୧୮ ମାସରେ ଫେରିଲେଣି ୧,୫୦୦ ପାକ୍‌ ହିନ୍ଦୁ

ଜୟସାଲମେର,୨୨।୮ : ଶରଣାର୍ଥୀଙ୍କୁ ନାଗରିକତ୍ୱ ପ୍ରଦାନ କ୍ଷେତ୍ରରେ ସରକାରଙ୍କ କଡ଼ା ନିୟମ କାନୁନ ଯୋଗୁ ବହୁ ସଂଖ୍ୟାରେ ପାକିସ୍ତାନୀ ହିନ୍ଦୁ ସେମାନଙ୍କ ଦେଶକୁ ଫେରିଗଲେଣି। ପାକିସ୍ତାନରେ ଅତ୍ୟାଚାର ସହି ନ ପାରି ଏହି ହିନ୍ଦୁ ପରିବାରଗୁଡ଼ିକ ଭାରତ ଚାଲିଆସିଥିଲେ। ସରକାରୀ ତଥ୍ୟ ଅନୁଯାୟୀ ଚଳିତ ବର୍ଷ ଜାନୁୟାରୀରୁ ଜୁଲାଇ ମଧ୍ୟରେ ସେମାନଙ୍କ ମଧ୍ୟରୁ ୩୩୪ ଜଣ ଶରଣାର୍ଥୀ ପାକିସ୍ତାନ ଫେରିଯାଇଛନ୍ତି। ୨୦୨୧ରୁ ଇତିମଧ୍ୟରେ ପ୍ରାୟ ୧,୫୦୦ ପାକିସ୍ତାନୀ ହିନ୍ଦୁ ଫେରିଯାଇଥିବା ଜଣାପଡ଼ିଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କୋହଳ ବ୍ୟବସ୍ଥା ଯୋଗୁ ହିନ୍ଦୁ ଶରଣାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଭାରତୀୟ ନାଗରିକତ୍ୱ ପାଇବା ନିମନ୍ତେ ଆବଶ୍ୟକ ଅନୁଷଙ୍ଗିକତା ପୂରଣ ଲାଗି ଅଧିକାଂଶ ହିନ୍ଦୁ ଶରଣାର୍ଥୀଙ୍କ ପାଖରେ ଟଙ୍କା ବା ସମ୍ବଳ ନାହିଁ। ତେଣୁ ସେମାନେ ପାକିସ୍ତାନ ଫେରିଯିବାକୁ ବାଧ୍ୟ ହେଉଥିବା ସୀମାନ୍ତ ଲୋକ ସଂଗଠନର ସଭାପତି ହିନ୍ଦୁ ସିଂ ସୋଧା କହିଛନ୍ତି। ଏଠାରେ ୧୦ରୁ ୧୫ ବର୍ଷ ହେଲା ରହିଥିବା ପ୍ରାୟ ୨୫,୦୦୦ ପାକିସ୍ତାନୀ ହିନ୍ଦୁ ଭାରତୀୟ ନାଗରିକତ୍ୱ ଚାହାନ୍ତି। ୨୦୦୪ ଓ ୨୦୦୫ରେ କ୍ୟାମ୍ପ କରାଯାଇ ପ୍ରାୟ ୧୩,୦୦୦ ପାକିସ୍ତାନୀ ହିନ୍ଦୁଙ୍କୁ ନାଗରିକତ୍ୱ ପ୍ରଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବିମାନ ବନ୍ଦରରେ ଯାତ୍ରୀଙ୍କ ବନ୍ଧୁକରୁ ଫୁଟିଲା ଗୁଳି; ୨ କର୍ମଚାରୀ ଆହତ

ବାରାଣସୀ,୧୬।୮: ରବିବାର (ଅଗଷ୍ଟ ୧୬, ୨୦୨୬) ବାରାଣସୀ ବିମାନବନ୍ଦରରେ ସୁରକ୍ଷା ଯାଞ୍ଚ ସମୟରେ ହଠଶତ ଗୁଳି ଫୁଟିଥିଲା। ଏହି ଘଟଣାରେ ବିମାନବନ୍ଦରରେ ନିୟୋଜିତ ଦୁଇଜଣ AAICLAS ସ୍କ୍ରିନର…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ହର୍ମୁଜକୁ ନେଇ ଆସିଲା ଭଲ ଖବର: ଇରାନ-ଓମାନ ମଧ୍ୟରେ ଚୁକ୍ତି ଚୂଡ଼ାନ୍ତ

ତେହରାନ,୧୬।୮: ଇରାନ ଏବଂ ଓମାନ ମଧ୍ୟରେ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଚାଲିଥିବା ଚୁକ୍ତିକୁ ନେଇ ସକାରାତ୍ମକ ଖବର ଆସିଛି। ରିପୋର୍ଟଗୁଡ଼ିକ ସୂଚାଇଛି ଯେ ଏହି ରଣନୈତିକ ଜଳପଥ…

ନିଜ ନକ୍ଷତ୍ରରେ ପ୍ରବେଶ କରିବେ ବୁଧ; ୪ ରାଶିଙ୍କ ଗୋଲ୍ଡେନ୍‌ ଟାଇମ୍‌ ଆରମ୍ଭ, ଯାଚିକି ଟଙ୍କା ଦେବେ ଲୋକ…

ଗ୍ରହଗୁଡ଼ିକର ଚଳନ ଏବଂ ଅବସ୍ଥାନରେ ପରିବର୍ତ୍ତନ ଯୋଗୁଁ ବିଭିନ୍ନ ରାଶିର ବ୍ୟକ୍ତିବିଶେଷଙ୍କ ଜୀବନରେ ପ୍ରଭାବ ପଡ଼ିଥାଏ। ଏବେ ବୁଧ ୨୨ ଅଗଷ୍ଟ ପର୍ଯ୍ୟନ୍ତ ଏହି ନକ୍ଷତ୍ରରେ ରହିବେ।…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri