୩ ବର୍ଷରେ ୧୫ ହଜାର ବଳାତ୍କାର ମାମଲା

ଭୁବନେଶ୍ୱର,୫ା୭(ବ୍ୟୁରୋ):ରାଜ୍ୟରେ ଚିନ୍ତାଜନକ ଭାବେ ବଳାତ୍କାର ମାମଲା ବଢ଼ିଚାଲିଛି । ଗତ ୩ ବର୍ଷରେ ୧୫ ହଜାର ୭୧୩ ଦୁଷ୍କର୍ମ ମାମଲା ରାଜ୍ୟର ବିଭିନ୍ନ ଥାନାରେ ରୁଜୁ ହୋଇଛି। ୧୮ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କା ମହିଳାଙ୍କ କ୍ଷେତ୍ରରେ ୨୦୧୯ରୁ ୨୦୨୨ ଏପ୍ରିଲ ଭିତରେ ୧୦ ହଜାର ୧୨୯ଟି ବଳାତ୍କାର ମାମଲା ରୁଜୁ ହୋଇଛି। ସେହିପରି ଏହି ସମୟ ଭିତରେ ୫ ହଜାର ୫୮୪ଟି ନାବାଳିକା ବଳାତ୍କାର ମାମଲା ଆସିଛି। କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜାଙ୍କ ଲିଖିତ ପ୍ରଶ୍ନର ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ସୋମବାର ବିଧାନସଭାରେ ଏହା କହିଛନ୍ତି। ମନ୍ତ୍ରୀଙ୍କ ସୂଚନା ମୁତାବକ, ରାଜ୍ୟର ବିଭିନ୍ନ ଥାନାରେ ୨୦୧୯ରେ ୨ ହଜାର ୯୫୦ଟି ବଳାତ୍କାର ମାମଲା ରୁଜୁ ହୋଇଥିବା ବେଳେ ୨୦୨୦ରେ ୨ ହଜାର ୯୮୪ , ୨୦୨୧ରେ ୩ ହଜାର ୩୨୭ ଏବଂ ୨୦୨୨ ଏପ୍ରିଲ ସୁଦ୍ଧା ୮୬୮ଟି ବଳାତ୍କାର ମାମଲା ରୁଜୁ ହୋଇଛି। ସେହିପରି ନାବାଳିକା ମଧ୍ୟ ବଳାତ୍କାରରୁ ବର୍ତ୍ତିପାରୁନାହାନ୍ତି। ବିଧାନସଭାରେ ମନ୍ତ୍ରୀ ଦେଇଥିବା ତଥ୍ୟ ଅନୁଯାୟୀ, ୨୦୧୯ରେ ୧,୬୩୫ ନାବାଳିକା ବଳାତ୍କାର ମାମଲା ରୁଜୁ ହୋଇଥିବା ବେଳେ ୨୦୨୦ରେ ୧,୬୪୬, ୨୦୨୧ରେ ୧,୮୭୧ଟି ମାମଲା ଏବଂ ୨୦୨୨ ଏପି୍ରିଲ ସୁଦ୍ଧା ୪୩୨ଟି ନାବାଳିକା ବଳାତ୍କାର ମାମଲା ରୁଜୁ ହୋଇଛି। ସେହିପରି ଯୌତୁକଜନିତ ହତ୍ୟା, ନିର୍ଯାତନା ଏବଂ ଅନ୍ୟାନ୍ୟ ନିର୍ଯାତନା ମଧ୍ୟ ରାଜ୍ୟରେ ବଢି ଚାଲିଛି। ୨୦୧୯ରେ ୩୪୧ ଯୌତୁକଜନିତ ହତ୍ୟା ରୁଜୁ ହୋଇଥିବା ବେଳେ ଯୌତୁକ ନିର୍ଯାତନା ୩୭୫୬ ଓ ଅନ୍ୟାନ୍ୟ ନିର୍ଯାତନା ୨୫୩୨ ରୁଜୁ ହୋଇଛି। ସେହିପରି ୨୦୨୦ରେ ୩୨୦ ଯୌତୁକଜନିତ ହତ୍ୟା ମାମଲା ରୁଜୁ ହୋଇଥିବା ବେଳେ ଯୌତୁକ ନିର୍ଯାତନା ୩୭୫୯ ଓ ଅନ୍ୟାନ୍ୟ ନିର୍ଯାତନା ୩୧୫୩ ରୁଜୁ ହୋଇଛି। ୨୦୨୧ରେ ୨୯୩ ଯୌତୁକଜନିତ ହତ୍ୟା ମାମଲା ରୁଜୁ ହୋଇଥିବା ବେଳେ ଯୌତୁକ ନିର୍ଯାତନା ୪୯୫୩ ଓ ଅନ୍ୟାନ୍ୟ ନିର୍ଯାତନା ମାମଲା ୪୮୮୯ ରୁଜୁ ହୋଇଛି। ୨୦୨୨ ଏପ୍ରିଲ ସୁଦ୍ଧା ୮୫ ଯୌତୁକଜନିତ ହତ୍ୟା ରୁଜୁ ହୋଇଥିବା ବେଳେ ଯୌତୁକ ନିର୍ଯାତନା ୧୪୪୨ ଓ ଅନ୍ୟାନ୍ୟ ନିର୍ଯାତନା ୧୪୩୦ ରୁଜୁ ହୋଇଛି। ମହିଳାମାନଙ୍କ କ୍ଷେତ୍ରରେ ହେଉଥିବା ଅପରାଧରେ ଓଡ଼ିଶା ୧୮ ନମ୍ବର ସ୍ଥାନରେ ରହିଛି ବୋଲି ମନ୍ତ୍ରୀ ଗୃହରେ ତଥ୍ୟ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?