୫୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି। ଏହି ରାଉଣ୍ଡ ସୁଦ୍ଧା ସ୍ନେହାଙ୍ଗିନୀ ୨୩୦୮୯ଖଣ୍ଡ ଭୋଟ ପାଇଛନ୍ତି। ସେହିପରି କଂଗ୍ରେସର ଘାସିରାମ ମାଝୀଙ୍କୁ ୨୨ହଜାର ୬୧୮ଖଣ୍ଡ ଭୋଟ ମିଳିଛି।

ଏହି ପରିପ୍ରେକ୍ଷୀରେ ଭାଜପା ପ୍ରାର୍ଥୀଢୋଲକିଆ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି। ମୁଁ ଆଗରୁ କହିଛି ଏବେ ବି କହୁଛି ଭାଜପା ୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବ। ଭାଜପା ଆଗେଇ ଚାଲିଛି। ଏହା ଡବଲ ଇଞ୍ଜିନ ସରକାର ଏବଂ ନୂଆପଡ଼ାବାସୀଙ୍କ ଜିତାପଟ୍‌ ବୋଲି ସେ ପ୍ରକାଶ କରିଛନ୍ତି।

Dharitri – disha’sNo.1 Trusted Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଅସୀମ ମୁନିର ହେଲେ CDF, ପାକିସ୍ତାନର ୩ ସେନା ରହିବେ କଣ୍ଟ୍ରୋଲରେ, ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ଇସଲାମାବାଦ,୫।୧୨: ପାକିସ୍ତାନ ତା’ର ସାମରିକ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଆଣିଛି, ଜେନେରାଲ ଅସୀମ ମୁନିରଙ୍କୁ ଦେଶର ପ୍ରଥମ ପ୍ରତିରକ୍ଷା ବାହିନୀ (CDF) ମୁଖ୍ୟ ଭାବରେ...

ମଝି ଆକାଶରେ ଫୁଟବଲ ଖେଳିଲେ ଦୁଇ ଖେଳାଳି, ଭୟଙ୍କର ଦୃଶ୍ୟ ଦେଖିଲେ…

କିଛି ଲୋକ ଅନେକ ଦୁଃସାହସିକ କାର୍ଯ୍ୟ କରିଥାନ୍ତି। ଯାହା ଦେଖି ଲୋକଙ୍କ ପ୍ରାଣବାୟୁ ଉଡ଼ିଯିବା ପରି ଲାଗେ। ବର୍ତ୍ତମାନ ସୋସିଆଲ ମିଡିଆରେ ସେମିତି ଏକ ଭିଡିଓ...

ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା ଦେଲେ ପୁଟିନ-ମୋଦି! ବିଶ୍ୱରେ ଚହଳ

ନୂଆଦିଲ୍‌ଲୀ,୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଭାରତ ଆସିଛନ୍ତି। ତାଙ୍କ ଆଗମନ ଭାରତ ପାଇଁ ଖୁସିର ଖବର ଆଣିଛି। ଗୁରୁବାର ଆମେରିକୀୟ...

ପ୍ରଶଂସକଙ୍କ ପାଇଁ ଖୁସିଖବର: ଦକ୍ଷିଣ ଆଫ୍ରିକା ODI ସିରିଜ ପରେ ଟି-୨୦କୁ ଫେରିବେ ରୋହିତ!

ନୂଆଦିଲ୍ଲୀ,୫।୧୨: ରୋହିତ ଶର୍ମା ଭାରତୀୟ ଘରୋଇ କ୍ରିକେଟ ପ୍ରତି ଏତେ ପ୍ରତିବଦ୍ଧତା ଦେଖାଉଛନ୍ତି ଯେ ସେ କେବଳ ଲିଷ୍ଟ ଏ କ୍ରିକେଟ ନୁହେଁ ବରଂ ଟି-୨୦...

ପ୍ରଶ୍ନପତ୍ର ଲିକ୍‌: ବାତିଲ ହେଲା ଏଏନ୍‌ଏମ୍‌ ପରୀକ୍ଷା, ନିରାଶରେ ଫେରିଲେ ପରୀକ୍ଷାର୍ଥୀ

ଗଜପତି,୫।୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଏଏନ୍‌ଏମ୍‌ ପରୀକ୍ଷା ବାତିଲ ହୋଇଛି। ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ନେଇ ଆଜି ବିଧାନସଭା ଗୃହରେ କଂଗ୍ରେସ ବିଧାୟକ ରାଜନ...

ମହୁଲି ଭାଟି ଉପରେ ପୋଲିସର ଚଢ଼ାଉ, ମଦ ରନ୍ଧା ସାମଗ୍ରୀରେ ଲଗାଇଦେଲା ନିଆଁ

ପାଟଣା,୫ା୧୨(ବୀରକିଶୋର ଦାଶ): ବେଆଇନଦେଶୀ ମହୁଲି ଭାଟି ଉପରେ ପୋଲିସ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମହୁଲି ମଦ ସହ ପୋଚ ନଷ୍ଟ କରିଛି। କେନ୍ଦୁଝର ଜିଲାତୁରୁମୁଙ୍ଗା...

ଓ୍ବାସିମ ଆକ୍ରମଙ୍କୁ ଟପିଲେ ଷ୍ଟାର୍କ

ବ୍ରିସବେନ,୫ା୧୨: ଅଷ୍ଟ୍ରେଲିଆ-ଇଂଲଣ୍ଡ ମଧ୍ୟରେ ଗୁରୁବାରଠାରୁ ଦ୍ୱିତୀୟ ଆଶେସ ଟେଷ୍ଟ ଆରମ୍ଭ ହୋଇଯାଇଛି। ଟେଷ୍ଟ କ୍ରିକେଟରେ ଅଷ୍ଟ୍ରେଲିଆର ଫାଷ୍ଟ ବୋଲର ମିଚେଲ ଷ୍ଟାର୍କ ସବୁଠୁ ସଫଳ ବାମହାତୀ...

ସାମ୍ନାକୁ ଆସିଲା ବିରାଟ-ରୋହିତଙ୍କ ସୁରକ୍ଷାରେ ବଡ଼ ତ୍ରୁଟି, ଟିମଙ୍କ ସହ ବୁଲିଲେ ଅପରାଧି!

ରାୟପୁର,୫।୧୨: ରାୟପୁରରେ ଖେଳାଯାଇଥିବା ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ମ୍ୟାଚ ସମୟରେ ଖେଳାଳିଙ୍କ ସୁରକ୍ଷାରେ ବଡ଼ ଅବହେଳାର ପର୍ଦ୍ଦାଫାସ ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri