୧୫୦ ଛାତ୍ରୀଛାତ୍ରଙ୍କୁ ଅପହରଣ

ଆବୁଜା, ୧ା୬: କେତେଜଣ ବନ୍ଧୁକଧାରୀ ରବିବାର ନାଇଜେରିଆର ନାଇଜର୍‌ ପ୍ରଦେଶରେ ଥିବା ଏକ ଇସ୍‌ଲାମିକ୍‌ ସ୍କୁଲରୁ ପ୍ରାୟ ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ଅପହରଣ କରିନେଇଛନ୍ତି। ଏ ନେଇ ନାଇଜର ରାଜ୍ୟ ସରକାରଙ୍କ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଉତ୍ତର-ପଶ୍ଚିମ ନାଇଜେରିଆର ଏକ ୟୁନିଭର୍ସିଟିରୁ ଅପହୃତ ହୋଇଥିବା ୧୪ ଛାତ୍ରୀଛାତ୍ରଙ୍କୁ ୪୦ ଦିନ ଧରି ବନ୍ଦୀ ରଖି ମୁକ୍ତ କରିବା ପରେ ଏହି ଘଟଣା ଘଟିଛି। ଅପହରଣକାରୀମାନେ ଅପରାହ୍ନ ପ୍ରାୟ ୩ଟାରେ ମୋଟରସାଇକେଲରେ ଆସି ତେଗିନା ସହରରେ ଗୁଳି ଚଳାଇଥିଲେ। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଥିବା ସେଠାକାର ପ୍ରଶାସନ ପକ୍ଷରୁ କୁହାଯାଇଛି। ସେମାନେ ସାଲିହୁ ତାନ୍‌କୋ ଇସ୍‌ଲାମିକ୍‌ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଅପହରଣ କରିବା ବେଳେ ଚାଲି ପାରୁ ନ ଥିବା ଛୋଟ ପିଲାଙ୍କୁ ଛାଡ଼ି ଦେଇଥିଲେ। ଉକ୍ତ ସ୍କୁଲରେ ପ୍ରାୟ ୩ ଶହ ଛାତ୍ରୀଛାତ୍ର ଥିଲେ।
ନାଇଜେରିଆରେ ବନ୍ଧୁକଧାରୀଙ୍କ ଆତଙ୍କ ଜାରି ରହିଛି। ଏହି ଘଟଣାକୁ ବାଦ୍‌ ଦେଲେ ୨୦୨୦ ଡିସେମ୍ବର ପରଠାରୁ ଏ ପର୍ଯ୍ୟନ୍ତ ପ୍ରାୟ ୭୩୦ ଛାତ୍ରୀଛାତ୍ରଙ୍କୁ ଅପହରଣ କରାଯାଇଛି। ମୁଖ୍ୟତଃ ଅର୍ଥ ସଂଗ୍ରହ ଉଦ୍ଦେଶ୍ୟରେ ସେମାନେ ଅପହରଣକୁ ମାଧ୍ୟମ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଉପରେ ରାଗିଗଲେ ନେତାନ୍ୟାହୁ: କହିଲେ ଏମିତି କଥା

ଜେରୁଜେଲମ,୨୫।୪: ଗାଜାରେ ହମାସ ଆତଙ୍କବାଦୀଙ୍କ ସହ ଇସ୍ରାଏଲର ଯୁଦ୍ଧ ଜାରି ରହିଛି ଏବଂ ଇରାନ ସହିତ ଯୁଦ୍ଧ ପରି ପରିସ୍ଥିତି ଅଛି। ଏହି ସମୟରେ ବେଞ୍ଜାମିନ...

ଇସାରା ଇସାରାରେ ପାକିସ୍ତାନକୁ ଧମକ ଦେଲା ଆମେରିକା

ଓ୍ବାଶିଂଟନ,୨୪ା୪: ଫେବୃଆରୀ ୮ ସାଧାରଣ ନିର୍ବାଚନ ପରେ ଇରାନର ରାଷ୍ଟ୍ରପତି ସୟଦ ଇବ୍ରାହିମ ରାଇସିଙ୍କ ଇସଲାମାବାଦ ଗସ୍ତ ପ୍ରଥମ ରାଜ୍ୟ ମୁଖ୍ୟଙ୍କ ଦ୍ୱାରା ହୋଇଛି। ତାଙ୍କର...

ପାଶ୍ଚରାଇଜ୍ଡ କ୍ଷୀରରେ ମିଳିଲା ବାର୍ଡ ଫ୍ଲୁ ଜୀବାଣୁର ଅବଶିଷ୍ଟାଂଶ, ପରୀକ୍ଷା ପାଇଁ ପଠାଗଲା ନମୁନା

ଓ୍ବାଶିଂଟନ,୨୪।୪: ଆମେରିକାର ବିଭିନ୍ନ ରାଜ୍ୟରେ ଡେୟରି ଗାଈମାନଙ୍କଠାରେ H5N1 ଷ୍ଟ୍ରେନ ପ୍ରଥମ ଥର ପାଇଁ ଚିହ୍ନଟ ହୋଇଛି। ଏହା ପ୍ରାୟ ୮ଟି ରାଜ୍ୟରେ ବ୍ୟାପିଛି। ଏହି...

ଆମେରିକାରେ ମୋଦିଙ୍କ ଭଳି ନେତାଙ୍କର ଆବଶ୍ୟକତା ରହିଛି, କିଏ କଲେ ଏମିତି ପ୍ରଶଂସା

ନୂଆଦିଲ୍ଲୀ,୨୪।୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତା କେତେ ବଢୁଛି ତାହା ଆକଳନ କରାଯାଇପାରିବ ଯେ ଲୋକମାନେ ତାଙ୍କ ଭଳି ଜଣେ ନେତା ମଧ୍ୟ...

ଇଣ୍ଡୋନେସିଆରେ ଜ୍ୱାଳାମୁଖି ଦେଖିବା ଚାଇନା ମହିଳାଙ୍କୁ ପଡିଲା ମହଙ୍ଗା

ଜାକର୍ତ୍ତା,୨୪।୪: ଇଣ୍ଡୋନେସିଆର ଆଗ୍ନେୟଗିରି ଦେଖିବା ଚାଇନାର ଜଣେ ମହିଳାଙ୍କ ପାଇଁ ମୃତ୍ୟୁର କାରଣ ପାଲଟିଥିଲା ଯେତେବେଳେ ସେ ଜ୍ୱଳନ୍ତ ଆଗ୍ନେୟଗିରି ନିକଟରେ ଫଟୋ ଉଠାଉଥିଲେ। ଏହି...

ପାକିସ୍ତାନ ମାଟିରୁ ଇସ୍ରାଏଲକୁ ଧମକ ଦେଲେ ଇରାନ ରାଷ୍ଟ୍ରପତି

ଇସଲାମାବାଦ୍‌,୨୪।୪: ପାକିସ୍ତାନ ଗସ୍ତରେ ଆସୁଥିବା ଇରାନର ରାଷ୍ଟ୍ରପତି ଇବ୍ରାହିମ ରଇସି ଇସ୍ରାଏଲ ପାଇଁ ଏକ ବଡ଼ ଧମକ ଦେଇଛନ୍ତି। ସେ କହିଛନ୍ତି, ଯଦି ଇସ୍ରାଏଲ କୌଣସି...

ଏସିଆ ବିଶ୍ୱର ସବୁଠାରୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳ

ଜେନେଭା, ୨୪।୪: ଜଳବାୟୁ ପରିବର୍ତ୍ତନର ପ୍ରଭାବ ଉପରେ ସାରା ବିଶ୍ୱର ନଜର ରହିଛି। ତେବେ ଗତ କିଛି ବର୍ଷ ଧରି ଏହାର ସର୍ବାଧିକ ପ୍ରଭାବ ବିଭିନ୍ନ...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri