ଆନ୍ଦୋଳନ କରିବେ ୧୫ ଗାଁ ବାସିନ୍ଦା

ଖୋର୍ଦ୍ଧା,୨୭ା୬(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ତହସିଲ ଅନ୍ତର୍ଗତ ଏଖରାଜାତ ମାହାଲର ନରଣଗଡ଼, ତାପଙ୍ଗ ଓ ଧଉଲିମୁହଁ ପଞ୍ଚାୟତର ୧୫ଟି ରାଜସ୍ବ ଗ୍ରାମର ଶତାଧିକ ଗ୍ରାମବାସୀ ଜମିଜମାର ସ୍ବତ୍ୱାଧିକାର ଶ୍ରୀଜଗନ୍ନାଥ ଶ୍ରୀମନ୍ଦିର ପରିଚାଳନା କମିଟି, ପୁରୀ ପରିବର୍ତ୍ତେ ଓଡ଼ିଶା ସରକାର ଲେଖାଯିବାକୁ ଦାବି କରିଆସୁଛନ୍ତି। ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ମିଳିଥିଲେ ମଧ୍ୟ ପଦକ୍ଷେପ ନିଆଯାଉନାହିଁ। ଫଳରେ ଗ୍ରାମବାସୀ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗତ ମାର୍ଚ୍ଚରେ ଜମିଜମା ରେକର୍ଡ ସଂଶୋଧନ ଦାବିରେ ଆଞ୍ଚଳିକ ଭିଟାମାଟି ବଞ୍ଚାଅ ସଂଗ୍ରାମ ସମିତି ଆନୁକୂଲ୍ୟରେ ଉପରୋକ୍ତ ପଞ୍ଚାୟତର ଶତାଧିକ ଗ୍ରାମବାସୀ ଗଣଧାରଣାରେ ବସିଥିଲେ। ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଏପରିକି ଜିଲା ପ୍ରଶାସନ ରାଜ୍ୟ ସରକାରଙ୍କୁ ଜଣାଇବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏଯାବତ୍‌ କୌଣସି ପଦକ୍ଷେପ ନିଆଗଲା ନାହିଁ। ସୋମବାର ଏହାର ପ୍ରତିବାଦରେ ସମିତି ଆନୁକୂଲ୍ୟରେ ୩ ପଞ୍ଚାୟତର ଗ୍ରାମବାସୀଙ୍କୁ ନେଇ ବୈଠକ ହୋଇଥିଲା। ସମିତି ସଭାପତି ଗୋଦାବରୀଶ ଗୁମାନସିଂ ସଭାପତିତ୍ୱ କରିଥିଲେ। ସମ୍ପାଦକ ଯୁଧିଷ୍ଠିର ହରିଚନ୍ଦନ ବିବରଣୀ ପାଠ କରିଥିଲେ। ଜମିଜମା ସଂଶୋଧନ ନେଇ ପୂର୍ବରୁ ଜିଲା ପ୍ରଶାସନ ଏବଂ ରାଜସ୍ବ ମନ୍ତ୍ରୀଙ୍କ ସହ ହୋଇଥିବା ବାର୍ତ୍ତାଳାପ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଗତ ୧୨ ତାରିଖ ସୁଦ୍ଧା ଏ ଦିଗରେ ପଦକ୍ଷେପ ନେବା ଲାଗି ସମିତି ପକ୍ଷରୁ ଜିଲାପାଳଙ୍କୁ ଅନୁରୋଧ କରାଯାଇଥିଲା। ତେବେ ପ୍ରଶାସନ ପକ୍ଷରୁ ଏଯାବତ୍‌ କୌଣସି ପଦକ୍ଷେପ ଗ୍ରହଣ କରାଗଲା ନାହିଁ। ଏହାର ପ୍ରତିବାଦରେ ଆଞ୍ଚଳିକ ଭିଟାମାଟି ସଂଗ୍ରାମ ସମିତି ଆସନ୍ତା ଜୁଲାଇ ୭ରୁ ନରଣଗଡ଼ ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିବ ବୋଲି ଏକ ପ୍ରେସ ବିବୃତିରେ ସଭାପତି ଓ ସମ୍ପାଦକ ଜଣାଇଛନ୍ତି। ଏହି ବୈଠକରେ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ। ସମ୍ପାଦକ ହରିଚନ୍ଦନ କହିଛନ୍ତି, ଜମିଜମାର ସ୍ବତ୍ୱାଧିକାରୀ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିଚାଳନା କମିଟି, ପୁରୀଙ୍କ ନାମରେ ହୋଇଥିବାରୁ ଗ୍ରାମବାସୀ କୌଣସି ଅତ୍ୟାବଶ୍ୟକ ସମୟରେ ଜମି ବିକ୍ରି କରିପାରୁନାହାନ୍ତି। ଏପରିକି ଜମି ପଟ୍ଟାରେ ଓଡ଼ିଶା ସରକାର ଲେଖା ନ ଥିବାରୁ ଆବାସ ଓ ଋଣ ଆଦି ସରକାରୀ ସୁବିଧା ପାଇପାରୁନାହାନ୍ତି ବୋଲି ସେ କହିଛନ୍ତି।
ମାଟିର ପାଇକବୀର ଇଂରେଜ ମାନଙ୍କ ମଧ୍ୟରେ ସଶସ୍ତ୍ର ସଂଗ୍ରାମ କରିଥିଲେ। ଇଂରେଜ ପାଖରେ ମୁଣ୍ଡ ନୁଆଇ ନ ଥିଲେ। ସେତେବେଳେ ମାଟି ମା ପାଇଁ ଲଢେଇ କରିଥିବା ପାଇକ ପୁଅ ଏବେ ନିଜ ହକ୍‌ ପାଇବା ପାଇଁ ଦୀର୍ଘ ବର୍ଷ ଧରି ଆନ୍ଦୋଳନ ଚାଲିଥିଲେ ମଧ୍ୟ ସରକାର କୌଣସି କର୍ଣ୍ଣପାତ କରୁନାହାନ୍ତି। ଭିଟାମାଟି ପାଇଁ ଲଢେଇ କରିବୁ, ଏଭଳି ଜବାବ ରଖିଛି ଭିଟାମାଟି ବଞ୍ଚାଅ ସଂଗ୍ରାମ ସମିତି। ସ୍ବାଧୀନତା ସଂଗ୍ରାମରେ ପ୍ରାଣବଳି ଦେଇଥିବା ପାଇକ ବୀରଙ୍କ ମାଟି ପ୍ରତି ସରକାର ଅଣଦେଖା କରୁଛନ୍ତି ବୋଲି ଗ୍ରାମବାସୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଲମାନଙ୍କ ଜନ୍ମଦିନରେ ଏମିତି କହି ଶୁଭେଚ୍ଛା ଜଣାଇଲେ କ୍ୟାଟ୍ରିନା

ବଲିଉଡ ସୁପରଷ୍ଟାର ସଲମାନ ଖାନ ୬୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କୁ ଅଭିନନ୍ଦନର ସୁଅ ଛୁଟିବାରେ ଲାଗିଛି। ଅନେକ ବଲିଉଡ ସେଲିବ୍ରିଟି ମଧ୍ୟ...

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

ନୂଆବର୍ଷରୁ ବଢିଯିବ ଏସବୁ ଗାଡିର ଦାମ୍‌, କମ୍ପାନୀଗୁଡିକର ବଡ଼ ଘୋଷଣା, ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୨୭।୧୨: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ଭାରତରେ କାର୍‌ କିଣିବାକୁ ଯୋଜନା କରୁଥିବା ଲୋକଙ୍କୁ ଟିକେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ପ୍ରକୃତରେ,...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri