ବନ୍ଦେ ମାତରମ୍‌ର ୧୫୦ ତମ ପୂର୍ତ୍ତି ମହୋତ୍ସବ

ଭଞ୍ଜନଗର,୭ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ପକ୍ଷରୁ ଶୁକ୍ରବାର ଭାରତ ସ୍କାଉଟ୍‌ ଆଣ୍ଡ୍‌ ଗାଇଡର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ଛାତ୍ରୀଛାତ୍ର ସକାଳେ ଏକ ରାଲିରେ ବାହାରି ନଗର ପରିକ୍ରମା କରିଥିଲେ। ରାଲିକୁ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଦୀପ କମାନୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ହଲାଇ ରାଲିର ଶୁଭାରମ୍ଭ କରିଥିଲେ। ଏହାପରେ ବିଦ୍ୟାଳୟ ପରିସରରେ ଭାରତ ସ୍କାଉଟ ଆଣ୍ଡ୍‌ ଗାଇଡ୍‌ର ପ୍ରତିଷ୍ଠା ଦିବସ ପାଳନ ସହ ରାଷ୍ଟ୍ର ଆରାଧନା ଓ ବନ୍ଦେ ମାତରମର ୧୫୦ ବର୍ଷ ପୂର୍ତ୍ତି ମହୋତ୍ସବ ଅବସରରେ ଏକ ସଭା ହୋଇଥିଲା। ଏଥିରେ ଅଧ୍ୟକ୍ଷ କମାନୁ ସଭାପତିତ୍ୱ କରିଥିଲେ।

ସେହିଭଳି ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଧ୍ୟ ଆଜି ବନ୍ଦେ ମାତରମ୍‌ର ୧୫୦ ବର୍ଷ ପୂର୍ତ୍ତି ମହୋତ୍ସବ ପାଳିତ ହୋଇଯାଇଛି। ଏଥିରେ ଭଞ୍ଜନଗର ଥାନା ଅଧିକାରୀ ଜୀବନାନନ୍ଦ ଜେନା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଆଜିର ଦିବସ ସମ୍ପର୍କରେ କହିଥିଲେ। ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ସଭାରେ ଅଧ୍ୟକ୍ଷତା କରିଥିଲେ।

ଏହି ଅବସରରେ ଅନ୍ୟମାନଙ୍କ ମଧ୍ୟରେ ପ୍ରଶାସନିକ ଅଧିକାରୀ ବିଭାସ ଦାସ, ପ୍ରାଧ୍ୟାପକ କୁମୁନ୍ଦ ଚନ୍ଦ୍ର ମହାପାତ୍ର, ପ୍ରଶାନ୍ତ ରଥ, ଅଧ୍ୟାପିକା ସୁନିତା ରାଣୀ ଖଣ୍ଡୁଆଳ, ଅଧ୍ୟାପକ ରଜତ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ଜାତୀୟ ସେବା ଯୋଜନା , ଯୁବ ରେଡକ୍ରସ ଏବଂ ଏନ ସି ସି ଆର୍ମି ଓ୍ବିଙ୍ଗ୍‌ ଓ ନାଭାଲ ଓ୍ବିଙ୍ଗ୍‌ ପକ୍ଷରୁ ମିଳିତ ଭାବେ ଏହି କାର୍ଯ୍ୟକ୍ରମ ହୋଇଥିଲା। ଜାତୀୟ ସେବା ଯୋଜନା ଶାଖା ଏକ ଅଧିକାରୀ ବି ପ୍ରଧାନ, ଶାଖା ଦୁଇ ଅଧିକାରିଣୀ ସସ୍ମିତା ଦାସ, ଯୁବ ରେଡକ୍ରସ ଅଧିକାରୀ ବିଦେଶୀ ରାଉତ, ଏନ ସି ସି ଆର୍ମି ଓ୍ବିଙ୍ଗ୍‌ ଜେଟିଓ ଅର୍ପଣ ପ୍ରଧାନ, ନାଭାଲ ଓ୍ବିଙ୍ଗ ଜେଟିଓ ବିଭୂତି ଗୌଡ, ଅଧ୍ୟାପକ ଦୁର୍ଗା ପ୍ରସାଦ ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିବାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri