ଓୟୁଟିଆର୍‌ ନବକଳେବର ପାଇଁ ୧୫୦୦ କୋଟି

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଆସନ୍ତା ୩ ବର୍ଷରେ ୩ଟି ପର୍ଯ୍ୟାୟରେ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା। ଆଇଆଇଏମ୍‌, ଆଇଆଇଟି ଓ ଏନ୍‌ଆଇଟି ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯିବ। ବର୍ତ୍ତମାନ ଓୟୁଟିଆରରେ ୪୬୦୦ ଛାତ୍ରୀଛାତ୍ର ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରୀଛାତ୍ର ପଢ଼ିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ ଆଇଆଇଟି ଢାଞ୍ଚାରେ ବିକାଶ କରାଯିବ। ପୂର୍ବରୁ ଏହା କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ଭାବେ ପରିଚିତ ଥିଲା। ଭିତ୍ତିଭୂମିଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ରୂପାନ୍ତର ହେବ।
ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓୟୁଟିଆର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଉଚ୍ଚମାନର ଶିକ୍ଷାଦାନ ସହ ନ୍ୟୁ ଏଜ୍‌ ଟେକ୍ନୋଲୋଜି ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ମଧ୍ୟ ପ୍ରତିଷ୍ଠା କରାଯିବ। ଏଥିସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ। ପ୍ରଯୁକ୍ତିବିଦ୍ୟା ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଷ୍ଟାର୍ଟଅପ୍‌ କଲଚରକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ ଇନ୍‌କ୍ୟୁବେଶନ ସେଣ୍ଟର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ ପେଟେଣ୍ଟ ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ।
ସୂଚନାଯୋଗ୍ୟ ଯେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓୟୁଟିଆର(ସିଇଟି) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରୀଛାତ୍ରମାନଙ୍କ ସହିତ ଅନୁଷ୍ଠାନର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।
ଊଲ୍ଲେଖଯୋଗ୍ୟ,ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧୀନରେ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟାମ୍ପସକୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡ଼ିଶାର ଏକମାତ୍ର ଅନୁଷ୍ଠାନ, ଯିଏକି ନାକ୍‌ ଏ’ ଗ୍ରେଡ୍‌ ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡ଼ିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା।
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓୟୁଟିଆର ରୂପାନ୍ତର ସମ୍ପର୍କିତ ଏକ ଉପସ୍ଥାପନା ଉପସ୍ଥାପନ କରିଥିଲେ। ସଚିବ (୫-ଟି) କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବୈଠକରେ ଓୟୁଟିଆର ଓଏସ୍‌ଡି ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରୀଛାତ୍ରମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?