କାର୍‌ ସହ ୧୫୦ କେଜି ଗଞ୍ଜେଇ ଜବତ, ଯୁବକ ଗିରଫ

ବ୍ରହ୍ମପୁର,୭ା୧୧( ସୁବାସ ଚନ୍ଦ୍ର ପାଢ଼ୀ): ଅବକାରୀ ଯୁଗ୍ମ କମିଶନର ଡମ୍ବୁରଧର ଖଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ଗଞ୍ଜେଇ ଚାଲାଣକାରୀଙ୍କୁ ଧରିବା ପାଇଁ ବ୍ରହ୍ମପୁରରେ ଥିବା ଦକ୍ଷିଣାଞ୍ଚଳ ଅବକାରୀ ଗୋଇନ୍ଦା ବିଭାଗର ଡିଏସପି ଶ୍ରୁତିକାନ୍ତ ରାଉତଙ୍କ ନେତୃତ୍ୱରେ ଏକ ଟିମ ଗଠନ ହୋଇଛି। ଉକ୍ତ ଟିମ ଶୁକ୍ରବାର ସଦର ଥାନା ଅନ୍ତର୍ଗତ ଗୁଣ୍ଠବନ୍ଧ କେନାଲ ହୁଡା ନିକଟରେ ଜଗି ରହିଥିବା ବେଳେ ବ୍ରହ୍ମପୁର ଅଭିମୁଖେ ଆସୁଥିବା କାର ( ନଂ. ଓଆର ୦୨ ବିଇ – ୩୬୯୧)କୁ ଅଟକାଇ ଯାଞ୍ଚ କରିବାରୁ ସେଥିରେ ଗଞ୍ଜେଇ ଥିବା ଜଣାପଡିଥିଲା। ୩ଟି ଜରି ବସ୍ତାରେ ଥିବା ୧୫୦ କେଜି ଗଞ୍ଜେଇକୁ ଜବତ କରାଯାଇଥିଲା। ଉକ୍ତ କାରକୁ ପାଇଲଟିଂ କରୁଥିବା ବାଇକ (ନଂ. ଓ ୨୦ ଏ ୯୦୭୮)କୁ ଧରିବା ପାଇଁ ପିଛା କରିବା ବେଳେ କାର ଓ ବାଇକ ଚାଳକ ଗାଡ଼ି ଛାଡ଼ି ଚମ୍ପଟ ମାରିଥିଲେ। କାର ଭିତରେ ବସିଥିବା ଗଞ୍ଜେଇ ଚାଲାଣକାରୀଙ୍କୁ ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚଢିପଢା ଗ୍ରାମର କୁମାର ପାଣି(୨୧)ଙ୍କୁ ଟିମ୍‌ କାବୁ କରିଥିଲା। ତାଙ୍କୁ ଜେରା ବେଳେ ଜଣାପଡିଛି ଯେ, ଉକ୍ତ ଗଞ୍ଜେଇ ଗଜପତି ଜିଲାରୁ ବ୍ରହ୍ମପୁର ଆସୁଥିଲା। ବ୍ରହ୍ମପୁରରୁ ଟ୍ରେନ ଯୋଗେ ତାହା ଉତ୍ତରପ୍ରଦେଶ ଚାଲାଣ ହୋଇଥାନ୍ତା ବୋଲି କୁମାର ପାଣି ବୟାନ ଦେଇଛନ୍ତି। ଜବତ ଗଞ୍ଜେଇ ଓ ଗାଡିର ମୂଲ୍ୟ ପ୍ରାୟ ୨୫ ଲକ୍ଷ ହେବ ବୋଲି ଡିଏସପି ରାଉତ ସୂଚନା ଦେଇଛନ୍ତି। ମାମଲା ନଂ ୪୭୯/୨୫-୨୬ ରେ ଅଭିଯୁକ୍ତ କୁମାରଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଛି। ଚଢାଉରେ ଅନ୍ୟମାନଙ୍କ ମଧ୍ୟରେ ଏସଆଇ ଅଜିତ କୁମାର ନାୟକ, କନଷ୍ଟେବଲ୍‌ ପବିତ୍ର ସାମଲ, କୁମୁଦ ପ୍ରଧାନ, ସରୋଜ ସ୍ବାଇଁ, ସୌମ୍ୟ ରାଉତ , କପିଳାଶ ଭତ୍ରା ପ୍ରମୁଖ ସାମିଲ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାତିଲେ ଚାଷୀ, ୧୦ରେ ଜେଲଭରୋ ଆନ୍ଦୋଳନ: ଚାଷ, ଚାଷୀ ସମସ୍ୟା ଅସମାହିତ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। କିନ୍ତୁ ଏଠାରେ ଚାଷ ଓ…

ତାବରସାହି ଜଙ୍ଗଲରୁ ୨୫ ଲକ୍ଷର ଗଞ୍ଜେଇ ଜବତ, ଗୋଡ଼ାଇ ଗୋଡ଼ାଇ ବାନ୍ଧିଲା ପୋଲିସ

ମୋହନା,୫ା୮(ମନ୍ମଥ ମିଶ୍ର): ଗଜପତି ଜିଲା ରା.ଉଦୟଗିରି ଥାନା ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲାର ପର୍ଦ୍ଦାଫାଶ କରିଛି । ୨୫୧ କିଲୋଗ୍ରାମ ୨୦୦ ଗ୍ରାମ…

ଯୋଗ୍ୟ ଶିକ୍ଷାନୁଷ୍ଠାନକୁ ଅନୁଦାନ ପ୍ରଦାନ ଦିଆଯାଉ, ଭଞ୍ଜନଗର ବିଧାୟକଙ୍କୁ ଦାବିପତ୍ର

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଓଡିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି, ଭଞ୍ଜନଗର ବ୍ଲକ ତରଫରୁ ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଭଞ୍ଜନଗର ବିଧାୟକ…

ବନ୍ୟା କ୍ଷୟକ୍ଷତି ଆକଳନ କଲେ ମନ୍ତ୍ରୀ, ପ୍ରଭାବିତ ଅଞ୍ଚଳରେ ହେବ…

କେନ୍ଦୁଝର,୫ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାଏକ ବୁଧବାର କେନ୍ଦୁଝର ସର୍କିଟ ହାଉସ୍‌ଠାରେ ବନ୍ୟା ଦ୍ୱାରା ହୋଇଥିବା…

ବ୍ଲକଗ୍ରାଣ୍ଟ ଶିକ୍ଷକଙ୍କ ଧାରଣା

କୃଷ୍ଣପ୍ରସାଦ, ୫।୮(କୈଳାଶ ଚନ୍ଦ୍ର ପଟ୍ଟନାୟକ): ଦୀର୍ଘଦିନ ଧରି ବିଭିନ୍ନ ଦାବି ନେଇ ବ୍ଲକଗ୍ରାଣ୍ଟ ଶିକ୍ଷକମାନେ ରାଜରାସ୍ତାକୁ ଓହ୍ଲାଇ ଆସୁଛନ୍ତି। ପୂର୍ବରୁ ବିଧାନସଭା ସମ୍ମୁଖରେ ଶିକ୍ଷୟିତ୍ରୀମାନେ ମାଣବସା ଗୁରୁବାର…

୨୬ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ RTOର ୨ କର୍ମଚାରୀ, ବାନ୍ଧିଲା ଭିଜିଲାନ୍ସ

ରାଉରକେଲା,୫ା୮(ସଙ୍ଗୀତା ଜେନା) : ଭିଜିଲାନ୍ସ ଜାଲରେ ରାଉରକେଲା RTOର ୨ କର୍ମଚାରୀ । ବ୍ୟାଙ୍କ ଦ୍ୱାରା ନିଲାମ ହୋଇଥିବା ଦୁଇଟି ଟ୍ରକ୍‌ର ନୂତନ ପଞ୍ଜୀକରଣ ପ୍ରମାଣପତ୍ର (ଏଫ୍‌ଆର୍‌ସି)…

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri