୧୫୦ ଶିକାରୀଙ୍କୁ ଶପଥ କରାଇଲେ

ଚିତ୍ରକୋଣ୍ଡା,୪ା୬(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ବେଧଡ଼କ ଭାବେ ପଶୁ ଶିକାର ଚାଲିଛି। ଏହାକୁ ରୋକିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଛି। ଇତିମଧ୍ୟରେ ଶୁକ୍ରବାର ଶିକାର କରିବା ଉଦ୍ଦେଶ୍ୟରେ କାଲିମେଳା ଗମ୍ପାକୋଣ୍ଡା ଅଞ୍ଚଳରୁ ସିଲେରୁ ଦେଇ ୧୫୦ରୁ ଊର୍ଦ୍ଧ୍ୱ ଆଦିବାସୀ ଆସୁଥିବା ବେଳେ ବନବଭିଗ ହାତରେ ଧରାପଡିଛନ୍ତି। ଏସ୍‌ଡିପିଓ ଅଂଶୁମାନ ଦ୍ୱିିବେଦୀ ଓ ଥାନା ଅଧିକାରୀ ଅନିଲ କୁମାର ପରିଡ଼ା ସେମାନଙ୍କୁ ଅଟକାଇ ପଚରାଉଚରା କରି ଜଙ୍ଗଲରୁ ବନ୍ୟଜନ୍ତୁ ଶିକାର ନ କରିବା ପାଇଁ ଶପଥ କରାଇଥିଲେ।
ସୂଚନାଯୋଗ୍ୟ, ଚିତ୍ରକୋଣ୍ଡା ଅଞ୍ଚଳରେ ଗୋଟିଏ ଟ୍ରକ ଏବଂ ଦୁଇଟି ବୋଲେରୋରେ ୧୫୦ରୁ ଊର୍ଦ୍ଧ୍ୱ ଶିକାରୀ ଜଙ୍ଗଲକୁ ଶିକାର ପାଇଁ ଆସୁଥିବା ନେଇ ଏସ୍‌ଡିପିଓ ଦ୍ୱିବେଦୀଙ୍କୁ ଏହି ସୂଚନା ମିଳିଥିଲା। ଘଟଣାସ୍ଥଳରେ ସେ ପହଞ୍ଚି ସେମାନଙ୍କୁ ପଚରାଉଚରା କରିବା ସହ ତାଙ୍କ ନିକଟରୁ ବହୁ ଅସ୍ତ୍ର ଶସ୍ତ୍ର ଜବତ କରିଥିଲେ। ଏସ୍‌ଡିପିଓ ଦ୍ୱିବେଦୀ, ଚିତ୍ରକୋଣ୍ଡା ବନପାଳ ମୃତ୍ୟୁଞ୍ଜୟ ସେଠୀ ଏବଂ ଅନ୍ୟ ବନପାଳଙ୍କ ଉପସ୍ଥିତିରେ ୧୫୦ରୁ ଊର୍ଦ୍ଧ୍ୱ ଶିକାରୀଙ୍କୁ ଜଙ୍ଗଲରୁ ପଶୁ ଶିକାର ନ କରିବାକୁ ଶପଥ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri