Posted inଖେଳ

ଓ୍ବେଷ୍ଟଇଣ୍ଡିଜ ଆଗରେ ୧୫୩ ରନ୍‌ର ବିଜୟ ଟାର୍ଗେଟ୍‌

ଗୁଏନା,୬ା୮: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଅନୁଷ୍ଠିତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ରବିବାର ଗୁୟାନାର ପ୍ରୋଭିଡେନ୍ସ ଷ୍ଟାଡିୟମରେ ଖେଳାଯାଉଥିବା ଦ୍ୱିତୀୟ ମ୍ୟାଚ୍‌ରେ ଅର୍ଦ୍ଧଶତକ ହାସଲ କରିଛନ୍ତି ତିଳକ ବର୍ମା। କ୍ୟାରିୟରର ଦ୍ୱିତୀୟ ମ୍ୟାଚ୍‌ ଖେଳୁଥିବା ୨୦ ବର୍ଷୀୟ ତିଳକ ୫୧ ରନ୍‌ ବଳରେ ଭାରତ ନିର୍ଦ୍ଧାରିତ ଓଭରରେ ୭ ଉଇକେଟ ହରାଇ ୧୫୨ ରନ୍‌ ସଂଗ୍ରହ କରିଛି। ଫଳରେ ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୧୫୩ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଛି ଭାରତ। ଟସ୍‌ ଜିତି ଭାରତ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ବେଳେ ଦଳ ଗୋଟିଏ ପରିବର୍ତ୍ତନ ସହ ଓହ୍ଲାଇଥିଲା। ଆହତ କୁଲଦୀପ୍‌ ଯାଦବଙ୍କ ସ୍ଥାନରେ ରବି ବିଷ୍ଣୋଇଙ୍କୁ ସାମିଲ କରିଥିଲା।

ଭାରତର ଦୁଇ ଓପନର ଇଶାନ୍‌ କିଶନ୍‌(୨୭) ଓ ଶୁବମାନ ଗିଲ୍‌(୭) ପ୍ରଥମ ଉଇକେଟରେ ୧୬ ରନ୍‌ ଯୋଡିଥିଲେ। ଆଲଜାରି ଯୋଶେଫଙ୍କ ବଲରେ ଗିଲ୍‌ ଆଉଟ ହେବା ପରେ ସୂର୍ଯ୍ୟକୁମାର ଯାଦବ ମଧ୍ୟ ବିଶେଷ କିଛି କରି ପାରି ନ ଥିଲେ। ମାତ୍ର ୧ ରନ୍‌ କରି ସେ କାଇଲ ମେୟର୍ସଙ୍କ ଦ୍ୱାରା ରନ୍‌ ଆଉଟ ହୋଇଥିଲେ। ପ୍ରଥମ ମ୍ୟାଚ୍‌ରେ ୪୧ ରନ୍‌ କରିଥିବା ତିଳକ କ୍ରିଜ୍‌ରେ ଯୋଗ ଦେଇ ଇଶାନ କିଶନଙ୍କ ସହିତ ୪୨ ରନ୍‌ ଯୋଡିଥିଲେ। ଇଶାନ ୨୩ ବଲ୍‌ ଖେଳି ଦୁଇଟି ଲେଖାଏ ଛକା ଓ ଚୌକା ମାରିଥିଲେ। ପରେ ସଞ୍ଜୁ ସାମସନ୍‌ ମାତ୍ର ୭ ରନ୍‌ କରି ଆଉଟ ହେବାରୁ ଭାରତ ୭୬ ରନ୍‌ରେ ୪ ଉଇକେଟ ହରାଇଥିଲା। ତିଳକ ୪୧ ବଲ୍‌ ଖେଳି ୫ ଚୌକା ଓ ୧ ଛକା ସହିତ ୫୧ ରନ୍‌ କରିବାରୁ ଭାରତ ଏକ ସମ୍ମାନ ଜନକ ସ୍କୋରରେ ପହଞ୍ଚିଥିଲା। ମାତ୍ର ୧୩ ବଲ୍‌ ବ୍ୟବଧାନରେ ତିଳକ ବର୍ମା ଓ ହାର୍ଦ୍ଦିକ ପାଣ୍ଡ୍ୟା ୨୪ ରନ୍‌ କରି ଆଉଟ ହେବାରୁ ଭାରତର ସ୍କୋର ୧୫୦ ଛୁଇଁବା ନେଇ ଆଶଙ୍କା ଦେଖା ଦେଇଥିଲା। ଶେଷ ଆଡକୁ ଅକ୍ଷର ପଟେଲ ୧୪, ରବି ବିଷ୍ଣୋଇ ୮* ଓ ଅର୍ଶଦୀପ ସିଂ ୬*ରନ୍‌ ସ୍କୋର କରିବାରୁ ଭାରତର ସ୍କୋର ୧୫୦ ପାର କରିଥିଲା। ଯବାବରେ ଓ୍ବେଷ୍ଟଇଣ୍ଡିଜ୍‌ ୯ ଓଭର ଖେଳ ସୁଦ୍ଧା ୮୨ ରନ୍‌ କରି ଉଇକେଟ ହରାଇ ବ୍ୟାଟିଂ ଜାରି ରଖିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri