Posted inଫୁରସତ

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ ତାଙ୍କୁ ଏହି ସଫଳତା ମିଳିଛି। ଏହି ଯାତ୍ରାକୁ ଶ୍ୟାମଲା ବିଶାଖାପାଟଣା ଉପକୂଳରୁ ଆରମ୍ଭ କରି କାକିନାଡା ସମୁଦ୍ର ଉପକୂଳରେ ଶେଷ କରିଛନ୍ତି। ସେ ସମୁଦ୍ର ମଧ୍ୟରେ ପହଁରି ଦୈନିକ ହାରାହାରି ୩୦ କି.ମି. ପର୍ଯ୍ୟନ୍ତ ଦୂରତା ଅତିକ୍ରମ କରୁଥିଲେ। ନୂଆ ବର୍ଷ ଉପଲକ୍ଷେ ଏହି ଯାତ୍ରା ଆରମ୍ଭ କରିଥିବା ଶ୍ୟାମଲା ରବିବାର କାକିନାଡ଼ା ଉପକୂଳରେ ପହଞ୍ଚିଥିଲେ। ସେଠାରେ ସ୍ଥାନୀୟ ବିଧାୟକ ଚିନାରାଜପ୍ପା ଏବଂ କାକିନାଡ଼ା ମ୍ୟୁନିସିପାଲିଟି କମିଶନର ଭବାନା ବାସିଷ୍ଟାଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ସ୍ଥାନୀୟ ଜନସାଧାରଣ ଶ୍ୟାମଲାଙ୍କର ଜୋରଦାର ସ୍ବାଗତ କରିଥିଲେ।
କାକିନାଡ଼ା ଜିଲା ସମରଲକୋଟା ଗ୍ରାମର ବାସିନ୍ଦା ଶ୍ୟାମାଲାଙ୍କ ପାଇଁ ‘କରୋମଣ୍ଡୋଲ ଓଡିସେ ମହାସାଗର ସନ୍ତରଣ ସଙ୍ଗଠନ’ ଏହି ଯାତ୍ରାର ଆୟୋଜନ କରିଥିଲା। ଡାକ୍ତର ଏବଂ ସ୍କୁବା ଡାଇଭରଙ୍କ ସମେତ ଏକ ଡଜନରୁ ଅଧିକ ବିଶେଷଜ୍ଞଙ୍କ ଟିମ୍‌ ଶ୍ୟାମଲାଙ୍କ ଏହି ଯାତ୍ରାବେଳେ ତାଙ୍କ ସ୍ବାସ୍ଥ୍ୟ ଓ ସୁରକ୍ଷା ଉପରେ ନଜର ରଖିଥିଲେ।
ସଫଳତା ପାଇଁ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଶ୍ୟାମଲାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଅନେକ ଆହ୍ବାନର ସମ୍ମୁଖୀନ ହୋଇଥିଲେ ମଧ୍ୟ ଶେଷରେ ଶ୍ୟାମଲା ସାହସର ସହ ବିଜୟୀ ହୋଇଛନ୍ତି। ତାଙ୍କର ଏହି ଯାତ୍ରା ଭାରତର ନାରୀ ଶକ୍ତିକୁ ଦୃଢ଼ୀଭୂତ କରିବା ସହ ଅନେକ ଲକ୍ଷ ଲୋକଙ୍କୁ ପ୍ରେରଣା ଯୋଗାଇଛି। ଏହି ଅବିଶ୍ୱସନୀୟ ଯାତ୍ରା ଶ୍ୟାମଲାଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ପ୍ରଦର୍ଶନ କରିବା ସହ ବୟସ ଆଗରେ ହାର ନ ମାନିବାକୁ ଅନ୍ୟମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ଚନ୍ଦ୍ରବାବୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ: ଭାଜପା ନେତା ଶୁଭେନ୍ଦୁ ଅଧିକାରୀଙ୍କ PAଙ୍କୁ ଗୁଳି କରି ହତ୍ୟା, ବାଜିଛି ୩ ରାଉଣ୍ଡ ଗୁଳି

କୋଲକାତା,୬।୫: ପଶ୍ଚିମବଙ୍ଗରୁ ବଡ଼ ଖବର ସାମ୍ନାକୁ ଆସିଛି। ଭାଜପାର ବରିଷ୍ଠ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ବ୍ୟକ୍ତିଗତ ସହକାରୀ (PA) ଚନ୍ଦ୍ରନାଥ ରଥଙ୍କୁ…

ବିଶ୍ବରେ ଚହଳ! ଇରାନକୁ ଖୋଲା ଧମକ ଦେଲେ ଟ୍ରମ୍ପ, ହର୍ମୁଜ୍‌ ନ ଖୋଲିଲେ ବୋମାମାଡ଼…

ଓ୍ବାଶିଂଟନ,୬ା୫: ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଇରନକୁ ଧମକ ଦେଇଛନ୍ତି। ତୁରନ୍ତ ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ ନ ଖୋଲିରେ ଅଧିକ ବୋମାମାଡ଼ ହେବ ବୋଲି…

କାଲି ତାମିଲନାଡୁରେ ହେବନି ଶପଥ ସମାରୋହ! ଟିଭିକେକୁ ସଂଖ୍ୟାଗରିଷ୍ଠତାର ପ୍ରମାଣ ମାଗିଲେ ରାଜ୍ୟପାଳ

ଚେନ୍ନାଇ,୬ା୫: ତାମିଲନାଡୁରେ ଗୁରୁବାର ହେବାକୁ ଥିବା ବିଜୟଙ୍କ ଶପଥ ଗ୍ରହଣ ସମାରୋହକୁ ସ୍ଥଗିତ ରଖାଯାଇପାରେ । ଥଲାପତି ବିଜୟଙ୍କ ନେତୃତ୍ୱାଧୀନ ତାମିଲାଗା ଭେଟ୍ଟ୍ରି କାଝଗମ୍‌ (ଟିଭିକେ) ତାମିଲନାଡୁରେ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri