ଓମିକ୍ରନ୍ ସଙ୍କଟ: ମହାରାଷ୍ଟ୍ର-କର୍ନାଟକ-ଗୁଜରାଟ ପରେ ଏବେ ଦିଲ୍ଲୀ ଉପରେ ନଜର

ନୂଆଦିଲ୍ଲୀ,୫ ।୧୨: ଦକ୍ଷିଣ ଆଫ୍ରିକାରେ ପ୍ରଥମ କରି ଦେଖାଦେଇଥିବା କରୋନାର ନୂଆ ଭାରିଏଣ୍ଟ ଓମିକ୍ରନକୁ ନେଇ ଏବେ ଚିନ୍ତା ବଢିବାରେ ଲାଗିଛି । ପ୍ରଥମେ କର୍ନାଟକରେ ୨ ଓମିକ୍ରନ୍ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ମହାରାଷ୍ଟ୍ର ଓ ଗୁଜରାଟରେ ଜଣେ ଜଣେ ଓମିକ୍ରନ୍ ସଂକ୍ରମିତ ଦେଶବାସୀଙ୍କୁ ଚିନ୍ତାରେ ପକାଇ ଦେଇଛନ୍ତି । ଏବେ ସମସ୍ତଙ୍କ ନଜର ରାଜଧାନୀ ଦିଲ୍ଲୀ ଉପରେ । କାରଣ ରାଜଧାନୀ ଦିଲ୍ଲୀକୁ ହାଇରିସ୍କ ଦେଶରୁ ଫେରିଥିବା ପ୍ରାୟ ୧୫ ଜଣ ଯାତ୍ରୀ ଏଲଏନ୍‌ଜେପି ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଏମାନଙ୍କ ସାମ୍ପଲ ଜିନୋମ ସିକ୍ୟୁଏନସିଂ ପାଇଁ ପଠାଯାଇଛି । ୪-୫ ଦିନ ମଧ୍ୟରେ ରିପୋର୍ଟ ଆସିବା ପରେ ସ୍ପଷ୍ଟ ହେବ ଯେ ଏମାନେ ଓମିକ୍ରନ ଭାରିଏଣ୍ଟ ଦ୍ୱାରା ସଂକ୍ରମିତ କି ନା । ମିଳିଥିବା ସୂଚନାରୁ ଜଣାପଡିଛି କି ହସ୍ପିଟାଲରେ ଭର୍ତ୍ତି ହୋଇଥିବା ୧୫ ସନ୍ଦିଗ୍ଧଙ୍କ ମଧ୍ୟରୁ ୯ ଜଣଙ୍କ କରୋନା ରିପୋର୍ଟ ପଜିଟିଭ ରହିଛି । ବାକି ୬ ଜଣଙ୍କ ନିକଟରେ ଗଳା ଦରଜ ଓ ଜ୍ୱର ଭଳି ଲକ୍ଷଣ ରହିଛି । ଏମାନଙ୍କୁ ଦିଲ୍ଲୀ ସରକାରଙ୍କ ଲୋକମାନ୍ୟ ଜୟପ୍ରକାଶ ନାରାୟଣ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଗତ ସପ୍ତାହରେ ହିଁ ସରକାର ଏହି ହସ୍ପିଟାଲକୁ ଓମିକ୍ରନ ସଂକ୍ରମିତଙ୍କ ଚିକିତ୍ସା ପାଇଁ ରିଜର୍ଭ କରି ରଖିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri