ଭଗବାନ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ: ଜନଜାତିଙ୍କ ବିକାଶ ଉପରେ ମତ ରଖିଲେ ଅତିଥି

ଦାରିଙ୍ଗବାଡ଼ି,୨୫।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗାବାଡି ବ୍ଲକ ସିମନବାଡି ଶିବମନ୍ଦିର ପ୍ରାଙ୍ଗଣରେ ଭଗବାନ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନ କରାଯିବା ସହ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଭାରତ ମାତାଙ୍କ ପୂଜନ ଉତ୍ସବ ଉଦ୍‌ଘାଟିତ ହୋଇଯାଇଛି । ମହିଳା ଏବଂ ପୁରୁଷ ଶ୍ରଦ୍ଧାଳୁ ଏକ ଶୋଭାଯାତ୍ରାରେ ବାହାରି କଳସରେ ପାଣି ଉଠାଇ ସହର ପରିକ୍ରମା କରି ମଞ୍ଚରେ ପହଞ୍ଚି ଥିଲେ। ପରେ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପୂଜାର୍ଚ୍ଚନା କରାଯିବା ସହ କଳସ ସ୍ଥାପନ କରାଯାଇଥିଲା।

ସନ୍ଧ୍ୟାରେ କୃଷି ଓ କୃଷକର ବିକାଶ ସହ ଅନୁସୂଚିତ ଜନଜାତି ଓ ଜାତିଙ୍କ ଜୀବନ ଜୀବିକା କିଭଳି ସ୍ବାବଲମ୍ବୀ ହୋଇପାରିବେ ସେନେଇ ଆଲୋଚନା କରାଯାଇଥିଲା। ସେହିପରି ଜଳବାୟୁ ପରିବର୍ତ୍ତନ ଓ ପରିବେଶର ସୁରକ୍ଷା ସମ୍ପର୍କରେ ଆଲୋଚନା ହୋଇଥିଲା। ଆଲୋଚନାଚକ୍ରରେ ଅତିଥିଭାବେ ଅବସରପ୍ରାପ୍ତ ପ୍ରଫେସର ପ୍ରଭୁ ଚରଣ ଲେଙ୍କା, ଅମରେଶ ମିଶ୍ର, ବାଲିଗୁଡା ଏସ୍‌ସିଏଫ ମନୋରଞ୍ଜନ ବାଗ, ଆନନ୍ୟା ଅନୁଷ୍ଠାନର ସଂଯୋଜକ ଅବିନାଶ ମହାନ୍ତି ପ୍ରମୁଖ ଯୋଗ ଦେଇଥିଲେ। ଦେବାଶିଷ ମିଶ୍ର ମଞ୍ଚ ପରିଚାଳନା କରିଥିଲେ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଆଲୋଚନାଚକ୍ର ଜନଜାତି ଲୋକ ନୃତ୍ୟ, ସଂସ୍କୃତି, କୁଇ ଭାଷା ଓ ଜନଜାତିଙ୍କ ଦକ୍ଷତା ସମ୍ପର୍କରେ ଆଲୋଚନା କରାଯାଇଥିଲା ଏହି ଅବସରରେ କୃଷି ସମ୍ପର୍କରେ କାର୍ଯ୍ୟ କରୁଥିବା ସ୍ବେଚ୍ଛାସେବୀ ଅନୁଷ୍ଠାନ ଅନନ୍ୟାର ଅଧ୍ୟକ୍ଷ ଦୁର୍ଗାମାଧବ ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ଆଲୋଚକ ତଥା ଅତିଥି ଫିରିଙ୍ଗିଆ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଚିତ୍ତରଞ୍ଜନ ମିଶ୍ର, ଅଧ୍ୟାପକ ଡମ୍ବୁରୁଧର ସାହୁ, ଅଧ୍ୟାପକ ବିଭୁତିଭୂଷଣ ସତପଥୀ, ବରିଷ୍ଠ ନାଗରିକ ସୁଦର୍ଶନ ପ୍ରଧାନ ଏବଂ ଶୁନାଫୁଲ ମା ଯୋଗଦେଇ ଆଲୋଚନା କରିଥିଲେ। ଏହି ଅବସରେ ସମସ୍ତ ଅତିଥିଙ୍କୁ ପୁଷ୍ପଗୁଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା।

ସେହିପରି ତୃତୀୟ ପର୍ଯ୍ୟାୟ କାର୍ଯ୍ୟକ୍ରମରେ ସଂସ୍କାର ଭାରତୀର ଭୋପାଳ ମୁଖ୍ୟ କାର୍ଯ୍ୟାଳୟର ଜାତୀୟ ଜନଜାତି ଲୋକକଳା ସଂଯୋଜକ ନିରଞ୍ଜନ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଯୋଗଦେଇଥିଲେ। ସେହିପରି ଅତିଥି ଭାବେ ତହସିଲଦାର ଶରତ ଶବର, ବାଲିଗଡ଼ା ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଗଦାଧର ପାତ୍ର, ଅନନ୍ୟାର ମୁଖ୍ୟ ନିର୍ଦ୍ଦେଶକ ଅମରେଶ ମିଶ୍ର, ସଂସ୍କାର ଭାରତୀର ମୁଖ୍ୟ ଶାନ୍ତନୁ ରଥ ପ୍ରମୁଖ ଯୋଗଦେଇ ଭଗବାନ ବିର୍ସାମୁଣ୍ଡାଙ୍କ ସମ୍ପର୍କରେ ଆଲୋଚନା କରିଥିଲେ।

ଉଦ୍‌ଘାଟନୀ ଉତ୍ସବରେ ବିଭିନ୍ନ କଳା, ସଂସ୍କୃତିରେ ପ୍ରତିଭାବାନ ବ୍ୟକ୍ତିଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ନୃତ୍ୟ, ଓଡ଼ିଶୀ, ସଙ୍ଗୀତ, ଦଳଗତ ନୃତ୍ୟ ଆଦି ପରିବେଷଣ ହୋଇଥିଲା। ଫୁଲବାଣୀର ସଙ୍ଗୀତ ସାଧନା କେନ୍ଦ୍ରର କଣ୍ଠଶିଳ୍ପୀ ସନ୍ତୋଷ ଦାସ ଏବଂ କାଁହୁଚରଣ ଦିଗାଲଙ୍କ ଦେଶାତ୍ମକ ସଙ୍ଗୀତ ଓ ଭଜନ ଦର୍ଶକଙ୍କୁ ବାନ୍ଧି ରଖିଥିଲ


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?