ହମାସ୍‌ର ୧୫୦ ଭୂତଳ ବଙ୍କର ଧ୍ୱଂସ

ଜେରୁଜେଲମ୍‌,୨୯।୧୦: ଗାଜାରେ ସ୍ଥଳ ଆକ୍ରମଣକୁ ଶନିବାର ଜୋର୍‌ଦାର କରିଛି ଇସ୍ରାଏଲ୍‌। ସମୁଦ୍ର ଓ ଆକାଶମାର୍ଗରୁ ଆକ୍ରମଣ ସହିତ ଗାଜା ଭିତରକୁ ଅଧିକ ଟ୍ୟାଙ୍କ୍‌ ଓ ହଜାର ହଜାର ସୈନ୍ୟ ପ୍ରବେଶ କରିଛନ୍ତି। ଯୁଦ୍ଧ ଏକ ନୂଆ ପର୍ଯ୍ୟାୟରେ ପହଞ୍ଚତ୍ଲା ବୋଲି ଇସ୍ରାଏଲ୍‌ ପ୍ରତିରକ୍ଷା ମନ୍ତ୍ରୀ ୟୋଭ୍‌ ଗାଲାଣ୍ଟ କହିଛନ୍ତି। ପ୍ରବଳ ବୋମାମାଡ଼ ଯୋଗୁ ଗାଜାର ବହୁ ଅଞ୍ଚଳ ମାଟିରେ ମିଶିଲାଣି। ସୈନ୍ୟବାହିନୀ ପକ୍ଷରୁ ଜାରି କରାଯାଇଥିବା ଫଟୋରେ ବହୁସଂଖ୍ୟାରେ ଟ୍ୟାଙ୍କ ଗାଜା ମଧ୍ୟରେ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି। ଏଥିସହ ଇସ୍ରାଏଲୀ ଯୁଦ୍ଧବିମାନଗୁଡ଼ିକର ବୋମାମାଡ଼ରେ ହମାସ୍‌ର ୧୫୦ଟି ସ୍ଥାନରେ ଥିବା ଭୂତଳ ବଙ୍କର ଓ ସୁଡ଼ଙ୍ଗ ଧ୍ୱସ୍ତବିଧ୍ୱସ୍ତ ହୋଇଯାଇଛି। ହମାସ୍‌କୁ ମୂଳପୋଛ କରିବା ପାଇଁ ଭୂତଳ ଟନେଲଗୁଡ଼ିକୁ ଇସ୍ରାଏଲ୍‌ ଟାର୍ଗେଟ କରିଛି। ଅକ୍ଟୋବର ୭ରେ ଆକ୍ରମଣ ଆରମ୍ଭ ହେବାଠାରୁ ଇତିମଧ୍ୟରେ ଗାଜାରେ ୭,୭୦୦ ପାଲେଷ୍ଟିନୀୟଙ୍କ ମୃତ୍ୟୁ ଘଟିଛି। ଶୁକ୍ରବାର ରାତିରୁ ୩୭୭ ଜଣଙ୍କ ଜୀବନ ଗଲାଣି ବୋଲି ଗାଜା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ କହିଛି। ମୃତକଙ୍କ ମଧ୍ୟରୁ ଅଧିକାଂଶ ମହିଳା ଓ ଶିଶୁ। ବୋମାମାଡ଼ରେ ଭୁଶୁଡ଼ି ପଡ଼ିଥିବା ବିଲ୍ଡିଂ ତଳେ ପ୍ରାୟ ୧,୭୦୦ ଲୋକ ରହିଯାଇଥିବା ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୋଲ୍‌ରେ ଆସି ଫେରାର ଦୋଷୀ ୯ ବର୍ଷ ପରେ ଗିରଫ: ନାଁ ବଦଳାଇ ଅମୃତସରରୁ କରୁଥିଲେ…

ଭୁବନେଶ୍ୱର, ୩୦।୬: ପରୋଲ୍‌ରେ ଜେଲରୁ ମୁକ୍ତି ପାଇବା ପରେ ଫେରାର ହୋଇଯାଇଥିବା ଜଣେ ଆଜୀବନ କାରାଦଣ୍ଡପ୍ରାପ୍ତ ଦୋଷୀଙ୍କୁ ଦୀର୍ଘ ୯ ବର୍ଷ ପରେ କମିଶନରେଟ୍‌ ପୋଲିସ ଗିରଫ…

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri