Posted inଜାତୀୟ

୧୫ ବର୍ଷ ପୂର୍ବରୁ ୨୧ ଜୁଲାଇରେ ଦେଶକୁ ମିଳିଥିଲା ପ୍ରଥମ ମହିଳା ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୧ ।: ଜୁଲାଇ ୨୧ ଭାରତ ଇତିହାସରେ ପୁଣିଥରେ ଏକ ଗୁରୁତ୍ୱ ବହନ କରିବାକୁ ଯାଉଛି । ଦେଶକୁ ୨୧ ଜୁଲାଇ ୨୦୨୨ରେ ମିଳିବାକୁ ଯାଉଛି ଆଉଜଣେ ମହିଳା ରାଷ୍ଟ୍ରପତି । ଦେଶର ୧୫ ତମ ରାଷ୍ଟ୍ରପତି ପାଇଁ ୧୮ ଜୁଲାଇରେ ନିର୍ବାଚନ ହୋଇଥିଲା । ୨୧ ଜୁଲାଇ ଗୁରୁବାର ସକାଳ ୧୧ଟାରେ ସଂସଦ ଭବନରେ ମତଗଣନା ଆରମ୍ଭ ହେବ । ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଏଥିରେ ବିଜୟୀ ହେବେ ବୋଲି ଅନୁମାନ କରାଯାଇଛି । ଯଦି ଏଥିରେ ସେ ବିଜୟୀ ହୁଅନ୍ତି ତେବେ ଦେଶକୁ ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ମିଳିଯିବ ।
ସୂଚନାଯୋଗ୍ୟ, ଆଜିକୁ ଠିକ୍ ୧୫ ବର୍ଷ ତଳେ ୨୧ ଜୁଲାଇରେ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ହୋଇଥିଲେ ପ୍ରତିଭା ଦେବୀ ସିଂ ପାଟିଲ । ୨୧ ଜୁଲାଇ ୨୦୦୭ରେ ରାଷ୍ଟ୍ରପତି ନିର୍ବାଚନ ଭୋଟ ଗଣତି ପରେ ପ୍ରତିଭା ଦେବୀ ସିଂ ପାଟିଲ ବିଜୟୀ ହୋଇ ଦେଶର ୧୨ ତମ ରରାଷ୍ଟ୍ରପତି ଭାବେ କାର୍ଯ୍ୟଭାର ସମ୍ଭାଳିଥିଲେ । ଏହାପରେ ୨୫ ଜୁଲାଇ ୨୦୦୭ରେ ସେ ରାଷ୍ଟ୍ରପତି ଭାବେ ଶପଥ ନେଇଥିଲେ । ସେ ୨୦୦୭-୨୦୧୨ ପର୍ଯ୍ୟନ୍ତ ନିଜର କାର୍ଯ୍ୟକାଳ ସମ୍ପୂର୍ଣ୍ଣ କରିଥିଲେ । ଦେଶର ସର୍ବୋଚ୍ଚ ସମ୍ବିଧାନକ ପଦ ଗ୍ରହଣ କରିବାରେ ସେ ପ୍ରଥମ ମହିଳା ରାଷ୍ଟ୍ରପତି ଥିଲେ । ଏହାପରେ ଏବେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦ୍ୱିତୀୟ ମହିଳା ତଥା ପ୍ରଥମ ଆଦିବାସୀ ମହିଳା ରାଷ୍ଟ୍ରପତି ଭାବେ ଏହି ସମ୍ବିଧାନକ ପଦ ଗ୍ରହଣ କରିପାରନ୍ତି । ଏବେ ଦେଶରେ ରାଷ୍ଟ୍ରପତି ଥିବା ରାମନାଥ କୋବିନ୍ଦଙ୍କ କାର୍ଯ୍ୟକାଳ ୨୪ ଜୁଲାଇରେ ଶେଷ ହେଉଛି । ଏହାପରେ ୨୫ ଜୁଲାଇରେ ନୂଆ ରାଷ୍ଟ୍ରପତି ଶପଥ ନେବାର କାର୍ଯ୍ୟକ୍ରମ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଓଜନ କମାଇବାର ସହଜ ଉପାୟ

ଆମ ଶରୀରର ଓଜନ ସନ୍ତୁଳିତ ରହିବା ନିହାତି ଦରକାର। ହେଲେ ଏହାର ଏକ ସରଳ ଉପାୟ ରହିଛି। ଏହାକୁ ଜଣେ ଅତି ସହଜରେ ଆପଣେଇ ପାରିବ। ତାହା…

ଆଜି ରାଜ୍ୟ କ୍ୟାବିନେଟ୍‌: ୯ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଅପରାହ୍ନ ୫ଟାରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି…

ଗୋ’ ଚାଲାଣବେଳେ ଫାଟିଲା ପିକ୍‌ଅପ୍‌ ଟାୟାର, ୩ ବଳଦ ମୃତ

ଜଗନ୍ନାଥପ୍ରସାଦ,୭ା୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅଞ୍ଚଳରେ ରବିବାର ମଧ୍ୟରାତ୍ରିରେ ବେଆଇନ ଗୋ-ଚାଲାଣ ବେଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ଜିରାବାଡ଼ି ଗ୍ରାମ ନିକଟରେ…

ପୁଣି ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ICC ଏକ ଯୋଜନା ପ୍ରସ୍ତୁତ କରିଛି

ନୂଆଦିଲ୍ଲୀ,୭।୯: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦୀର୍ଘ ସମୟ ଧରି କୌଣସି ଦ୍ୱିପାକ୍ଷିକ କିମ୍ବା ତ୍ରି-ସିରିଜ ଖେଳାଯାଇ ନାହିଁ। ଭାରତ ଏପରି କାର୍ଯ୍ୟକ୍ରମକୁ ନିରନ୍ତର ମନା କରିଆସିଛି,…

୭ ଦିନରେ ସାଇନ୍‌ବୋର୍ଡ ବନାନ ସଂଶୋଧନ କରିବାକୁ କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର,୭ା୯(ରବିନାରାୟଣ ଜେନା): ଓଡ଼ିଆ ଉଚ୍ଚାରଣ ସହ ସମନ୍ବୟ ରଖି ସଂଶୋଧିତ ହୋଇଥିବା ବିଭିନ୍ନ ସ୍ଥାନ ନାମର ଇଂଲିଶ ବନାନକୁ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ପ୍ରତିଷ୍ଠାନରେ ସମାନ…

ବୃହତ୍ତମ ‘ଟି-ରେକ୍ସ’ ଡାଇନୋସର ମୃତ୍ୟୁ ରହସ୍ୟରୁ ହଟିଲା ପରଦା

ସାସ୍କାଚେୱାନ(କାନାଡା),୭ା୯: ପ୍ରାୟ ୬ କୋଟି ୬୦ ଲକ୍ଷ ବର୍ଷ ପୂର୍ବେ ପୃଥିବୀ ପୃଷ୍ଠରୁ ବିଲୁପ୍ତ ହୋଇଯାଇଥିବା ବିଶ୍ୱର ସବୁଠାରୁ ବୃହତ୍ତମ ‘ଟାଇରାନୋସରସ୍‌ ରେକ୍ସ’ (ଟି-ରେକ୍ସ) ଡାଇନୋସର ‘ସ୍କଟି’…

ପ୍ରତି ୪ ଜନଧନ ଆକାଉଣ୍ଟରୁ ଗୋଟିଏ ଅଚଳ

ବ୍ୟାଙ୍କ ସେବା ସହ ସମସ୍ତଙ୍କୁ ଯୋଡ଼ିବା ଉଦ୍ଦେଶ୍ୟରେ ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଜନ ଧନ ଯୋଜନା ଆରମ୍ଭ କରିଥିଲେ। ଏପରି କି ଏହି ଯୋଜନାରେ…

ଏଇ ଭାରତରେ

ରବିବାର ଭୋର ୪ଟା ହୋଇଗଲେ ମୁମ୍ବାଇର ପୂଜା ଓ ଦୀପେଶ ଡେଢ଼ିହାଙ୍କ ଘରେ ରୋଷେଇ ଆରମ୍ଭ ହୋଇଯାଏ । ଯେ କେହି ଭାବିବେ, ଏହି ଦମ୍ପତି ଏତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri