Posted inଜାତୀୟ

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ମୃତକଙ୍କ ପ୍ରତି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ମୃତକଙ୍କ ନିକଟତମ ପରିବାର ପାଇଁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ଜାରି ଏକ ବାର୍ତ୍ତାରେ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନୀରେ ମୁଁ ଦୁଃଖିତ। ଶୋକସନ୍ତପ୍ତ ପରିବାର ସହିତ ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି। ଉଦ୍ଧାର କାର୍ଯ୍ୟ ଚାଲିଛି ଏବଂ ଅଧିକାରୀମାନେ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେଉଛନ୍ତି।

ପ୍ରଧାନମନ୍ତ୍ରୀ ଏହି ଦୁର୍ଘଟଣାର ପୀଡିତଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା ମଧ୍ୟ କରିଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (PMNRF) ରୁ ପ୍ରତ୍ୟେକ ମୃତ ବ୍ୟକ୍ତିଙ୍କ ନିକଟତମ ପରିବାରକୁ ୨ ଲକ୍ଷ କ୍ଷତିପୂରଣ ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ସହାୟତା ଦିଆଯିବ।

ଲକ୍ଷ୍ନୌର ଏକ କୋଚିଂ ଇନଷ୍ଟିଚ୍ୟୁଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟଣାରେ ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଭାବପ୍ରବଣ ହୋଇଯାଇଛନ୍ତି। ସେ କହିଛନ୍ତି, ମୁଁ ମୋ ନିଜ ଆଖିରେ ୧୪ ମୃତଦେହ ଦେଖିଛି। ଏହି ଘଟଣା ସମଗ୍ର ରାଜ୍ୟକୁ ଥରାଇ ଦେଇଛି।

ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି, ଅଗ୍ନିକାଣ୍ଡ ପରେ ଅନେକ ଲୋକ କୋଠାରୁ ଖସି ପଳାଇବାରେ ସଫଳ ହୋଇଥିଲେ ମଧ୍ୟ, ଅନ୍ୟମାନେ ଏବେ ବି ଭିତରେ ଫସି ରହିଥିବା ଆଶଙ୍କା ଥିଲା। ପୋଲିସ କିମ୍ବା ଅଗ୍ନିଶମ ବିଭାଗ କେହି ଫସି ରହିଥିବା ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତକରଣ ଜାରି କରି ନାହାଁନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?