ଜଳିଗଲା ୧୫ ଦୋକାନ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଛାର୍‌ଖାର୍‌

ବାସୁଦେବପୁର,୧୪।୧୨(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଇରମ ପଞ୍ଚାୟତ ରଥପଦାରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୫ଟି ଦୋକାନ ପୋଡି ନଷ୍ଟ ହୋଇଯାଇଛି।

ରଥପଦାରେ ପଦ୍ମନାଭ ଦାଶଙ୍କ ମାର୍କେଟ୍‌ କମ୍ପ୍ଲେକ୍ସରେ ଚାଳ ଏବଂ ଆଜବେଷ୍ଟସ୍‌ରେ ନିର୍ମିତ ୧୫ଟି ଦୋକାନ ଥିଲା। ନିଆଁ ଲାଗି ସମସ୍ତ ଦୋକାନ ପୋଡ଼ିଯାଇଥିବା ବେଳେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି। ଖବର ପାଇ ବାସୁଦେବପୁର ଏବଂ ଧାମରା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ସବୁ ପୋଡ଼ି ପାଉଁଶ ହୋଇଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ କେହି ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ପୋଲିସ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ରାଜସ୍ବ ନିରୀକ୍ଷକ ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତିର ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?