ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି।

ଆଦିତ୍ୟ ନିଟ୍‌ ପରୀକ୍ଷାରେ ୫୮୬ ମାର୍କ ରଖିବା ସହ ସର୍ବଭାରତୀୟ ସ୍ତରରେ ୧୫,୨୭୨ ରାଙ୍କ ଏବଂ ଓଡ଼ିଶା ସ୍ତରରେ ୫୧୪ ରାଙ୍କ ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି।

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ପୂର୍ବତନ ଛାତ୍ର ଭାବେ ଏଭଳି ସଫଳତା ହାସଲ କରିଥିବାରୁ ବିଦ୍ୟାଳୟ ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ତାଙ୍କ ବାପା ପ୍ରଫୁଲ୍ଲ ପାତ୍ର ଓ ମା’ ମମତା ପାତ୍ରଙ୍କ ଉପସ୍ଥିତିରେ ବିଦ୍ୟାଳୟ ସଭାପତି ରମେଶ ଚନ୍ଦ୍ର ବିଶ୍ୱାଳ ପୁଷ୍ପଗୁଚ୍ଛ ଓ ମାନପତ୍ର ପ୍ରଦାନ କରିଥିଲେ। ଏହି ଅବସରରେ ଆଦିତ୍ୟ ବିଦ୍ୟାଳୟରେ ଛାତ୍ର ଜୀବନର ଅନୁଭୂତି ସହ ନିଟ୍‌ ପାଇଁ ପ୍ରସ୍ତୁତି ଓ ସଫଳତା ସମ୍ପର୍କରେ ନିଜ ଅନୁଭବ ପ୍ରକାଶ କରିଥିଲେ। ଏଥିସହ ତାଙ୍କ ସଫଳତା ପାଇଁ ସହଯୋଗ କରିଥିବା ସମସ୍ତଙ୍କୁ ସେ ଧନ୍ୟବାଦ ଓ କୃତଜ୍ଞତା ଜଣାଇଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଯୁଗ୍ମ ସମ୍ପାଦକ ପ୍ରଦୀପ ବେହେରା, କୋଷାଧ୍ୟକ୍ଷ ଚକ୍ରଧର ପୃଷ୍ଟି, ସଦସ୍ୟା ବବିତା ସାହୁଙ୍କ ସମେତ ବିଭିନ୍ନ ଶ୍ରେଣୀର ଅଭିଭାବକ, ଅଭିଭାବିକା, ଆଚାର୍ଯ୍ୟ ଓ ଆଚାର୍ଯ୍ୟାମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟା ସବିତା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri