Posted inଫୁରସତ

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ ତାଙ୍କୁ ଏହି ସଫଳତା ମିଳିଛି। ଏହି ଯାତ୍ରାକୁ ଶ୍ୟାମଲା ବିଶାଖାପାଟଣା ଉପକୂଳରୁ ଆରମ୍ଭ କରି କାକିନାଡା ସମୁଦ୍ର ଉପକୂଳରେ ଶେଷ କରିଛନ୍ତି। ସେ ସମୁଦ୍ର ମଧ୍ୟରେ ପହଁରି ଦୈନିକ ହାରାହାରି ୩୦ କି.ମି. ପର୍ଯ୍ୟନ୍ତ ଦୂରତା ଅତିକ୍ରମ କରୁଥିଲେ। ନୂଆ ବର୍ଷ ଉପଲକ୍ଷେ ଏହି ଯାତ୍ରା ଆରମ୍ଭ କରିଥିବା ଶ୍ୟାମଲା ରବିବାର କାକିନାଡ଼ା ଉପକୂଳରେ ପହଞ୍ଚିଥିଲେ। ସେଠାରେ ସ୍ଥାନୀୟ ବିଧାୟକ ଚିନାରାଜପ୍ପା ଏବଂ କାକିନାଡ଼ା ମ୍ୟୁନିସିପାଲିଟି କମିଶନର ଭବାନା ବାସିଷ୍ଟାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ସ୍ଥାନୀୟ ଜନସାଧାରଣ ଶ୍ୟାମଲାଙ୍କର ଜୋରଦାର ସ୍ବାଗତ କରିଥିଲେ।
କାକିନାଡ଼ା ଜିଲା ସମରଲକୋଟା ଗ୍ରାମର ବାସିନ୍ଦା ଶ୍ୟାମାଲାଙ୍କ ପାଇଁ ‘କରୋମଣ୍ଡୋଲ ଓଡିସେ ମହାସାଗର ସନ୍ତରଣ ସଙ୍ଗଠନ’ ଏହି ଯାତ୍ରାର ଆୟୋଜନ କରିଥିଲା। ଡାକ୍ତର ଏବଂ ସ୍କୁବା ଡାଇଭରଙ୍କ ସମେତ ଏକ ଡଜନରୁ ଅଧିକ ବିଶେଷଜ୍ଞଙ୍କ ଟିମ୍‌ ଶ୍ୟାମଲାଙ୍କ ଏହି ଯାତ୍ରାବେଳେ ତାଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷା ଉପରେ ନଜର ରଖିଥିଲେ।
ସଫଳତା ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଶ୍ୟାମଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅନେକ ଆହ୍ବାନର ସମ୍ମୁଖୀନ ହୋଇଥିଲେ ମଧ୍ୟ ଶେଷରେ ଶ୍ୟାମଲା ସାହସର ସହ ବିଜୟୀ ହୋଇଛନ୍ତି। ତାଙ୍କର ଏହି ଯାତ୍ରା ଭାରତର ନାରୀ ଶକ୍ତିକୁ ଦୃଢ଼ୀଭୂତ କରିବା ସହ ଅନେକ ଲକ୍ଷ ଲୋକଙ୍କୁ ପ୍ରେରଣା ଯୋଗାଇଛି। ଏହି ଅବିଶ୍ୱସନୀୟ ଯାତ୍ରା ଶ୍ୟାମଲାଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ପ୍ରଦର୍ଶନ କରିବା ସହ ବୟସ ଆଗରେ ହାର ନ ମାନିବାକୁ ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ଚନ୍ଦ୍ରବାବୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ୱଶୁର ଘରେ ନିଆରା ଚର୍ଚ୍ଚା: ଭାବୀ ଜ୍ୱାଇଁଙ୍କୁ ପରଷା ଗଲା ୭୬ ପ୍ରକାର ବ୍ୟଞ୍ଜନ

ରାୟଗଡ଼ା,୧୭।୧ (ଆଶିଷରଞ୍ଜନ ପଣ୍ଡା): ତେଲୁଗୁ ସମ୍ପ୍ରଦାୟର ମୁଖ୍ୟ ପର୍ବ ପୋଙ୍ଗଲରେ ରାୟଗଡ଼ା ସହରର ଏକ ପରିବାର ନିଜର ଭାବୀ ଜ୍ୱାଇଁଙ୍କୁ ନିମନ୍ତ୍ରଣକରି ଭୋଜନରେ ୭୬ ପ୍ରକାର...

କେବେ ଏବଂ କେଉଁଠାରୁ ଫୁଲକୋବି ଭାରତ ଆସିଛି, ଜାଣନ୍ତି କି? ଏବେ ଏହି ରାଜ୍ୟ…

ପନିପରିବା ମଧ୍ୟରେ ପସନ୍ଦର କୋବି ହେଉଛି ‘ଫୁଲକୋବି’। ଶୀତଦିନେ ଏହା ବହୁଳ ଭାବେ ଉତ୍ପାଦନ କରାଯାଏ। କୋବିର ତରକାରୀ ହେଉ ଅବା ଚିଲି, ଖାଇବାକୁ ଅନେକେ...

କାଉ କେତେ ବର୍ଷ ବଞ୍ଚିଥାଏ? ଉତ୍ତର ଜାଣିଲେ ଚମକି ପଡ଼ିବେ…

ସବୁଠାରୁ ଚାଲାକ ପକ୍ଷୀଙ୍କ କଥା ଉଠିଲେ କାଉର ନାଁ ମନକୁ ଆସିଥାଏ। କାଉ ବାସ୍ତବରେ ବେଶ ଚାଲାକ। ଏହାକୁ ନେଇ ଅନେକ କାହାଣୀ ଲୋକପ୍ରିୟ ହୋଇ...

ଭାରତର ଏଭଳି ଭାଷା, ଯାହାକୁ ସିଧା କି ଓଲଟା ପଢ଼ିଲେ ବଦଳେ ନାହିଁ ନାମ; ଜାଣନ୍ତୁ…

ଭାରତ ଏହାର ଧର୍ମ, ସଂସ୍କୃତି ଏବଂ ଭାଷାକୁ ନେଇ ପରିଚିତ। ହେଲେ କେବଳ ଗୋଟିଏ ଭାଷା ଏଭଳି ରହିଛି ଯାହାକୁ ଓଲଟା ପଢ଼ କିମ୍ବା ସିଧା...

କିଏ ଏହି ନାଗିନ ସାଧ୍ୱୀ, କୁମ୍ଭମେଳାରେ ସ୍ନାନ କରିବାବେଳେ ନାଗାସାଧୁଙ୍କ କରନ୍ତି ଅପେକ୍ଷା

ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜର ସଙ୍ଗମ ନଗରୀରେ ଆଜି ମହାକୁମ୍ଭର ତୃତୀୟ ଦିନ। ଗୋଟିଏ ଦିନ ପୂର୍ବରୁ, ମକର ସଂକ୍ରାନ୍ତିରେ, ସାଢେ ୩ କୋଟି ଲୋକ ଅମୃତ ସ୍ନାନ କରିଥିଲେ।...

ଋତୁସ୍ରାବ ସମୟରେ ମହାକୁମ୍ଭରେ କେମିତି ସ୍ନାନ କରନ୍ତି ମହିଳା ନାଗାସାଧୁ, ପୁରୁଷ ନାଗାସାଧୁଙ୍କ…

ନୂଆଦିଲ୍ଲୀ,୧୫।୧:ପ୍ରୟାଗରାଜରେ ମହାକୁମ୍ଭ ଯୋଗୁ, ମକର ସଂକ୍ରାନ୍ତିରେ ୩.୫ କୋଟି ଭକ୍ତ ପବିତ୍ର ବୁଡ଼ ପକାଇ ରାଜକୀୟ ସ୍ନାନ କରିଛନ୍ତି। ଏହି ସମୟରେ, ୧୩ଟି ଆଖଡ଼ାର ନାଗା...

‘ଯଦି ମୋ’ ଭାଇକୁ ମାର ତେବେ…’ ; ସାନ ଭାଇ ପାଇଁ ମା’ ସହ ଝଗଡ଼ା କରୁଛି କୁନିଝିଅ, Video ଦେଖିଲେ ଆଖିରେ ଆସିବ ଲୁହ

କଥାରେ ଅଛି ‘ବଚ୍ଚେ ମନ୍‌କେ ସଚ୍ଚେ’। ଅର୍ଥାତ ଛୋଟ ପିଲାଙ୍କ ମନ ଛନ୍ଦ କପଟରୁ ବହୁ ଊର୍ଦ୍ଧ୍ୱରେ ଥାଏ। ବିଶେଷକରି ଭାଇ ଭଉଣୀଙ୍କ ମଧ୍ୟରେ ପିଲାଟି...

ମହାକାଶରେ SEX କରିପାରିବେ ମହାକାଶଚାରୀ? ନାସାର ବଡ଼ ଖୁଲାସା

ନୂଆଦିଲ୍ଲୀ,୧୪।୧: ଶତାବ୍ଦୀ ଶତାଦ୍ଦୀ ଧରି, ମଣିଷ ମହାକାଶ ପ୍ରତି ଆକର୍ଷିତ ହୋଇଆସିଛି, ଏବଂ ଏହାକୁ ଅନୁସନ୍ଧାନ କରିବାର ଏହି କୌତୁହଳ ମାନବଜାତିକୁ ମହାକାଶଯାନ ଏବଂ ଦୂରବୀକ୍ଷଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri