ଓୟୁଟିଆର୍‌ ନବକଳେବର ପାଇଁ ୧୫୦୦ କୋଟି

ଭୁବନେଶ୍ୱର,୧୧ା୫(ବ୍ୟୁରୋ): ଓଡ଼ିଶାର ବୈଷୟିକ ଶିକ୍ଷା କ୍ଷେତ୍ରର ଅଗ୍ରଣୀ ଅନୁଷ୍ଠାନ ଓଡ଼ିଶା ବୈଷୟିକ ଶିକ୍ଷା ଓ ଗବେଷଣା ବିଶ୍ବବିଦ୍ୟାଳୟ(ଓୟୁଟିଆର)ର ନବକଳେବର ହେବ। ଓୟୁଟିଆର ବିକାଶ ସମ୍ପର୍କିତ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ଆସନ୍ତା ୩ ବର୍ଷରେ ୩ଟି ପର୍ଯ୍ୟାୟରେ ୧୫୦୦ କୋଟି ଟଙ୍କା ଖର୍ଚ୍ଚ ହେବ। କେବଳ ପ୍ରଥମ ବର୍ଷରେ ବିନିଯୋଗ ହେବ ୧୦୦୦ କୋଟି ଟଙ୍କା। ଆଇଆଇଏମ୍‌, ଆଇଆଇଟି ଓ ଏନ୍‌ଆଇଟି ପରି ଖ୍ୟାତିସମ୍ପନ୍ନ ବୈଷୟିକ ଅନୁଷ୍ଠାନ ପରି ଏହାର ବିକାଶ କରାଯିବ। ବର୍ତ୍ତମାନ ଓୟୁଟିଆରରେ ୪୬୦୦ ଛାତ୍ରୀଛାତ୍ର ପଢୁଥିବା ବେଳେ ଆଗାମୀ ୫ ବର୍ଷରେ ଯେପରି ୧୦ ହଜାର ଛାତ୍ରୀଛାତ୍ର ପଢ଼ିବାର ସୁଯୋଗ ପାଇବେ, ତାକୁ ଦୃଷ୍ଟିରେ ରଖି ଏହାକୁ ଆଇଆଇଟି ଢାଞ୍ଚାରେ ବିକାଶ କରାଯିବ। ପୂର୍ବରୁ ଏହା କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ଭାବେ ପରିଚିତ ଥିଲା। ଭିତ୍ତିଭୂମିଠାରୁ ଆରମ୍ଭ କରି ମାନବ ସମ୍ବଳର ବିକାଶ ଜରିଆରେ ଏହି ଅନୁଷ୍ଠାନର ରୂପାନ୍ତର ହେବ।
ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଓୟୁଟିଆର ଭିତ୍ତିଭୂମି, ପରିଚାଳନା, ଶିକ୍ଷାଦାନ ଆଦି ସମ୍ପର୍କରେ ସମୀକ୍ଷା କରିଥିଲେ। ଏହି ବିଶ୍ବବିଦ୍ୟାଳୟକୁ ବୈଷୟିକ ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଏକ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ଗଢ଼ିତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଶିକ୍ଷା ଓ ଗବେଷଣାର ଗୁଣାତ୍ମକ ମାନ ଉପରେ ମଧ୍ୟ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଛନ୍ତି। ଉଚ୍ଚମାନର ଶିକ୍ଷାଦାନ ସହ ନ୍ୟୁ ଏଜ୍‌ ଟେକ୍ନୋଲୋଜି ପାଇଁ ନୂଆ ନୂଆ ପାଠ୍ୟକ୍ରମ ଖୋଲାଯାଇ ମାନବ ସମ୍ବଳର ବିକାଶ ତଥା ଆନ୍ତଃ ବିଭାଗୀୟ ଗବେଷଣା କାର୍ଯ୍ୟକ୍ରମକୁ ଉତ୍ସାହିତ କରିବା ପାଇଁ ଅଧିକ ସେଣ୍ଟର ଅଫ୍‌ ଏକ୍ସିଲେନ୍ସ ମଧ୍ୟ ପ୍ରତିଷ୍ଠା କରାଯିବ। ଏଥିସହିତ ଶିକ୍ଷାଦାନ ଓ ଗବେଷଣା ପାଇଁ ଦେଶ ବିଦେଶର ବିଶ୍ବବିଦ୍ୟାଳୟ ସହ ମଧ୍ୟ ସହଭାଗିତାରେ କାର୍ଯ୍ୟ କରାଯିବ। ପ୍ରଯୁକ୍ତିବିଦ୍ୟା ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ଷ୍ଟାର୍ଟଅପ୍‌ କଲଚରକୁ ଉତ୍ସାହିତ କରିବା ଏବଂ ସେମାନଙ୍କ ଭିତରେ ଉଦ୍ୟୋଗୀ ମନୋଭାବର ବିକାଶ ପାଇଁ ବିଭିନ୍ନ ଅଗ୍ରଣୀ ଶିଳ୍ପାନୁଷ୍ଠାନ ସହଯୋଗରେ ଇନ୍‌କ୍ୟୁବେଶନ ସେଣ୍ଟର ମଧ୍ୟ ବିକାଶ କରାଯିବ। ବିଶ୍ବବିଦ୍ୟାଳୟ ମଧ୍ୟରେ ଗବେଷଣା ସହିତ ଯେପରି ନୂଆ ନୂଆ ପେଟେଣ୍ଟ ଓ ବୌଦ୍ଧିକ ସମ୍ପତ୍ତି ଅଧିକାର ହାସଲ କରାଯାଇପାରିବ ସେଥିପାଇଁ ସ୍ବତନ୍ତ୍ର ଧ୍ୟାନ ଦିଆଯିବ।
ସୂଚନାଯୋଗ୍ୟ ଯେ ନିକଟରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଓୟୁଟିଆର(ସିଇଟି) ପରିଦର୍ଶନ କରି ଅଧ୍ୟାପକ ତଥା ଛାତ୍ରୀଛାତ୍ରମାନଙ୍କ ସହିତ ଅନୁଷ୍ଠାନର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ।
ଊଲ୍ଲେଖଯୋଗ୍ୟ,ଏହି ବିଶ୍ବବିଦ୍ୟାଳୟ ୧୯୮୧ ମସିହାରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ ଅଧୀନରେ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ବା ସିଇଟି ନାମରେ ପ୍ରତିଷ୍ଠିତ ହୋଇଥିଲା। ୨୦୦୧ ମସିହାରେ ଏହା ଭୁବନେଶ୍ବରର ଘାଟିକିଆଠାରେ ଥିବା ୧୦୦ ଏକର ବିଶିଷ୍ଟ ନିଜସ୍ବ କ୍ୟାମ୍ପସକୁ ସ୍ଥାନାନ୍ତରିତ ହୋଇଥିଲା। ଏହା ହେଉଛି ଓଡ଼ିଶାର ଏକମାତ୍ର ଅନୁଷ୍ଠାନ, ଯିଏକି ନାକ୍‌ ଏ’ ଗ୍ରେଡ୍‌ ମାନ୍ୟତା ହାସଲ କରିପାରିଛି। ୨୦୨୧ରେ ଏହା ବିଶ୍ବବିଦ୍ୟାଳୟର ମାନ୍ୟତା ପାଇଥିଲା ଏବଂ ଓଡ଼ିଶା ବୈଷୟିକ ଶିକ୍ଷା ତଥା ଗବେଷଣା ବିଶ୍ବବିଦ୍ୟାଳୟ ଭାବରେ ନାମିତ ହୋଇଥିଲା।
ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା ଓୟୁଟିଆର ରୂପାନ୍ତର ସମ୍ପର୍କିତ ଏକ ଉପସ୍ଥାପନା ଉପସ୍ଥାପନ କରିଥିଲେ। ସଚିବ (୫-ଟି) କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ବୈଠକରେ ଓୟୁଟିଆର ଓଏସ୍‌ଡି ରମେଶ ପାତ୍ର ସରକାରଙ୍କ ଲକ୍ଷ୍ୟ ପୂରଣ ଦିଗରେ ନିଷ୍ଠାପର ଉଦ୍ୟମ କରିବେ ବୋଲି କହିଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ ଛାତ୍ରୀଛାତ୍ରମାନେ ସରକାରଙ୍କ ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇବା ସହିତ ବିଶ୍ବବିଦ୍ୟାଳୟର ଗୌରବ ବୃଦ୍ଧି ପାଇଁ ଯତ୍ନବାନ ହେବେ ବୋଲି କହିଥିଲେ। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପି.କେ. ଜେନା, ଅର୍ଥ ବିଭାଗର ପ୍ରମୁଖ ସଚିବ ବିଶାଳ ଦେବ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri